ଏନ୍‌ଇଇଟି-ୟୁଜି ଉପରେ ସୁପ୍ରିମକୋର୍ଟଙ୍କ ରାୟ ସତ୍ୟର ବିଜୟ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୪।୭(ସୁନିତ୍‌ ମିଶ୍ର): ଏନ୍‌ଇଇଟି୍‌-ୟୁଜି ପୁନଃ ପରୀକ୍ଷା ହେବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ କହିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନୂଆଦିଲ୍ଲୀରେ ଏହି ପ୍ରସଙ୍ଗରେ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ସୁପ୍ରିମକୋର୍ଟ ଦେଇଥିବା ରାୟ ଦ୍ୱାରା ସତ୍ୟର ବିଜୟ ହୋଇଛି। ଏହି ନିଷ୍ପତ୍ତି ସମସ୍ତ କଳ୍ପନାଜଳ୍ପନାକୁ ଦୂରକରିବା ସହ ଅନେକ ଲକ୍ଷ କଠିନ ପରିଶ୍ରମୀ ଓ ସଚ୍ଚୋଟ ଛାତ୍ରୀଛାତ୍ରଙ୍କୁ ଆଶ୍ୱସ୍ତି ଦେବ। ସେ ଆହୁରି କହିଛନ୍ତି, ଏନ୍‌ଇଇଟି ପରୀକ୍ଷାର୍ଥୀଙ୍କ ମଧ୍ୟରେ ଥିବା ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କ ହିତରେ ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଛାତ୍ରୀଛାତ୍ରଙ୍କ ସ୍ବାର୍ଥ ବଜାୟ ରଖୁଥିବା ଏହି ଐତିହାସିକ ରାୟ ପାଇଁ ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶରେ ବିଦ୍ୟାର୍ଥୀଙ୍କ ପାଇଁ ଅନୁଷ୍ଠିତ ହେଉଥିବା ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ପରୀକ୍ଷାକୁ ସ୍ବଚ୍ଛ, ବିନା କୌଣସି ଟ୍ୟାମ୍ପରିଂ ତଥା ତ୍ରୁଟିଶୂନ୍ୟ କରିବା ପାଇଁ ଶିକ୍ଷା ବିଭାଗ କଟିବଦ୍ଧ ଅଛି। ଏନ୍‌ଇଇଟି ପରୀକ୍ଷାକୁ ପରିଚାଳନା କରୁଥିବା ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ)କୁ ସ୍ବଚ୍ଛ ଓ ନିରପେକ୍ଷ କରିବା ପାଇଁ ପୂର୍ବରୁ ମନ୍ତ୍ରଣାଳୟ ପକ୍ଷରୁ ଏକ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟି ଗଠନ କରାଯାଇଛି। ଇସ୍ରୋର ପୂର୍ବତନ ଅଧ୍ୟକ୍ଷ ଡ. କେ. ରାଧାକ୍ରିଷ୍ଣନଙ୍କ ନେତୃତ୍ୱରେ ଗଠିତ କମିଟି ସମସ୍ତ ଦିଗରୁ ଘଟଣାକୁ ଅନୁଧ୍ୟାନ କରିବା ସହ ନିଜର କାମ ଜାରି ରଖିଛନ୍ତି। ସିବିଆଇ ମଧ୍ୟ ନିଜର କାମ ଜାରି ରଖିଛି। ଯୁବପିଢ଼ି, ବିଦ୍ୟାର୍ଥୀ ଏବଂ ସେମାନଙ୍କ ଅଭିଭାବକଙ୍କୁ ଆଶ୍ୱସ୍ତ କରୁଛି ଯେ, ଏନ୍‌ଟିଏ ସଂସ୍ଥା ଦ୍ୱାରା ପରିଚାଳିତ ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବା ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ। ଏହି ସମସ୍ତ ପ୍ରକ୍ରିୟାରେ ଯେଉଁ ଅବ୍ୟବସ୍ଥା ହୋଇଛି ସେଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଆଇନ ଅନୁସାରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଯେଉଁମାନେ ଦେଶର ପରୀକ୍ଷା ବ୍ୟବସ୍ଥାକୁ ସମାଲୋଚନାକରି ଏହି ସମ୍ବେଦନଶୀଳ ପ୍ରସଙ୍ଗରେ ନିଜର ସ୍ବାର୍ଥ ପାଇଁ ଉପଯୋଗ କରି ରାଜନୈତିକ ଅସ୍ଥିରତା ଓ ଅରାଜକତା ସୃଷ୍ଟି କରିଛନ୍ତି, ଏହି ରାୟ ସେମାନଙ୍କ ଆଖି ଖୋଲିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri