ଓକିଲାତି ପେଶାକୁ ଫେରିଲେ ଓଡ଼ିଶା ହାଇକୋର୍ଟ ପୂର୍ବତନ ମୁଖ୍ୟ ବିଚାରପତି, ବରିଷ୍ଠ ଓକିଲ ମାନ୍ୟତା ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୮।୧୦: ଓଡ଼ିଶା ହାଇକୋର୍ଟ ପୂର୍ବତନ ମୁଖ୍ୟ ବିଚାରପତି ଡା. ଏସ. ମୁରଲୀଧର ପୁଣିଥରେ ଓକିଲାତି ପେଶାକୁ ଫେରିବେ। ୧୬ ଅକ୍ଟୋବରରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏବଂ ଅନ୍ୟାନ୍ୟ ବିଚାରପତି ମାନଙ୍କ ମଧ୍ୟରେ ହୋଇଥିବା ବୈଠକରେ ଏସ. ମୁରଲୀଧରଙ୍କୁ ବରିଷ୍ଠ ଓକିଲ ମାନ୍ୟତା ଦିଆଯାଇଛି।

ଜଷ୍ଟିସ ମୁରଲୀଧର ତାଙ୍କର ୧୭ ବର୍ଷ ବିଚାରପତି କାର୍ଯ୍ୟକାଳରେ ପଞ୍ଜାବ-ହରିୟାଣା ହାଇକୋର୍ଟ, ଦିଲ୍ଲୀ ହାଇକୋର୍ଟ ଏବଂ ଓଡିଶା ମୁଖ୍ୟ ବିଚାରପତି ଭାବରେ ଦାୟିତ୍ୱ ତୁଲାଇଛନ୍ତି। ଦିଲ୍ଲୀ ହାଇକୋର୍ଟ କାର୍ଯ୍ୟକାଳ ସମୟରେ ଜଷ୍ଟିସ ମୁରଲୀଧର ଦିଲ୍ଲୀ ଦଙ୍ଗା ଭଳି ମାମଲାର ଶୁଣାଣି ସେ କରିଥିଲେ। ଚଳିତ ବର୍ଷ ଅଗଷ୍ଟ ମାସରେ ସେ ସେବା ନିବୃତ ପୂର୍ବରୁ ୨୦୨୧ ଜାନୁଆରୀ ରୁ ୨୦୨୩ ଅଗଷ୍ଟ ପର୍ଯ୍ୟନ୍ତ ସେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ଦାୟିତ୍ୱ ତୁଲାଇଥିଲେ।

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱରେ ଥିବା ସମୟରେ ମାଡ୍ରାସ ହାଇକୋର୍ଟ ପାଇଁ ତାଙ୍କର ନାମକୁ ସୁପାରିଶ କରାଯାଇଥିଲା, କିନ୍ତୁ କେନ୍ଦ୍ର ସରକାର ଏହି ସୁପାରିଶ କୌଣସି ଜବାବ ଦେଇ ନଥିଲେ। ଏହାପରେ ଚଳିତ ବର୍ଷ ଏପ୍ରିଲ ମାସରେ କଲେଁଜିୟମ ପ୍ରସ୍ତାବକୁ ଫେରାଇ ନେଇଥିଲା। ଏହାପରେ ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବରେ ଅବସର ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri