Posted inଜାତୀୟ

ସୋମା ସେନ୍‌ଙ୍କୁ ସୁପ୍ରିମକୋର୍ଟ ଜାମିନ

ନୂଆଦିଲ୍ଲୀ,୬ା୪: ଏଲ୍‌ଗାର ପରିଷଦ-ମାଓବାଦୀ ଲିଙ୍କ୍‌ ମାମଲାରେ ଅଭିଯୁକ୍ତ ମହିଳା ଅଧିକାର କର୍ମୀ ସୋମାକାନ୍ତି ସେନ୍‌ଙ୍କୁ ସୁପ୍ରିମକୋର୍ଟ ଶୁକ୍ରବାର ଜାମିନ ମଞ୍ଜୁର କରିଛନ୍ତି। ଇଂଲିଶ ପ୍ରଫେସର ସୋମାଙ୍କୁ ୨୦୧୮ ଜୁନ୍‌ ୬ରେ ଗିରଫ କରାଯାଇଥିଲା। ଜଷ୍ଟିସ୍‌ ଅନିରୁଦ୍ଧ ବୋଷ ଏବଂ ଅଗଷ୍ଟିନ୍‌ ଜର୍ଜ ମସିହଙ୍କ ଖଣ୍ଡପୀଠ ତାଙ୍କୁ ଜାମିନ ପ୍ରଦାନ ଲାଗି ନିର୍ଦ୍ଦେଶ ଦେବା ସହ ସ୍ବତନ୍ତ୍ର କୋର୍ଟଙ୍କ ଅନୁମତି ବିନା ସେ ମହାରାଷ୍ଟ୍ର ବାହାରକୁ ଯାଇପାରିବେ ନାହିଁ ବୋଲି କହିଛନ୍ତି। ଜାମିନ ସମୟରେ ସୋମା କେଉଁଠି ରହିବେ, ତାହା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ତଦନ୍ତ ଅଧିକାରୀଙ୍କୁ ଜଣାଇବେ। ଏହା ସହିତ ସେ ତାଙ୍କ ମୋବାଇଲ ଫୋନ୍‌ର ଜିପିଏସ୍‌କୁ ସବୁବେଳେ ଆକ୍ଟିଭ୍‌ ରଖିବେ। ସୂଚନାଯୋଗ୍ୟ ୨୦୧୭ ଡିସେମ୍ବର ୩୧ରେ ଏଲ୍‌ଗାର ପରିଷଦ ସମ୍ମିଳନୀରେ ଶୋମା ଉତ୍ତେଜନାପୂର୍ଣ୍ଣ ଭାଷଣ ଦେଇଥିଲେ, ଯାହାକୁ ନେଇ ତା’ ପରଦିନ କୋରେଗାଁଓ-ଭୀମା ଯୁଦ୍ଧ ସ୍ମାରକୀ ସ୍ଥଳ ନିକଟରେ ହିଂସାକାଣ୍ଡ ଘଟିଥିଲା ବୋଲି ପୋଲିସ ଅଭିଯୋଗ କରିଥିଲା। ଏଲ୍‌ଗାର ପରିଷଦ ସମ୍ମିଳନୀ ପଛରେ ମାଓବାଦୀଙ୍କ ସମର୍ଥନ ରହିଥିବା ପୁଣେ ପୋଲିସ ଦାବି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିବଳୟ ପ୍ରଭାବରେ ସପ୍ତାହେ ଯାଏ ପ୍ରବଳ ବର୍ଷା: ଅରେଞ୍ଜ ଓ୍ବାର୍ନିଂ ଜାରି, ଘଣ୍ଟାପ୍ରତି…

ଭୁବନେଶ୍ୱର,୭ା୮(ବନ୍ଦନା ସେଠୀ): ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଉତ୍ତର-ପଶ୍ଚିମ…

ୟୁପିଆଇ ଉପରେ ଶୁଳ୍କ ଲାଗୁ ନେଇ ଲୋକ ସଭାରେ ବିଲ୍‌ ପାରିତ

ନୂଆଦିଲ୍ଲୀ, ୭ା୮(ପି.ଟି.): ଗୁରୁବାର ଅପରାହ୍ନ ୨ଟାରେ ଗୃହ କାର୍ଯ୍ୟ ପୁନଃ ଆରମ୍ଭ ହେବା ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ‘କର ଓ ଅନ୍ୟାନ୍ୟ ଆଇନ (ସଂଶୋଧନ) ବିଲ୍‌,…

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri