Posted inଜାତୀୟ

ୟୁନିଫର୍ମ ସିଭିଲ କୋଡ ଯାଞ୍ଚ କରିବା କମିଟି ଗଠନକୁ ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ…

ନୂଆଦିଲ୍ଲୀ,୯।୧ : ଗୁଜରାଟ ଏବଂ ଉତ୍ତରାଖଣ୍ଡରେ ୟୁନିଫର୍ମ ସିଭିଲ କୋଡ ଯାଞ୍ଚ କରିବାକୁ କମିଟି ଗଠନକୁ ସୁପ୍ରିମକୋର୍ଟ ସବୁଜ ସଙ୍କେତ ଦେଇଛନ୍ତି। ଏହି ପ୍ରସଙ୍ଗରେ ସୁପ୍ରିମକୋର୍ଟ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ୟୁନିଫର୍ମ ସିଭିଲ କୋଡର ଯାଞ୍ଚ ପାଇଁ ରାଜ୍ୟ ସରକାରଙ୍କ ଅଧୀନରେ ଏହି କମିଟି ଗଠନ କରାଯିବା ଉଚିତ। କମିଟି ଗଠନକୁ କୋର୍ଟରେ ଚ୍ୟାଲେଞ୍ଜ କରିବା ପାଇଁ ଆଧାର ନୁହେଁ। ଗୁଜରାଟ ଏବଂ ଉତ୍ତରାଖଣ୍ଡ ସରକାରଙ୍କ ଦ୍ୱାରା ୟୁସିସିର କାର୍ଯ୍ୟକାରିତାକୁ ଯାଞ୍ଚ କରିବା ପାଇଁ ଏକ କମିଟି ଗଠନ ବିରୋଧରେ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି।

ଏହି ଶୁଣାଣି ସମୟରେ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ଜଷ୍ଟିସ ପିଏସ ନରସିଂହଙ୍କ ବେଞ୍ଚ କହିଛନ୍ତି ଯେ ସେମାନେ ଧାରା ୧୬୨ ଅନୁଯାୟୀ କାର୍ଯ୍ୟନିର୍ବାହୀ କ୍ଷମତା ଅଧୀନରେ ଏକ କମିଟି ଗଠନ କରିଛନ୍ତି। ଏଥିରେ କ’ଣ ଭୁଲ ଅଛି? ଆପଣ ଆବେଦନକୁ ପ୍ରତ୍ୟାହାର କରନ୍ତୁ କିମ୍ବା ଆମେ ଏହାକୁ ଖାରଜ କରିବୁ। କେବଳ କମିଟି ଗଠନ ଉପରେ ଏହା ସମ୍ବିଧାନର ବିରୋଧୀ ବୋଲି ଏକ ପିଟିଶନ ଦାଖଲ କରାଯାଇପାରିବ ନାହିଁ। ଏହି ମାମଲାରେ ଆବେଦନକାରୀ ଆବେଦନ ପ୍ରତ୍ୟାହାର କରିନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri