Posted inଜାତୀୟ

ପବନ ଖେଡା, ରାଘବ ଚଢାଙ୍କ ମାମଲାର ଶୁଣାଣି ସୋମବାର

ନୂଆଦିଲ୍ଲୀ,୧୫।୧୦:  ସଂସଦରୁ ନିଲମ୍ବିତ ହୋଇଥିବା ଆମ ଆଦମୀ ପାର୍ଟି (ଏଏପି) ଏମପି ରାଘବ ଚାଢା ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ରାଜ୍ୟ ସଭାରୁ ତାଙ୍କର ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତାଦେଶ ବିରୋଧରେ ରାଘବ ଚଢାଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନ ଉପରେ ସୋମବାର ସୁପ୍ରିମକୋର୍ଟ ଶୁଣାଣି କରିବେ। ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡଙ୍କ ନେତୃତ୍ୱରେ ତିନିଜଣ ବିଚାରପତିଙ୍କ ଏକ ବେଞ୍ଚରେ ରାଘବଙ୍କ ମାମଲାର ଶୁଣାଣି ହେବ।
ସୁପ୍ରିମକୋର୍ଟରେ ସ୍ଥଗିତାଦେଶକୁ ଚ୍ୟାଲେଞ୍ଜ କରି ଏମପି ରାଘବ ଚଢାଙ୍କ ଆବେଦନ ଶୁଣାଣି ହେବ। ପ୍ରଧାନ ବିଚାରପତି ଡଓ୍ବାଇ ଚନ୍ଦ୍ରଚୁଡ ଜଷ୍ଟିସ ଜେ.ବି ପରଦୀୱାଲା ଏବଂ ଜଷ୍ଟିସ ମନୋଜ ମିଶ୍ରଙ୍କ ଖଣ୍ଡପୀଠ ଏହି ଶୁଣାଣି କରିବେ। ସଂସଦର ମୌସୁମୀ ଅଧିବେଶନର ଶେଷ ଦିନ ଅଗଷ୍ଟ ୧୧ରେ ଆମ ଆଦମୀ ପାର୍ଟି ଏମପିଙ୍କୁ ଅସାମ୍ବିଧାନିକ ଆଚରଣ କରାଯାଇଥିବା ଅଭିଯୋଗ ହୋଇଛି। ନିୟମ ଉଲ୍ଲଂଘନ, ଅସଦାଚରଣ, ଅନୈତିକ ମନୋଭାବ ଏବଂ ଅବମାନନା ଆଚରଣ ପାଇଁ ନିଲମ୍ବିତ ହୋଇଥିବା ରାଘବଙ୍କ ମାମଲାରେ ସଂସଦର ବିଶେଷାଧିକାର କମିଟି ଦ୍ୱାରା ପ୍ରକାଶିତ ଏକ ରିପୋର୍ଟ ବିଚାରାଧୀନ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri