Posted inଜାତୀୟ

ବୁଲା କୁକୁରଙ୍କୁ ଖାଇବାକୁ ଦେବା ନାଗରିକଙ୍କ ଅଧିକାର, ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୫।୩ : ରାସ୍ତାରେ ବୁଲୁଥିବା ବୁଲା କୁକୁରଙ୍କୁ ଖାଇବାକୁ ଦେବା ନାଗରିକଙ୍କ ଅଧିକାର। ଦିଲ୍ଲୀ ହାଇକୋର୍ଟ ଏଭଳି ରାୟ ପ୍ରଦାନ କରିଥିଲେ। ତେବେ ଏହାର ଶୁଣାଣି କରି ସୁପ୍ରିମ୍‌କୋର୍ଟ ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇଛନ୍ତି। ଏନେଇ ଶୀର୍ଷକୋର୍ଟ ଭାରତୀୟ ପ୍ରାଣୀ କଲ୍ୟାଣ ବୋର୍ଡ, ଦିଲ୍ଲୀ ସରକାର ଏବଂ ଅନ୍ୟ ବ୍ୟକ୍ତିଗତ ପ୍ରତିବାଦୀଙ୍କୁ ନୋଟିସ୍‌ ଜାରି କରିଛନ୍ତି।

ବିଚାରପତି ଭିନିତ୍‌ ସରନ୍‌ ଏବଂ ଅନିରୁଦ୍ଧ ବୋଷଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠଙ୍କ ପକ୍ଷରୁ ୬ ସପ୍ତାହ ମଧ୍ୟରେ ଜବାବ୍‌ ତଲବ କରାଯାଇଛି।

ସ୍ବେଚ୍ଛାସେବୀ ସଂଗଠନ ହ୍ୟୁମାନ୍‌ ଫାଉଣ୍ଡେଶନ ଫର୍‌ ପିପୁଲ ଆଣ୍ଡ୍‌ ଆନିମଲ୍‌ ପକ୍ଷରୁ କରାଯାଇଥିବା ଏକ ଆବେଦନ ଉପରେ ବିଚାର କରି ହାଇକୋର୍ଟ କହିଥିଲେ ଯେ, ବୁଲା କୁକୁରଙ୍କ ସେମାନେ ବାସ କରୁଥିବା ଅଞ୍ଚଳରେ ନାଗରିକମାନେ ଖାଦ୍ୟ ଖାଇବାକୁ ଦେଇ ପାରିବେ।

ତେବେ ଯେପରି ଅନ୍ୟ ନାଗରିକଙ୍କ ଉପରେ ଏହାର କୌଣସି ନକାରାତ୍ମକ ପ୍ରଭାବ ନପଡେ ସେଥିପ୍ରତି ଦୃଷ୍ଟି ଦେବା ଜରୁରୀ। ପ୍ରାଣୀଙ୍କ ପ୍ରତି ଦୟା ପ୍ରଦର୍ଶନ କରିବା ଆବଶ୍ୟକ। ସରକାରୀ ତଥା ଅଣ ସରକାରୀ ସଂସ୍ଥା ପ୍ରାଣୀଙ୍କ ସୁରକ୍ଷା ଲାଗି କାର୍ଯ୍ୟ କରିବା ଉଚିତ ବୋଲି ହାଇକୋର୍ଟ ବିଚାରପତି ଜେ.ଆର୍‌. ମିଧାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଥିଲେ।

ତେବେ ହାଇକୋର୍ଟଙ୍କ ରାୟକୁ ବିରୋଧ କରି ଆଇନଜୀବୀ ନିର୍ନିମେଶ ଦୁବେ ସୁପ୍ରିମ୍‌କୋର୍ଟ ଏକ ପିଟିଶନ ଦାଖଲ କରିଛନ୍ତିି। ସେ କହିଛନ୍ତି ଯେ, ବୁଲା କୁକୁରଙ୍କର କେହି ମାଲିକ ନାହାନ୍ତି। ସେମାନେ ହିଂସ୍ର ମନୋଭାବ ପ୍ରଦର୍ଶନ କରିଥାନ୍ତି। ସେହିପରି ହାଇକୋର୍ଟଙ୍କ ଏଭଳି ରାୟ ଦ୍ୱାରା ବୁଲା କୁକୁରଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବ ଏବଂ ଲୋକଙ୍କ ଉପରେ ଏହାର ନକାରାତ୍ମକ ପ୍ରଭାବ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା...

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri