Posted inଜାତୀୟ

ବୁଲା କୁକୁରଙ୍କୁ ଖାଇବାକୁ ଦେବା ନାଗରିକଙ୍କ ଅଧିକାର, ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୫।୩ : ରାସ୍ତାରେ ବୁଲୁଥିବା ବୁଲା କୁକୁରଙ୍କୁ ଖାଇବାକୁ ଦେବା ନାଗରିକଙ୍କ ଅଧିକାର। ଦିଲ୍ଲୀ ହାଇକୋର୍ଟ ଏଭଳି ରାୟ ପ୍ରଦାନ କରିଥିଲେ। ତେବେ ଏହାର ଶୁଣାଣି କରି ସୁପ୍ରିମ୍‌କୋର୍ଟ ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇଛନ୍ତି। ଏନେଇ ଶୀର୍ଷକୋର୍ଟ ଭାରତୀୟ ପ୍ରାଣୀ କଲ୍ୟାଣ ବୋର୍ଡ, ଦିଲ୍ଲୀ ସରକାର ଏବଂ ଅନ୍ୟ ବ୍ୟକ୍ତିଗତ ପ୍ରତିବାଦୀଙ୍କୁ ନୋଟିସ୍‌ ଜାରି କରିଛନ୍ତି।

ବିଚାରପତି ଭିନିତ୍‌ ସରନ୍‌ ଏବଂ ଅନିରୁଦ୍ଧ ବୋଷଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠଙ୍କ ପକ୍ଷରୁ ୬ ସପ୍ତାହ ମଧ୍ୟରେ ଜବାବ୍‌ ତଲବ କରାଯାଇଛି।

ସ୍ବେଚ୍ଛାସେବୀ ସଂଗଠନ ହ୍ୟୁମାନ୍‌ ଫାଉଣ୍ଡେଶନ ଫର୍‌ ପିପୁଲ ଆଣ୍ଡ୍‌ ଆନିମଲ୍‌ ପକ୍ଷରୁ କରାଯାଇଥିବା ଏକ ଆବେଦନ ଉପରେ ବିଚାର କରି ହାଇକୋର୍ଟ କହିଥିଲେ ଯେ, ବୁଲା କୁକୁରଙ୍କ ସେମାନେ ବାସ କରୁଥିବା ଅଞ୍ଚଳରେ ନାଗରିକମାନେ ଖାଦ୍ୟ ଖାଇବାକୁ ଦେଇ ପାରିବେ।

ତେବେ ଯେପରି ଅନ୍ୟ ନାଗରିକଙ୍କ ଉପରେ ଏହାର କୌଣସି ନକାରାତ୍ମକ ପ୍ରଭାବ ନପଡେ ସେଥିପ୍ରତି ଦୃଷ୍ଟି ଦେବା ଜରୁରୀ। ପ୍ରାଣୀଙ୍କ ପ୍ରତି ଦୟା ପ୍ରଦର୍ଶନ କରିବା ଆବଶ୍ୟକ। ସରକାରୀ ତଥା ଅଣ ସରକାରୀ ସଂସ୍ଥା ପ୍ରାଣୀଙ୍କ ସୁରକ୍ଷା ଲାଗି କାର୍ଯ୍ୟ କରିବା ଉଚିତ ବୋଲି ହାଇକୋର୍ଟ ବିଚାରପତି ଜେ.ଆର୍‌. ମିଧାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଥିଲେ।

ତେବେ ହାଇକୋର୍ଟଙ୍କ ରାୟକୁ ବିରୋଧ କରି ଆଇନଜୀବୀ ନିର୍ନିମେଶ ଦୁବେ ସୁପ୍ରିମ୍‌କୋର୍ଟ ଏକ ପିଟିଶନ ଦାଖଲ କରିଛନ୍ତିି। ସେ କହିଛନ୍ତି ଯେ, ବୁଲା କୁକୁରଙ୍କର କେହି ମାଲିକ ନାହାନ୍ତି। ସେମାନେ ହିଂସ୍ର ମନୋଭାବ ପ୍ରଦର୍ଶନ କରିଥାନ୍ତି। ସେହିପରି ହାଇକୋର୍ଟଙ୍କ ଏଭଳି ରାୟ ଦ୍ୱାରା ବୁଲା କୁକୁରଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବ ଏବଂ ଲୋକଙ୍କ ଉପରେ ଏହାର ନକାରାତ୍ମକ ପ୍ରଭାବ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri