Posted inଜାତୀୟ

ବଳାତ୍କାରୀଙ୍କୁ ବିବାହ ପାଇଁ ପୀଡ଼ିତାଙ୍କ ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ…

ନୂଆଦିଲ୍ଲୀ,୨।୮: ବଳାତ୍କାର କରିଥିବା ପୂର୍ବ ପାଦ୍ରୀଙ୍କୁ ବିବାହ ପାଇଁ ପୀଡ଼ିତାଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ହୋଇଥିବା ଏକ ଆବେଦନ ଖାରଜ ହୋଇଯାଇଛି। କେରଳର କୋଟିୟୁରରେ ବାସ କରୁଥିବା ପୀଡିତା ତାଙ୍କୁ ବଳାତ୍କାର କରିଥିବା ପୂର୍ବତନ  ପାଦ୍ରୀଙ୍କୁ ବିବାହ କରିବାକୁ ସୁପ୍ରିମକୋର୍ଟଙ୍କ ଅନୁମତି ଲୋଡିଥିଲେ। ଏବେ ପୂର୍ବ ପାଦ୍ରୀ ଜଣଙ୍କ ଦୋଷୀ ସାବ୍ୟସ୍ତ ହୋଇ ୨୦ ବର୍ଷ ଜେଲଦଣ୍ଡ ଭୋଗୁଛନ୍ତି। ଏହା ସହିତ କୋର୍ଟ ପୂର୍ବ ପାଦ୍ରୀଙ୍କ ଜାମିନ ଆବେଦନକୁ ମଧ୍ୟ ଖାରଜ କରିଦେଇଛନ୍ତି। ପୂର୍ବ ପାଦ୍ରୀ ସମ୍ପୃକ୍ତ ପୀଡ଼ିତାଙ୍କୁ ବିବାହ କରିବାକୁ ଉଛୁକ ଥିବା ଦର୍ଶାଇ ଜାମିନ ଆବେଦନ କରିଥିଲେ। ଘଟଣା ସମୟରେ ପୀଡିତା ନାବାଳିକା ଥିଲେ ଏବଂ ଜଣେ ସନ୍ତାନଙ୍କୁ ମଧ୍ୟ ଜନ୍ମ ଦେଇଥିଲେ।
ବିଚାରପତି ଭିନିତ୍‌ ସରନ ଏବଂ ଦୀନେଶ ମାହେଶ୍ୱରୀଙ୍କ ନେତୃତ୍ୱରେ ଗଠିତ ଦୁଇଜଣିଆ ଖଣ୍ଡପୀଠ ଏହାର ବିଚାର କରି କହିଛନ୍ତି ଯେ, ହାଇକୋର୍ଟ ଏକ ସଚେତନ ନିଷ୍ପତ୍ତି ନେଇଛନ୍ତି ଏବଂ ଆମେ ତାଙ୍କ ରାୟରେ ହସ୍ତକ୍ଷେପ କରିବାକୁ ଚାହୁଁ ନାହୁଁ। ତେବେ ଖଣ୍ଡପୀଠ ପକ୍ଷରୁ କୁହାଯାଇଛି ଯେ, ପୀଡିତା ପୂର୍ବତନ  ପାଦ୍ରୀଙ୍କୁ ବିବାହ କରିବା ଲାଗି ଟ୍ରାଏଲ କୋର୍ଟରେ ଆବେଦନ କରିପାରିବେ।
ପୂର୍ବ ପାଦ୍ରୀଙ୍କ ପକ୍ଷରୁ ଆଇନଜୀବୀ ଅମିତ ଜର୍ଜ ଖଣ୍ଡପୀଠଙ୍କ ସମ୍ମୁଖରେ ଯୁକ୍ତି ବାଢ଼ିଥିଲେ ଯେ, ବିବାହ ସମ୍ବନ୍ଧରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହା ମୌଳିକ ଅଧିକାର ପରିସରଭୁକ୍ତ। ଖଣ୍ଡପୀଠ ଜର୍ଜଙ୍କୁ ପୀଡିତା ଏବଂ ପୂର୍ବତନ ପାଦ୍ରୀଙ୍କ ବୟସ କେତେ ବୋଲି ପଚାରିଥିଲେ। ଜର୍ଜ କହିଥିଲେ ପୂର୍ବ ପାଦ୍ରୀଙ୍କ ବୟସ ୪୯ ବର୍ଷ ବେଳେ ପୀଡ଼ିତାଙ୍କ ବୟସ ୨୫। ସର୍ବୋଚ୍ଚ ଅଦାଲତ ଜର୍ଜଙ୍କୁ କହିଛନ୍ତି ଯେ ଆପଣ ନିଜେ ହାଇକୋର୍ଟରୁ ବିସ୍ତୃତ ନିର୍ଦ୍ଦେଶନାମା ଆମନ୍ତ୍ରିତ କରିଛନ୍ତି ଏବଂ ଏଥିରେ ହସ୍ତକ୍ଷେପ କରିବା ଅନାବଶ୍ୟକ।
ପୀଡ଼ିତାଙ୍କ ପକ୍ଷରୁ କୋର୍ଟରେ ହାଜର ହୋଇଥିବା ବରିଷ୍ଠ ଆଇନଜୀବୀ କିରଣ ସୁରୀ କହିଛନ୍ତି ଯେ, ସେ ଅଭିଯୁକ୍ତଙ୍କ ପାଇଁ ଦୁଇ ମାସର ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ କରିଛନ୍ତି। ଏହି ସମୟ ମଧ୍ୟରେ ପୂର୍ବ ପାଦ୍ରୀ ପୀଡ଼ିତାଙ୍କୁ ବିବାହ କରିପାରିବେ ଏବଂ ତାଙ୍କର ଚାରି ବର୍ଷର ଶିଶୁକୁ ଆଇନଗତ ସୁବିଧା ସୁଯୋଗ ପ୍ରଦାନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୩୧ରୁ ମିଳିବନି ଚିକେନ୍! ବିକ୍ରି ବନ୍ଦ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୯ା୭: ଭାରତ ଏକ ବିବିଧତାରେ ପରିପୂର୍ଣ୍ଣ ଦେଶ, ଯେଉଁଠାରେ ଭିନ୍ନ ଭିନ୍ନ ଧର୍ମ, ବିଶ୍ୱାସ ଏବଂ ଚିନ୍ତାଧାରାର ଲୋକମାନେ ବାସ କରନ୍ତି। ଆମିଷ (ନନ୍-ଭେଜ୍) ଖାଉଥିବା ଲୋକଙ୍କ…

ଲୋକ ସଭାରେ ରାହୁଲ ଖୋଲାଖୋଲି କହିଦେଲେ ଏକ ବଡ଼ କଥା, ରାଗିଗଲେ କିରେନ ରିଜିଜୁ, କହିଲେ କ୍ଷମା ନ ମାଗିଲେ…

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ପେପର ଲିକ୍‌ ବିରୋଧୀ ବିଲ୍‌ ସମୟରେ ରାହୁଲ ଗାନ୍ଧୀ ତାଙ୍କର ଭାଷଣ ରଖିଥିଲେ। ଏହି ସମୟରେ ରାହୁଲ ଜୋର୍‌ ଦେଇ କହିଥିଲେ ଯେ,…

ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର,୨୯ା୭: ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବାଲେଶ୍ୱରର ୧୨, ଭଦ୍ରକର ୫, ଢେଙ୍କାନାଳର…

ସ୍ବଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ/ଢାକା,୨୯।୭: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ବୁଧବାର କହିଛନ୍ତି ଯେ ଗିରଫ, ଜେଲ କିମ୍ବା ମୃତ୍ୟୁଦଣ୍ଡର ବିପଦ ସତ୍ତ୍ୱେ ସେ ଡିସେମ୍ବର ସୁଦ୍ଧା ତାଙ୍କ ଦେଶକୁ…

ସରକାରଙ୍କୁ ଚେତାବନୀ ଦେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ, କହିଲେ-କଙ୍ଗନାଙ୍କୁ…

ନୂଆଦିଲ୍ଲୀ, ୨୯।୭: ଦିଲ୍ଲୀରେ ଗଣମାଧ୍ୟମ ସହ ଆଲୋଚନା ସମୟରେ ‘ସିଜେପି’ (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେ ସଙ୍କେତ ଦେଇଛନ୍ତି ଯେ ଯଦି ସରକାର ସେମାନଙ୍କ ଦାବି ଉପରେ…

ରାହୁଲ ଗାନ୍ଧୀଙ୍କ ‘ଇଡିଅଟ’ ଶବ୍ଦ ବ୍ୟବହାରକୁ ନେଇ ଲୋକ ସଭାରେ ହଟ୍ଟଗୋଳ

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ଆଲୋଚନା ଚାଲିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗୃହକୁ ସମ୍ବୋଧିତ କରୁଛନ୍ତି। ତାଙ୍କ ଭାଷଣ…

CJP ପ୍ରଦର୍ଶନରେ ଲଠିଚାର୍ଜକୁ ନେଇ ଖାର୍ଗେ-ନଡ୍ଡା ମୁହାଁମୁହିଁ

ନୂଆଦିଲ୍ଲୀ,୨୯।୭: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ପ୍ରଦର୍ଶନ ସମୟରେ ପ୍ରଦର୍ଶନକାରୀଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ବୁଧବାର ରାଜ୍ୟ ସଭାରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ ଉପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ; X ଠାରୁ ମାଗିଲା ଆକାଉଣ୍ଟ ବିବରଣୀ

ନୂଆଦିଲ୍ଲୀ,୨୯।୭: NEET ପେପର୍‌ ଲିକ ବିରୋଧରେ CJPଙ୍କ ପ୍ରତିବାଦ ସମୟରେ ଏବଂ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟାନ୍ୟ ସାମ୍ବିଧାନିକ କାର୍ଯ୍ୟାଳୟକୁ ଟାର୍ଗେଟ କରି ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri