Posted inଜାତୀୟ

ବୈବାହିକ ବଳାତ୍କାର ମାମଲାରେ କେନ୍ଦ୍ରକୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୧୬।୧ : ବୈବାହିକ ବଳାତ୍କାର ମାମଲାରେ ସୁପ୍ରିମକୋର୍ଟ କେନ୍ଦ୍ରକୁ ନୋଟିସ ଜାରି କରିଛନ୍ତି। ବୈବାହିକ ବଳାତ୍କାରକୁ ଅପରାଧ ଶ୍ରେଣୀରେ ଆଣିବା ପାଇଁ ସୁପ୍ରିମକୋର୍ଟ ଏହା ଦ୍ୱାରା ଏକ ବଡ ପଦକ୍ଷେପ ନେଇଛନ୍ତି। ବୈବାହିକ ବଳାତ୍କାରକୁ ଅପରାଧ ଶ୍ରେଣୀରେ ଆଣିବା ଉଚିତ କି ନାହିଁ ପ୍ରଶ୍ନ ଉପରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ଫେବୃଆରୀ ୧୫ ସୁଦ୍ଧା ଏହାର ଉତ୍ତର ଦାଖଲ କରିବାକୁ କହିଛନ୍ତି। ମାର୍ଚ୍ଚ ୧୪ ରୁ କୋର୍ଟ ଏହି ମାମଲାର ଅନ୍ତିମ ଶୁଣାଣି କରିବେ।

ପ୍ରଧାନ ବିଚାରପତି ଡି.ଓ୍ବାଇ.ଚନ୍ଦ୍ରଚୂଡ, ବିଚାରପତି ପିଏସ୍‌ ନରସିଂହ ଏବଂ ଜେବି ପାରଦିଓ୍ବାଲାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ମାମଲାର ବିଚାର କରି ଏଭଳି କହିଛନ୍ତି।

ଏହାର ଶୁଣାଣି ସମୟରେ କେନ୍ଦ୍ର ପକ୍ଷରୁ ହାଜର ହୋଇଥିବା ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି ଯେ ଏହି ଘଟଣାର ବଡ ପ୍ରଭାବ ପଡ଼ିବ। ଆମେ କିଛି ମାସ ପୂର୍ବରୁ ସମସ୍ତ ହିତାଧିକାରୀଙ୍କ ଠାରୁ ମତାମତ ଲୋଡିଥିଲୁ । ଆମେ ଏହି ପ୍ରସଙ୍ଗରେ ଉତ୍ତର ଦାଖଲ କରିବାକୁ ଚାହୁଁଛୁ। ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ମାର୍ଚ୍ଚ ୩ ସୁଦ୍ଧା ସମସ୍ତ ପକ୍ଷ ଲିଖିତ ଯୁକ୍ତି ଉପସ୍ଥାପନ କରିବେ।

ଏହାପୂର୍ବରୁ ଦିଲ୍ଲୀ ହାଇକୋର୍ଟର ଦୁଇ ଜଣିଆ ବିଚାରପତିଙ୍କ ଡିଭିଜନ ବେଞ୍ଚ ବୈବାହିକ ବଳାତ୍କାରର ଅପରାଧୀକରଣ ଉପରେ ଏକ ରାୟ ଦେଇଥିଲେ। ବେଞ୍ଚରେ ଥିବା ଜଣେ ବିଚାରପତି ତାଙ୍କ ନିଷ୍ପତ୍ତିରେ ବୈବାହିକ ବଳାତ୍କାରକୁ ଅପରାଧ ବୋଲି ବିବେଚନା କରିଥିବାବେଳେ ଅନ୍ୟ ବିଚାରପତି ଏହାକୁ ଅପରାଧ ବୋଲି ବିବେଚନା କରି ନ ଥିଲେ। ଏହି ଶୁଣାଣି ସମୟରେ ବେଞ୍ଚରେ ଅଧ୍ୟକ୍ଷତା କରିଥିବା ଜଷ୍ଟିସ ରାଜୀବ ଶକଧର ବୈବାହିକ ବଳାତ୍କାରକୁ ରଦ୍ଦ କରିବା ଲାଗି ସମର୍ଥନ କରିଥିବାବେଳେ ଜଷ୍ଟିସ ସି ହରି ଶଙ୍କର କହିଥିଲେ ଯେ ଆଇପିସି ଅଧୀନରେ ଏହା ଅଣସାମ୍ବିଧାନିକ ନୁହେଁ ଏବଂ ଏହା ଏକ ଭିନ୍ନତା ଉପରେ ଆଧାରିତ।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri