Posted inଜାତୀୟ

ସୁପ୍ରିମକୋର୍ଟ ଇତିହାସରେ ପ୍ରଥମ: ୯ ବିଚାରପତି ନେଲେ ଶପଥ

ନୂଆଦିଲ୍ଲୀ,୩୧।୮: ମଙ୍ଗଳବାର ସୁପ୍ରିମକୋର୍ଟ ଇତିହାସରେ ପ୍ରଥମଥର ପାଇଁ ଏକ ଘଟଣା ଘଟିଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ.ଭି ରମଣ ସୁପ୍ରିମକୋର୍ଟର ବିଚାରପତି ଭାବରେ ତିନିଜଣ ମହିଳା ବିଚାରପତିଙ୍କ ସମେତ ନଅ ଜଣ ନୂତନ ବିଚାରପତିଙ୍କୁ ଶପଥ ଗ୍ରହଣ କରିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟର ଇତିହାସରେ ଏହା ପ୍ରଥମ ଥର ପାଇଁ ନଅ ଜଣ ବିଚାରପତି ଏକାସାଙ୍ଗରେ ଶପଥ ଗ୍ରହଣ କରିଥିଲେ। ସୁପ୍ରିମକୋର୍ଟ ବିଲଡିଂ କମ୍ପ୍ଲେକ୍ସର ଅଡିଟୋରିୟମରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା। ନଅ ଜଣ ନୂତନ ବିଚାରପତି ଶପଥ ଗ୍ରହଣ କରିବା ସହିତ ପ୍ରଧାନ ବିଚାରପତିଙ୍କ ସମେତ ସୁପ୍ରିମକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି। ସିଜେଆଇଙ୍କ ସମେତ ସୁପ୍ରିମକୋର୍ଟରେ ସମୁଦାୟ ୩୪ ଜଣ ବିଚାରପତି ରହିପାରିବେ।
ଜଷ୍ଟିସ ଅଭୟ ଶ୍ରୀନିବାସ ଓକା (ପୂର୍ବରୁ କର୍ନାଟକ ହାଇକୋର୍ଟର ପ୍ରଧାନ ବିଚାରପତି ଥିଲେ), ଜଷ୍ଟିସ ବିକ୍ରମ ନାଥ (ପୂର୍ବରୁ ଗୁଜୁରାଟ ହାଇକୋର୍ଟର ପ୍ରଧାନ ବିଚାରପତି ଥିଲେ), ଜଷ୍ଟିସ ଜିତେନ୍ଦ୍ର କୁମାର ମାହେଶ୍ୱରୀ (ପୂର୍ବରୁ ସିକ୍କିମ ହାଇକୋର୍ଟର ପ୍ରଧାନ ବିଚାରପତି ଥିଲେ), ଜଷ୍ଟିସ ହିମା କୋହଲି (ପୂର୍ବରୁ ତେଲେଙ୍ଗାନା ହାଇକୋର୍ଟର ପ୍ରଧାନ ବିଚାରପତି ଥିଲେ) ଏବଂ ଜଷ୍ଟିସ ବି. ଭି ନାଗରତ୍ନା (ପୂର୍ବରୁ କର୍ନାଟକ ହାଇକୋର୍ଟର ବିଚାରପତି ଥିଲେ)। ଜଷ୍ଟିସ ସିଟି ରବିକୁମାର (ପୂର୍ବରୁ କେରଳ ହାଇକୋର୍ଟର ବିଚାରପତି ଥିଲେ), ଜଷ୍ଟିସ ଏମଏମ ସୁନ୍ଦରେଶ (ପୂର୍ବରୁ ମାଡ୍ରାସ ହାଇକୋର୍ଟର ବିଚାରପତି ଥିଲେ), ଜଷ୍ଟିସ ବେଲା ଏମ ତ୍ରିବେଦୀ (ପୂର୍ବରୁ ଗୁଜୁରାଟ ହାଇକୋର୍ଟର ବିଚାରପତି ଥିଲେ) ଏବଂ ପି. ନରସିଂହ (ଜଣେ ବରିଷ୍ଠ ଓକିଲ ତଥା ପୂର୍ବତନ ଅତିରିକ୍ତ ସଲିସିଟର ଜେନେରାଲ) ସୁପ୍ରିମକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri