Posted inଜାତୀୟ

ରାହୁଲଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନୂଆଦିଲ୍ଲୀ,୪।୮: ଭାରତ-ଚାଇନା ଉତ୍ତେଜନା ଉପରେ ଦେଇଥିବା ମନ୍ତବ୍ୟ ପାଇଁ ସୁପ୍ରିମକୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା କରିଛନ୍ତି। ରାହୁଲ ୨୦୨୨ ଭାରତ ଯୋଡୋ ଯାତ୍ରା ସମୟରେ ଏହି ବିବାଦୀୟ ବୟାନ ଦେଇଥିଲେ। ଏହି ସମ୍ବନ୍ଧୀୟ ମାମଲାକୁ ରଦ୍ଦ କରିବାକୁ ଆସିଥିବା ରାହୁଲଙ୍କୁ ସୁପ୍ରିମକୋର୍ଟ ଭର୍ତ୍ସନା କରିଥିଲେ। ତଥାପି, ସୁପ୍ରିମକୋର୍ଟ ବର୍ତ୍ତମାନ ଲକ୍ଷ୍ନୌରେ ଚାଲିଥିବା ମାମଲା ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି।
ବିଚାରପତି ଦୀପଙ୍କର ଦତ୍ତା ଏବଂ ବିଚାରପତି ଅଗଷ୍ଟିନ ଜର୍ଜ ମାସିହଙ୍କ ଖଣ୍ଡପୀଠ କହିଛନ୍ତି, ‘ଆପଣ କିପରି ଜାଣିଲେ ଯେ ଚାଇନା ଭାରତର ୨୦୦୦ବର୍ଗ କିଲୋମିଟର ଭୂମି ଦଖଲ କରିଛି? ଆପଣ ସେଠାରେ ଥିଲେ କି? ଆପଣଙ୍କ ପାଖରେ କ’ଣ ପ୍ରମାଣ ଥିଲା? ଯଦି ଆପଣ ଜଣେ ପ୍ରକୃତ ଭାରତୀୟ, ତେବେ ଆପଣ ଏପରି କହିପାରିବେ ନାହିଁ। ଯେତେବେଳେ ସୀମାରେ ସଂଘର୍ଷର ପରିସ୍ଥିତି ସୃଷ୍ଟି ହୁଏ, ତେବେ ଉଭୟ ପକ୍ଷର ସେନା କ୍ଷତି ସହିବା ଅସ୍ବାଭାବିକ ନୁହେଁ।’
୧୬ ଡିସେମ୍ବର ୨୦୨୨ରେ, ଭାରତ ଯୋଡୋ ଯାତ୍ରା ସମୟରେ, ରାହୁଲ ଗାନ୍ଧୀ ଭାରତ-ଚାଇନା ବିବାଦ ଉପରେ ମନ୍ତବ୍ୟ ଦେଇଥିଲେ। ରାହୁଲ ଏକ ଭାଷଣରେ କହିଥିଲେ ଯେ ଚାଇନା ସୈନିକମାନେ ଭାରତୀୟ ସୈନିକଙ୍କୁ ମାରୁଛନ୍ତି। ଏହି ବୟାନକୁ ଆଧାର କରି, ବର୍ଡର ରୋଡ ଅର୍ଗାନାଇଜେସନର ପୂର୍ବତନ ନିର୍ଦ୍ଦେଶକ ଉଦୟ ଶଙ୍କର ଶ୍ରୀବାସ୍ତବ ଲକ୍ଷ୍ନୌରେ ରାହୁଲଙ୍କ ବିରୋଧରେ ଏକ ଫୌଜଦାରୀ ମାନହାନି ମାମଲା ଦାୟର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri