Posted inଜାତୀୟ

NEET-UG ବିବାଦରେ ଆଇଆଇଟି ଦିଲ୍ଲୀକୁ ବଡ଼ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୨୨।୦୭: NEET-UG ୨୦୨୪ ପରୀକ୍ଷା ବିବାଦକୁ ନେଇ ସୁପ୍ରିମ୍‌କୋର୍ଟ ଆଜି ଶୁଣାଣି କରିଛନ୍ତି । ଶୁଣାଣି ସମୟରେ ସୁପ୍ରିମ୍‌କୋର୍ଟ ଆଇଆଇଟି ଦିଲ୍ଲୀକୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି । ପରୀକ୍ଷାରେ ଆସିଥିବା ଏକ ପ୍ରଶ୍ନର ଉତ୍ତର ଉପରେ ରାୟ ଦେବା ପାଇଁ ସମ଼୍ବଦ୍ଧିତ ବିଷୟର ଏକ ଟିମ୍‌ ମଙ୍ଗଳବାର ଭିତରେ ଗଠନ କରିବାକୁ କୋର୍ଟ କହିଛନ୍ତି ।

ଶୁଣାଣି ସମୟରେ ସୁପ୍ରିମକୋର୍ଟ ମଧ୍ୟ ଏକ ଯାଚିକ ଉପରେ ବିଚାର କରି କହିଛନ୍ତି, ଯେ ଏକ ର୍ନିଦ୍ଦିଷ୍ଟ ପ୍ରଶ୍ନର ଉତ୍ତର ପାଇଁ ମାର୍କ ଦେବା କିମ୍ବା ନ ଦେବା ଚୂଡ଼ାନ୍ତ ଯୋଗ୍ୟତା ତାଲିକାରେ ପ୍ରଭାବ ପକାଇଥାଏ। ମଙ୍ଗଳବାର ମଧ୍ୟାହ୍ନ ୧୨ ଟା ସୁଦ୍ଧା ପରୀକ୍ଷାରେ ଆସିଥିବା ଏକ ପ୍ରଶ୍ନର ସଠିକ ଉତ୍ତର ଉପରେ ମତାମତ ଦେବା ପାଇଁ ସଂପୃକ୍ତ ବିଷୟର ୩ ବିଶେଷଜ୍ଞଙ୍କ ଏକ ଟିମ ଗଠନ କରିବାକୁ କୋର୍ଟ ଆଇଆଇଟି ଦିଲ୍ଲୀର ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଥାଉକି, କିଛି ଛାତ୍ର ପ୍ରଶ୍ନର ଦୁଇଟି ବିକଳ୍ପ ଆସିଥିବାରୁ ମାର୍କ ଦେବା ପାଇଁ ଏନ୍‌ଟିଏର ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଥିଲେ । ଏହି କାରଣରୁ କୋର୍ଟ ଆଇଆଇଟି ଦିଲ୍ଲୀକୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ କୋର୍ଟ କହିଛନ୍ତି ଯେ ପ୍ରଶ୍ନପତ୍ର ଲିକ୍‌ ଏବଂ ପରୀକ୍ଷାରେ ଅନିୟମିତତା ଅଭିଯୋଗ ମାମଲାରେ ଆସନ୍ତାକାଲି ଅର୍ଥାତ ଜୁଲାଇ ୨୩ରେ ମଧ୍ୟ ଶୁଣାଣି ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri