Posted inଜାତୀୟ

ସିଦ୍ଧୁଙ୍କୁ ବର୍ଷେ ଜେଲ୍‌

ନୂଆଦିଲ୍ଲୀ,୧୯।୫:ପଞ୍ଜାବର କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ୩୪ ବର୍ଷ ପୁରୁଣା ରାସ୍ତା ପାର୍କିଂ ବଚସା ମାମଲାରେ ସିଦ୍ଧୁଙ୍କୁ ଏକ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ରିଭ୍ୟୁ ପିଟିଶନ୍‌ର ଶୁଣାଣି ବେଳେ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଏହି ରାୟ ଦେଇଛନ୍ତି।
ସୂଚନାଯୋଗ୍ୟ, ୧୯୮୮ରେ ସିଦ୍ଧୁ ପଟିଆଲାରେ ରାସ୍ତା ମଝିରେ ଗାଡି ପାର୍କିଂ କରିଥିଲେ। ଏହି ସମୟରେ ଗୁରୁନାମ ସିଂ ନାମକ ୬୫ ବର୍ଷୀୟ ବୃଦ୍ଧ ତାଙ୍କୁ କାର୍‌ ରାସ୍ତାରୁ ହଟାଇବାକୁ କହିଥିଲେ। ଏହି ଘଟଣାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ସିଦ୍ଧୁ ରାଗରେ ବୃଦ୍ଧଙ୍କ ମୁଣ୍ଡକୁ ପିଟିଥିଲେ। ଏଥିରେ ବୃଦ୍ଧ ଜଣଙ୍କ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ବୃଦ୍ଧଙ୍କ ହୃଦ୍‌ଘାତରେ ମୃତ୍ୟୁ ହୋଇଥିବା ସିଦ୍ଧୁ କହିଥିଲେ।
ଏହି ଘଟଣାରେ ସିଦ୍ଧୁ ଏବଂ ତାଙ୍କ ବନ୍ଧୁ ରୁପିନ୍ଦର ସିଂଙ୍କ ବିରୋଧରେ ପଟିଆଲା ପୋଲିସ ଏକ ହତ୍ୟା ମାମଲା ରୁଜୁ କରିଥିଲା। ୧୯୯୯ରେ ସିଦ୍ଧୁଙ୍କୁ କୋର୍ଟ ଦ୍ୱାରା ନିର୍ଦ୍ଦୋଷରେ ଖଲାସ କରିଥିଲେ, କିନ୍ତୁ ୨୦୦୬ରେ ପଞ୍ଜାବ-ହରିୟାଣା ହାଇକୋର୍ଟ ଏହି ମାମଲାରେ ସିଦ୍ଧୁଙ୍କୁ ତିନି ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ସିଦ୍ଧୁ ସେତେବେଳେ ଅମୃତସରର ଜଣେ ଭାଜପା ଏମ୍‌ପି ଥିଲେ। ଦଣ୍ଡ ପରେ ସେ ଇସ୍ତଫା ଦେଇଥିଲେ। ଏହା ପରେ ସିଦ୍ଧୁ ସୁପ୍ରିମକୋର୍ଟରେ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଥିଲେ।
ଏହି ମାମଲାରେ ସୁପ୍ରିମକୋର୍ଟ ୨୦୧୮ରେ ସିଦ୍ଧୁଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ସତ, ମାତ୍ର ଜେଲ୍‌ ଦଣ୍ଡ ନ ଦେଇ କେବଳ ମାତ୍ର ଏକ ହଜାର ଟଙ୍କା ଜୋରିମନା ଲଗାଇଥିଲେ। ଏହା ପରେ ପୀଡିତଙ୍କ ପରିବାର ପକ୍ଷରୁ ଏହା ଉପରେ ଏକ ରିଭ୍ୟୁ ପିଟିଶନ୍‌ ଦାଖଲ କରାଯାଇଥିଲା। ଏହାର ଶୁଣାଣି କରି ସୁପ୍ରିମକୋର୍ଟ ଆଜି ସିଦ୍ଧୁଙ୍କୁ ଏକ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଭାରତୀୟ ଦଣ୍ଡବିଧି ସଂହିତା ଧାରା ୩୨୩ ଅନୁଯାୟୀ, ଏହି ଅପରାଧର ଦଣ୍ଡ ସର୍ବାଧିକ ଏକ ବର୍ଷ ଜେଲ କିମ୍ବା ୧୦୦୦ ଟଙ୍କା କିମ୍ବା ଉଭୟ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri