Posted inଜାତୀୟ

ବୈବାହିକ ବଳାତ୍କାର ମାମଲାରେ କେନ୍ଦ୍ରକୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୧୬।୧ : ବୈବାହିକ ବଳାତ୍କାର ମାମଲାରେ ସୁପ୍ରିମକୋର୍ଟ କେନ୍ଦ୍ରକୁ ନୋଟିସ ଜାରି କରିଛନ୍ତି। ବୈବାହିକ ବଳାତ୍କାରକୁ ଅପରାଧ ଶ୍ରେଣୀରେ ଆଣିବା ପାଇଁ ସୁପ୍ରିମକୋର୍ଟ ଏହା ଦ୍ୱାରା ଏକ ବଡ ପଦକ୍ଷେପ ନେଇଛନ୍ତି। ବୈବାହିକ ବଳାତ୍କାରକୁ ଅପରାଧ ଶ୍ରେଣୀରେ ଆଣିବା ଉଚିତ କି ନାହିଁ ପ୍ରଶ୍ନ ଉପରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ଫେବୃଆରୀ ୧୫ ସୁଦ୍ଧା ଏହାର ଉତ୍ତର ଦାଖଲ କରିବାକୁ କହିଛନ୍ତି। ମାର୍ଚ୍ଚ ୧୪ ରୁ କୋର୍ଟ ଏହି ମାମଲାର ଅନ୍ତିମ ଶୁଣାଣି କରିବେ।

ପ୍ରଧାନ ବିଚାରପତି ଡି.ଓ୍ବାଇ.ଚନ୍ଦ୍ରଚୂଡ, ବିଚାରପତି ପିଏସ୍‌ ନରସିଂହ ଏବଂ ଜେବି ପାରଦିଓ୍ବାଲାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ମାମଲାର ବିଚାର କରି ଏଭଳି କହିଛନ୍ତି।

ଏହାର ଶୁଣାଣି ସମୟରେ କେନ୍ଦ୍ର ପକ୍ଷରୁ ହାଜର ହୋଇଥିବା ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି ଯେ ଏହି ଘଟଣାର ବଡ ପ୍ରଭାବ ପଡ଼ିବ। ଆମେ କିଛି ମାସ ପୂର୍ବରୁ ସମସ୍ତ ହିତାଧିକାରୀଙ୍କ ଠାରୁ ମତାମତ ଲୋଡିଥିଲୁ । ଆମେ ଏହି ପ୍ରସଙ୍ଗରେ ଉତ୍ତର ଦାଖଲ କରିବାକୁ ଚାହୁଁଛୁ। ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ମାର୍ଚ୍ଚ ୩ ସୁଦ୍ଧା ସମସ୍ତ ପକ୍ଷ ଲିଖିତ ଯୁକ୍ତି ଉପସ୍ଥାପନ କରିବେ।

ଏହାପୂର୍ବରୁ ଦିଲ୍ଲୀ ହାଇକୋର୍ଟର ଦୁଇ ଜଣିଆ ବିଚାରପତିଙ୍କ ଡିଭିଜନ ବେଞ୍ଚ ବୈବାହିକ ବଳାତ୍କାରର ଅପରାଧୀକରଣ ଉପରେ ଏକ ରାୟ ଦେଇଥିଲେ। ବେଞ୍ଚରେ ଥିବା ଜଣେ ବିଚାରପତି ତାଙ୍କ ନିଷ୍ପତ୍ତିରେ ବୈବାହିକ ବଳାତ୍କାରକୁ ଅପରାଧ ବୋଲି ବିବେଚନା କରିଥିବାବେଳେ ଅନ୍ୟ ବିଚାରପତି ଏହାକୁ ଅପରାଧ ବୋଲି ବିବେଚନା କରି ନ ଥିଲେ। ଏହି ଶୁଣାଣି ସମୟରେ ବେଞ୍ଚରେ ଅଧ୍ୟକ୍ଷତା କରିଥିବା ଜଷ୍ଟିସ ରାଜୀବ ଶକଧର ବୈବାହିକ ବଳାତ୍କାରକୁ ରଦ୍ଦ କରିବା ଲାଗି ସମର୍ଥନ କରିଥିବାବେଳେ ଜଷ୍ଟିସ ସି ହରି ଶଙ୍କର କହିଥିଲେ ଯେ ଆଇପିସି ଅଧୀନରେ ଏହା ଅଣସାମ୍ବିଧାନିକ ନୁହେଁ ଏବଂ ଏହା ଏକ ଭିନ୍ନତା ଉପରେ ଆଧାରିତ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri