Posted inଜାତୀୟ

ଉଦ୍‌ବେଗ ଜଣାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୩: କୋଭିଡ୍‌-୧୯ରେ ମୃତକଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ପ୍ରଦାନର ବ୍ୟବସ୍ଥା ହୋଇଥିବାବେଳେ ଏଥିପାଇଁ ଡାକ୍ତରମାନେ ଜାଲ୍‌ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କରୁଥିବା ଜଣାପଡ଼ିଛି। ଏହାକୁ ନେଇ ସର୍ବୋଚ୍ଚ ଅଦାଲତ ସୋମବାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏଭଳି ଜାଲିଆତିର ତଦନ୍ତ ଲାଗି ନିର୍ଦ୍ଦେଶ ଦେବାକୁ ହେବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଅନୁକମ୍ପାମୂଳକ ସହାୟତା ଦାବି କରିବା ଲାଗି ନିର୍ଦ୍ଦିଷ୍ଟ ସମୟସୀମା ଧାର୍ଯ୍ୟ ହେବା ଆବଶ୍ୟକ। ନଚେତ ଆବେଦନ ପ୍ରକ୍ରିୟା ସବୁଦିନ ଚାଲିଥିବ ବୋଲି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ବି.ଭି. ନାଗରତ୍ନଙ୍କୁ ନେଇ ଗଠିତ ଖଣ୍ଡପୀଠ ମତ ଦେଇଛନ୍ତି।
ଡାକ୍ତରମାନେ ଜାଲ୍‌ ସାର୍ଟିଫିକେଟ ପ୍ରଦାନ କରିବା ଚିନ୍ତାଜନକ। ଏହା ଅତ୍ୟନ୍ତ ଗୁରୁତର ଘଟଣା ବୋଲି ଖଣ୍ଡପୀଠ ଟିପ୍ପଣୀ ଦେଇଛନ୍ତି। ଜାଲ୍‌ ସାର୍ଟିଫିକେଟ ଇସ୍ୟୁକୁ କିପରି ରୋକାଯିବ, ସେଥିପାଇଁ ପ୍ରସ୍ତାବ ଦେବାକୁ ଖଣ୍ଡପୀଠ ସରକାରଙ୍କୁ କହିଥିଲେ। ସହାୟତା ପାଇଁ ଆବେଦନର ନିର୍ଦ୍ଦିଷ୍ଟ ସମୟସୀମା ରହିବା ଆବଶ୍ୟକ। ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ହୋଇଥିବା କୋଭିଡ୍‌ ମୃତ୍ୟୁ ପାଇଁ ଆବେଦନର ବ୍ୟବସ୍ଥା କରାଯାଉ ବୋଲି ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଥିଲେ। କୋଭିଡ୍‌ ମୃତ୍ୟୁ କ୍ଷତିପୂରଣ ଲାଗି ଆର୍‌ଟି-ପିସିଆର ରିପୋର୍ଟ ଜରୁରୀ ନୁହେଁ ବୋଲି ପୂର୍ବରୁ ସର୍ବୋଚ୍ଚ ଅଦାଲତ କହିଥିଲେ। ଏହି କୋହଳ ପଦକ୍ଷେପର ଅପବ୍ୟବହାର କରାଯାଉଥିବା ମେହେଟ୍ଟା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?