Posted inଜାତୀୟ

ନିରପେକ୍ଷ ନିର୍ବାଚନ ପାଇଁ କେଉଁ ପଦକ୍ଷେପ ଗ୍ରହଣ କରାଯାଇଛି, ତ୍ରିପୁରା ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୨୩।୧୧: ନଭେମ୍ବର ୨୫ରେ ହେବାକୁ ଥିବା ନଗରପାଳିକା ମତଦାନ ପୂର୍ବରୁ ତ୍ରିପୁରାରେ ହିଂସା ତଥା ର୍ନିବାଚନ ପ୍ରଚାର ଉପରେ ପ୍ରତିବନ୍ଧକ ଲଗାଯାଇଥିବା ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଭାଜପା-ଟିଏମସି ବିବାଦ ମଧ୍ୟରେ ସୁପ୍ରିମକୋର୍ଟ ତ୍ରିପୁରା ସରକାରଙ୍କୁ ପ୍ରଶ୍ନ କରିଛନ୍ତି ଯେ ନିରପେକ୍ଷ ନିର୍ବାଚନକୁ ସୁନିଶ୍ଚିତ କରିବା ପାଇଁ କେଉଁ ପଦକ୍ଷେପ ଗ୍ରହଣ କରାଯାଇଛି?

ଟିଏମସି ଏବଂ ତ୍ରିପୁରା ସରକାର ସେମାନଙ୍କର ପ୍ରଥମ ଯୁକ୍ତି ଉପସ୍ଥାପନ କରିବା ପରେ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି ପ୍ରଶ୍ନ କରିଛନ୍ତି। ଏହାପୂର୍ବରୁ ରାଜ୍ୟରେ ହୋଇଥିବା ହିଂସା ତଥା ରାଜନୈତିକ ତିକ୍ତତା କାରଣରୁ ନଗରପାଳିକା ମତଦାନ ନେଇ ଉପଯୁକ୍ତ ପଦକ୍ଷେପ ଗ୍ରହଣ ଉପରେ ଉତ୍ତର ଲୋଡାଯାଇଥିଲା। ଟିଏମସିର ଆଇନଜୀବୀ ତ୍ରିପୁରାରେ ଘଟିଥିବା ଅନେକ ହିଂସା ଘଟଣାକୁ ଦର୍ଶାଇଥିଲେ। ତାରିଖ ଏବଂ ସ୍ଥାନ ମଧ୍ୟ କୋର୍ଟକୁ କହିଥିଲେ।

ଟିଏମସିର ଆଇନଜୀବୀ କହିଛନ୍ତି, ସ୍କ୍ରିନଶଟରେ ଆପଣ ଦେଖିପାରିବେ ଯେ ଯେତେବେଳେ ହିଂସା ଘଟୁଛି, ପୋଲିସ ଠିଆ ହୋଇଛି ଏବଂ ନୀରବ ଦ୍ରଷ୍ଟା ପାଲଟିଛି। ସେ କହିଛନ୍ତି, ରାଜନୈତିକ କର୍ମୀଙ୍କୁ ବାହାର କରି ଦିଆଯାଇଛି। ଶିଶୁ ଓ ମହିଳାଙ୍କୁ ଘରୁ ଟାଣି ବାହାର କରାଯାଇଛି। ଯାନବାହନ ଭଙ୍ଗାରୁଜା କରାଯାଇଛି। ଏହା ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ ନୁହେଁ। ଏଭଳି ସ୍ଥିତିରେ ଭୋଟର ମତଦାନ ପାଇଁ ବାହାରକୁ ଆସିବେ ନାହିଁ ବୋଲି ସେ କହିଛନ୍ତି। ତ୍ରିପୁରା ସରକାରଙ୍କ ପକ୍ଷରୁ ଆଇନଜୀବୀ ମହେଶ ଜେଠମାଲାନି କହିଛନ୍ତି,ଏହା ଏକ ରାଜନୈତିକ ଆବେଦନ। ମଙ୍ଗଳବାର ପ୍ରଚାରର ଶେଷ ଦିନ। ହଠାତ୍‌ ହିଂସା ଘଟଣାର ବିଚାର ସୁପ୍ରିମକୋର୍ଟରେ ଚାଲିଛି। ମାମଲା ରୁଜୁ ହୋଇଛି ଏବଂ ତଦନ୍ତ ଜାରି ରହିଛି।

ତ୍ରିପୁରା ସରକାରଙ୍କ ଆଇନଜୀବୀ କହିଛନ୍ତି ନିର୍ବାଚନ ସମ୍ପର୍କରେ ଏକ ରିପୋର୍ଟ ଦାଖଲ କରିବାକୁ ସୁପ୍ରିମକୋର୍ଟ କହିଛନ୍ତି ଏବଂ ଆସନ୍ତାକାଲି ଏହାକୁ ଉପସ୍ଥାପନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri