ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’ ନାମ ଏବଂ ‘ଫୁଲ ଓ ଘାସ’ ନିର୍ବାଚନୀ ଚିହ୍ନକୁ ନେଇ ଚାଲିଥିବା ବିବାଦର ସମାଧାନ ପାଇଁ ସର୍ବୋଚ୍ଚ ଅଦାଲତ ସମୟସୀମା ଧାର୍ଯ୍ୟ କରିଛନ୍ତି।

କୋର୍ଟ ନିର୍ବାଚନ କମିଶନଙ୍କୁ ଏହି ବିବାଦରେ ୩ ମାସ ମଧ୍ୟରେ ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଉଭୟ ବିରୋଧୀ ଗୋଷ୍ଠୀଙ୍କୁ ନିର୍ବାଚନ କମିଶନଙ୍କ ନିକଟରେ ଚାଲିଥିବା ଶୁଣାଣିରେ ଆସନ୍ତା ୪ ସପ୍ତାହ ମଧ୍ୟରେ ନିଜ ନିଜ ଯୁକ୍ତି ଉପସ୍ଥାପନ କରିବାକୁ କୁହାଯାଇଛି।

ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ, ଜଷ୍ଟିସ ଜୟମାଲ୍ୟ ବାଗଚୀ ଏବଂ ଜଷ୍ଟିସ ଭି. ମୋହନାଙ୍କ ଖଣ୍ଡପୀଠ କହିଛନ୍ତି ଯେ, ଉଭୟ ପକ୍ଷର ଯୁକ୍ତି ଶେଷ ହେବାର ୩ ମାସ ମଧ୍ୟରେ ନିର୍ବାଚନ କମିଶନ ଏହି ମାମଲାରେ ନିଷ୍ପତ୍ତି ନେବେ।

ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ କମିଶନ ପକ୍ଷରୁ TMCର ନାମ ଏବଂ ଦଳର ନିର୍ବାଚନୀ ଚିହ୍ନକୁ ଫ୍ରିଜ କରାଯାଇଥିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ମମତା ବାନାର୍ଜୀ ଏହି ଯାଚିକା ଦାଖଲ କରିଥିଲେ।

ବିବାଦରେ ଚୂଡ଼ାନ୍ତ ନିଷ୍ପତ୍ତି ନ ଆସିବା ପର୍ଯ୍ୟନ୍ତ ଉଭୟ ଗୋଷ୍ଠୀକୁ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’ ନାମ ଏବଂ ଦଳର ସଂରକ୍ଷିତ ନିର୍ବାଚନୀ ଚିହ୍ନ ବ୍ୟବହାର କରିବାରୁ ରୋକିବାକୁ ନିର୍ବାଚନ କମିଶନ ଅନ୍ତରୀଣ ନିଷ୍ପତ୍ତି ନେଇଥିଲେ। ଏହାପରେ କମିଶନ ଉଭୟ ବିରୋଧୀ ଗୋଷ୍ଠୀକୁ ଅଲଗା ନାମ ଓ ନିର୍ବାଚନୀ ଚିହ୍ନ ପ୍ରଦାନ କରିଥିଲେ।

ନିଜ ଅନ୍ତରୀଣ ଆଦେଶରେ ନିର୍ବାଚନ କମିଶନ କହିଥିଲେ ଯେ, ବାନାର୍ଜୀ ଏବଂ ଅରୂପ ରାୟଙ୍କ ନେତୃତ୍ୱାଧୀନ ଉଭୟ ଗୋଷ୍ଠୀର ନେତାଙ୍କ ପକ୍ଷ ଶୁଣିବା ପରେ ଏହି ମାମଲାରେ ‘ନିର୍ବାଚନ ଚିହ୍ନ (ସଂରକ୍ଷଣ ଓ ଆବଣ୍ଟନ) ଆଦେଶ, ୧୯୬୮’ର ବ୍ୟବସ୍ଥା ଅନୁସାରେ ଠୋସ ନିଷ୍ପତ୍ତି ନେବା ଆବଶ୍ୟକ।

ଏହା ମଧ୍ୟରେ ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁର ଜିଲାର ନନ୍ଦୀଗ୍ରାମ ଏବଂ ମୁର୍ଶିଦାବାଦ ଜିଲାର ରେଜିନଗର ବିଧାନସଭା ଆସନରେ ଅକ୍ଟୋବର ୬ ତାରିଖରେ ଉପନିର୍ବାଚନ ହେବ। ଅକ୍ଟୋବର ୯ ତାରିଖରେ ଭୋଟ ଗଣତି କରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?