Posted inଜାତୀୟ

ଗିରଫ ପୂର୍ବରୁ ଲିଖିତ କାରଣ ଦର୍ଶାଇବ ଇଡି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୪।୧୦: ଗିରଫ କରିବା ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଲିଖିତ ଆକାରରେ କାରଣ ଦର୍ଶାଇବାକୁ ପଡ଼ିବ। ଏକ ମାମଲାର ଶୁଣାଣି କରି ଏପରି ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। କୋର୍ଟ କହିଛନ୍ତ, ଇଡି ପକ୍ଷରୁ ଏକପାଖିଆ ଓ ମନମୁଖୀ ଆଚରଣ ଆଶା କରାଯାଇପାରିବ ନାହିଁ। ଜଷ୍ଟିସ ଏସ ବୋପାନ୍ନା ଏବଂ ଜଷ୍ଟିସ ପିଭି ସଞ୍ଜୟ କୁମାରଙ୍କ ବେଞ୍ଚ କହିଛନ୍ତି, ଅଭିଯୁକ୍ତଙ୍କୁ ଗିରଫ କରିବା ପୂର୍ବରୁ ଲିଖିତ ଭାବେ କାରଣ ଦର୍ଶାଇବା ଉଚିତ୍‌। ତେବେ ତଦନ୍ତ ସ୍ବଚ୍ଛ ରଖିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ରିଅଲ ଇଷ୍ଟେଟ ଗ୍ରୁପ ଏମ୩ଏମର ନିର୍ଦ୍ଦେଶକ ପଙ୍କଜ ବନସଲ ଏବଂ ବସନ୍ତ ବନସଲଙ୍କ ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଶୁଣାଣି କରିଥିଲେ। ଏହି ଆବେଦନରେ ଉଭୟ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟଙ୍କ ଆଦେଶକୁ ଚ୍ୟାଲେଞ୍ଜ କରିଥିଲେ। ଯେଉଁଥିରେ କୋର୍ଟ ପିଏଏଲଏ ଅଧୀନରେ ସେମାନଙ୍କ ଗିରଫଦାରୀ ଉପରେ ରୋକ୍‌ ଲଗାଇବାକୁ ମନା କରିଦେଇଥିଲେ।

ଶୁଣାଣି ସମୟରେ ସୁପ୍ରିମକୋର୍ଟ ଜାଣିବାକୁ ପାଇଲେ ଯେ ଗିରଫ ସମୟରେ ଉଭୟ ଅଭିଯୁକ୍ତଙ୍କୁ କେବଳ ମୌଖିକ ଅଭିଯୋଗ ସମ୍ପର୍କରେ ଅବଗତ କରାଯାଇଥିଲା ଏବଂ ଲିଖିତ ଆକାରରେ କିଛି ଦିଆଯାଇ ନ ଥିଲା। ଏନେଇ କୋର୍ଟ ଏଥିରେ ଅସନ୍ତୋଷ ପ୍ରକାଶ କରିଥିଲେ। କୋର୍ଟ କହିଛନ୍ତି, ଇତିହାସକୁ ଦେଖିଲେ ଜଣାପଡୁଛି କି, ଇଡି କିପରି ଭୁଲ ପର୍ଯ୍ୟାୟରେ ତଦନ୍ତ କରୁଛି।

ସୁପ୍ରିମକୋର୍ଟ ପଙ୍କଜ ଓ ବସନ୍ତ ବନସାଲଙ୍କ ଗିରଫକୁ ବେଆଇନ ଘୋଷଣା କରିଛନ୍ତି। କୋର୍ଟ ଏହି ମାମଲାର ଶୁଣାଣିରେ କହିଛନ୍ତ, ଗିରଫ ଅଧିକାରୀ ଗିରଫର କାରଣକୁ କେବଳ ମୌଖିକଭାବେ ସ୍ପଷ୍ଟ କରିଛନ୍ତି। ଏହା ସମ୍ବିଧାନର ଧାରା ୨୨(୧) ଓ ପିଏମଏଲଏ ଆକ୍ଟର ୧୯(୧)କୁ ଉଲ୍ଲଂଘନ କରୁଛି। ଇଡି ହେଉଛି ଦେଶର ପ୍ରମୁଖ ଯାଞ୍ଚ ଏଜେନ୍ସି। ଏଭଳି ପରିସ୍ଥିତିରେ ତାଙ୍କ କାନ୍ଧରେ ବହୁତ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ତେଣୁ ପ୍ରତ୍ୟେକ କାର୍ଯ୍ୟରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ମଧ୍ୟ ରହିବା ଉଚିତ୍‌ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri