Posted inଜାତୀୟ

ଲଖିମପୁର ଖେରି ମାମଲାର ଷ୍ଟାଟସ୍‌ ରିପୋର୍ଟ ନେଇ ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୮।୧୧: ଉତ୍ତରପ୍ରଦେଶ ଲଖିମପୁୁର ଖେରି ମାମଲାରେ ଉତ୍ତରପ୍ରଦେଶ ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ହୋଇଥିବା ଷ୍ଟାଟସ୍‌ ରିପୋର୍ଟ ନେଇ ସୁପ୍ରିମ୍‌କୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କୋର୍ଟ କହିଛନ୍ତି ଯେ,ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ହୋଇଥିବା ରିପୋର୍ଟରେ କିଛି ନାହିଁ। ସୁପ୍ରିମକୋର୍ଟ କହିଛନ୍ତି ଯେ ଷ୍ଟାଟସ ରିପୋର୍ଟରେ ଅଧିକ ସାକ୍ଷୀ ପରୀକ୍ଷା କରାଯାଇଛି ବୋଲି କହିବା ଛଡା ଆଉ ଅଧିକ କୌଣସି ତଥ୍ୟ ନାହିଁ।

ପ୍ରଧାନ ବିଚାରପତି ଏନ.ଭି. ରମନା, ବିଚାର ସୂର୍ଯ୍ୟ କାନ୍ତ ଏବଂ ହିମା କୋହଲିଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଅକ୍ଟୋବର ୨୬ରେ ଏହି ମାମଲାରେ ସାକ୍ଷୀମାନଙ୍କୁ ସୁରକ୍ଷା ଯୋଗାଇବା ପାଇଁ ଉତ୍ତରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସୁପ୍ରିମକୋର୍ଟ ମଧ୍ୟ ଉତ୍ତରପ୍ରଦେଶ ସରକାରଙ୍କୁ ଏହି ମାମଲାରେ ଅନ୍ୟ ସାକ୍ଷୀଙ୍କ ବିବୃତ୍ତି କ୍ରାଇମବ୍ରାଞ୍ଚର ଧାରା ୧୬୪ ଅନୁଯାୟୀ ରେକର୍ଡ କରିବାକୁ ମଧ୍ୟ ନିର୍ଦ୍ଦେଶ ଜାରି କରିଥିଲେ। ଏହା ସହିତ ବିଶେଷଜ୍ଞଙ୍କ ଦ୍ୱାରା ଡିଜିଟାଲ ପ୍ରମାଣର ଶୀଘ୍ର ଯାଞ୍ଚ ପାଇଁ କହିଥିଲେ। ଜଣେ ଖବରଦାତା ଏବଂ ଶ୍ୟାମ ସୁନ୍ଦର ନାମକ ଜଣେ ବ୍ୟକ୍ତିଙ୍କୁ ଭିଡ଼ ଦ୍ୱାରା ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗର ଏକ ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ ମଧ୍ୟ ଶୀର୍ଷକୋର୍ଟ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ। ଦୁଇ ଜଣ ଆଇନଜୀବୀ ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖି ଏହି ମାମଲାର ଉଚ୍ଚ ସ୍ତରୀୟ ତଦନ୍ତ ଦାବି କରିଥିଲେ।
ରାଜ୍ୟ ସରକାରଙ୍କ ପକ୍ଷରୁ ଉପସ୍ଥିତ ଥିବା ଆଇନଜୀବୀ କହିଛନ୍ତି ଯେ, ୬୮ ଜଣ ସାକ୍ଷୀଙ୍କ ମଧ୍ୟରୁ ୩୦ ଜଣଙ୍କ ବୟାନ ସିଆର୍‌ପିସି ଧାରା ୧୬୪ ଅନୁଯାୟୀ ରେକର୍ଡ କରାଯାଇଛି ଏବଂ ଅନ୍ୟ କେତେକଙ୍କ ବିବୃତ୍ତି ମଧ୍ୟ ରେକର୍ଡ କରାଯିବ। ଏହି ୩୦ ଜଣ ସାକ୍ଷୀଙ୍କ ମଧ୍ୟରୁ ୨୩ ଜଣ ପ୍ରତ୍ୟକ୍ଷଦର୍ଶୀ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri