Posted inଜାତୀୟ

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ ପଶ୍ଚିମବଙ୍ଗ ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି । ୨୦୦୮ ରୁ ୨୦୧୯ ପର୍ଯ୍ୟନ୍ତ ବକେୟା ଡିଏ ପ୍ରଦାନ କରିବାକୁ କୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କୋର୍ଟ କହିଛନ୍ତି ଯେ, ପୂର୍ବ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଅନୁଯାୟୀ, ମାର୍ଚ୍ଚ ୬ ସୁଦ୍ଧା ବକେୟା ପ୍ରାପ୍ୟର ଅତି କମରେ ୨୫% ପ୍ରଦାନ କରିବାକୁ ପଡିବ ।

ରିପୋର୍ଟ ଅନୁଯାୟୀ, ସୁପ୍ରିମକୋର୍ଟ ପଶ୍ଚିମବଙ୍ଗ ସରକାରଙ୍କୁ କର୍ମଚାରୀମାନଙ୍କୁ ମହଙ୍ଗା ଭତ୍ତା (DA) ଆଇନଗତ ଅଧିକାର ଭାବରେ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି, କାରଣ ଏହା ଦରମା ଗଣନା ପାଇଁ ROPA ନିୟମରେ ଅନ୍ତର୍ଭୁକ୍ତ। ୨୦୦୯-୧୯ ପର୍ଯ୍ୟନ୍ତ ବକେୟା DA କର୍ମଚାରୀମାନଙ୍କୁ ପ୍ରଦାନ କରାଯିବା ଉଚିତ । ଏଥିରେ ସମ୍ପୃକ୍ତ ଆର୍ଥିକ ପ୍ରଭାବକୁ ବିଚାର କରି, ସୁପ୍ରିମକୋର୍ଟ ପୂର୍ବତନ SC ବିଚାରପତି ଇନ୍ଦୁ ମାଲହୋତ୍ରା ଏବଂ ଦୁଇ ଅବସରପ୍ରାପ୍ତ HC ମୁଖ୍ୟ ବିଚାରପତିଙ୍କୁ ନେଇ CAG କିମ୍ବା CAG ଦ୍ୱାରା ନିଯୁକ୍ତ ଜଣେ ବରିଷ୍ଠ ଅଧିକାରୀଙ୍କ ନେତୃତ୍ୱରେ ଏକ କମିଟି ଗଠନ କରିଛନ୍ତି । ଏହି କମିଟି ବଙ୍ଗଳା ରାଜ୍ୟର କର୍ମଚାରୀମାନଙ୍କୁ DA ପ୍ରଦାନ ନିର୍ଣ୍ଣୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri