Posted inଜାତୀୟ

ନିରପେକ୍ଷ ନିର୍ବାଚନ ପାଇଁ କେଉଁ ପଦକ୍ଷେପ ଗ୍ରହଣ କରାଯାଇଛି, ତ୍ରିପୁରା ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୨୩।୧୧: ନଭେମ୍ବର ୨୫ରେ ହେବାକୁ ଥିବା ନଗରପାଳିକା ମତଦାନ ପୂର୍ବରୁ ତ୍ରିପୁରାରେ ହିଂସା ତଥା ର୍ନିବାଚନ ପ୍ରଚାର ଉପରେ ପ୍ରତିବନ୍ଧକ ଲଗାଯାଇଥିବା ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଭାଜପା-ଟିଏମସି ବିବାଦ ମଧ୍ୟରେ ସୁପ୍ରିମକୋର୍ଟ ତ୍ରିପୁରା ସରକାରଙ୍କୁ ପ୍ରଶ୍ନ କରିଛନ୍ତି ଯେ ନିରପେକ୍ଷ ନିର୍ବାଚନକୁ ସୁନିଶ୍ଚିତ କରିବା ପାଇଁ କେଉଁ ପଦକ୍ଷେପ ଗ୍ରହଣ କରାଯାଇଛି?

ଟିଏମସି ଏବଂ ତ୍ରିପୁରା ସରକାର ସେମାନଙ୍କର ପ୍ରଥମ ଯୁକ୍ତି ଉପସ୍ଥାପନ କରିବା ପରେ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି ପ୍ରଶ୍ନ କରିଛନ୍ତି। ଏହାପୂର୍ବରୁ ରାଜ୍ୟରେ ହୋଇଥିବା ହିଂସା ତଥା ରାଜନୈତିକ ତିକ୍ତତା କାରଣରୁ ନଗରପାଳିକା ମତଦାନ ନେଇ ଉପଯୁକ୍ତ ପଦକ୍ଷେପ ଗ୍ରହଣ ଉପରେ ଉତ୍ତର ଲୋଡାଯାଇଥିଲା। ଟିଏମସିର ଆଇନଜୀବୀ ତ୍ରିପୁରାରେ ଘଟିଥିବା ଅନେକ ହିଂସା ଘଟଣାକୁ ଦର୍ଶାଇଥିଲେ। ତାରିଖ ଏବଂ ସ୍ଥାନ ମଧ୍ୟ କୋର୍ଟକୁ କହିଥିଲେ।

ଟିଏମସିର ଆଇନଜୀବୀ କହିଛନ୍ତି, ସ୍କ୍ରିନଶଟରେ ଆପଣ ଦେଖିପାରିବେ ଯେ ଯେତେବେଳେ ହିଂସା ଘଟୁଛି, ପୋଲିସ ଠିଆ ହୋଇଛି ଏବଂ ନୀରବ ଦ୍ରଷ୍ଟା ପାଲଟିଛି। ସେ କହିଛନ୍ତି, ରାଜନୈତିକ କର୍ମୀଙ୍କୁ ବାହାର କରି ଦିଆଯାଇଛି। ଶିଶୁ ଓ ମହିଳାଙ୍କୁ ଘରୁ ଟାଣି ବାହାର କରାଯାଇଛି। ଯାନବାହନ ଭଙ୍ଗାରୁଜା କରାଯାଇଛି। ଏହା ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ ନୁହେଁ। ଏଭଳି ସ୍ଥିତିରେ ଭୋଟର ମତଦାନ ପାଇଁ ବାହାରକୁ ଆସିବେ ନାହିଁ ବୋଲି ସେ କହିଛନ୍ତି। ତ୍ରିପୁରା ସରକାରଙ୍କ ପକ୍ଷରୁ ଆଇନଜୀବୀ ମହେଶ ଜେଠମାଲାନି କହିଛନ୍ତି,ଏହା ଏକ ରାଜନୈତିକ ଆବେଦନ। ମଙ୍ଗଳବାର ପ୍ରଚାରର ଶେଷ ଦିନ। ହଠାତ୍‌ ହିଂସା ଘଟଣାର ବିଚାର ସୁପ୍ରିମକୋର୍ଟରେ ଚାଲିଛି। ମାମଲା ରୁଜୁ ହୋଇଛି ଏବଂ ତଦନ୍ତ ଜାରି ରହିଛି।

ତ୍ରିପୁରା ସରକାରଙ୍କ ଆଇନଜୀବୀ କହିଛନ୍ତି ନିର୍ବାଚନ ସମ୍ପର୍କରେ ଏକ ରିପୋର୍ଟ ଦାଖଲ କରିବାକୁ ସୁପ୍ରିମକୋର୍ଟ କହିଛନ୍ତି ଏବଂ ଆସନ୍ତାକାଲି ଏହାକୁ ଉପସ୍ଥାପନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri