Posted inଜାତୀୟ

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର ହୋଇଛି। ଶନିବାର ଓକିଲମାନେ ସୁପ୍ରିମକୋର୍ଟରୁ ଜନ୍ତର ମନ୍ତରର ଅଭିମୁଖେ ରାଲି ବାହାରଛନ୍ତି। ହେଲେ ଦିଲ୍ଲୀ ପୋଲିସ ରାସ୍ତାରୁ ହିଁ ସେମାନଙ୍କୁ ଉଠାଇ ନେଇଛି। ଏହାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଛି ସୁପ୍ରିମକୋର୍ଟ ବାର ଆସୋସିଏସନ।

ବାର ଆସୋସିଏସନ ଭାତର ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କୁ ଦିଲ୍ଲୀ ପୋଲିସ ଏବଂ କେନ୍ଦ୍ରୀୟ ବଳ ଦ୍ଵାରା ଓକିଲଙ୍କୁ ଅଟକ ରଖିବା ମାମଲାରେ ହସ୍ତକ୍ଷେପ କରିବାକୁ ଅପିଲ୍ କରିଛି। ସୁପ୍ରିମକୋର୍ଟ ଅଞ୍ଚଳରେ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରୁଥିବା ବରିଷ୍ଠ ଓ ଯୁବ ଓକିଲ ବିଶେଷ କରି ମହିଳା ଓକିଲଙ୍କ ବିରୋଧରେ ପୋଲିସର ଆବଶ୍ୟକତାଠୁ ଅଧିକ ବଳ ପ୍ରୟୋଗ ଏବଂ ସେମାନଙ୍କୁ ଅଟକ ରଖିବାକୁ କଡ଼ା ଶବ୍ଦରେ ନିନ୍ଦା କରିଛି ସୁପ୍ରିମକୋର୍ଟ ବାର ଆସୋସିଏସନ।

ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ସିଜେପି ଓ ବିଭିନ୍ନ ଛାତ୍ର ସଂଗଠନ ଅକ୍ଟୋବର ୧୦ରେ ଜନ୍ତର ମନ୍ତରରେ ଆନ୍ଦୋଳନର ଆହ୍ଵାନ ଦେଇଥିଲେ। ହେଲେ ଦିଲ୍ଲୀ ପୋଲିସ ଏହି ପ୍ରଦର୍ଶନ ପାଇଁ ଅନୁମତି ଦେବାକୁ ମନା କରି ଦେଇଥିଲା। ଆନ୍ଦୋଳନ ପାଇଁ ବିଳମ୍ବରେ ଆବେଦନ କରିବା ଏବଂ ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଥିବା କହିଛି ପୋଲିସ।

ପ୍ରଦର୍ଶନକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ୩୦ ହଜାରରୁ ଅଧିକ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ରାଜଧାନୀର ଅନେକ ଅଞ୍ଚଳରେ ବ୍ୟାରିକେଡିଂ କରାଯାଇଛି ଏବଂ ଯାତାୟତ ଉପରେ କଟକଣା ଲଗାଯାଇଛି। ମେଟ୍ରୋ ଷ୍ଟେସନ ଓ ରେଳ ସେବା ଉପରେ ମଧ୍ୟ କଟକଣା ଲଗାଯାଇଥିଲା।

ଏହା ପୂର୍ବରୁ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରମୁଖ ତଥା ରାଷ୍ଟ୍ରୀୟ ସଂଯୋଜକ ଅଭିଜିତ ଦୀପକେଙ୍କୁ ଉଠାଇ ନେଇଛି ଦିଲ୍ଲୀ ପୋଲିସ। ଦୀପକେଙ୍କ ସହ ସିଜେପିର ସହସଂଯୋଜକ ଆଶୁତୋଷ ରାଙ୍କା ଏବଂ ସୌରଭ ଦାସଙ୍କୁ ମଧ୍ୟ ନିଜ ହେପାଜତକୁ ନେବାରେ ସଫଳ ହୋଇଛି ପୋଲିସ। ତିନି ଜଣ ମୁମ୍ବାଇରୁ ବିମାନ ଯୋଗେ ଦିଲ୍ଲୀ ବନ୍ଦରରେ ପହଞ୍ଚିବା ମାତ୍ରେ ଦିଲ୍ଲୀ ପୋଲିସ ବିମାନ ଭିତରେ ପଶି ସମସ୍ତଙ୍କୁ ନିଜ ହେପାଜତକୁ ନେଇ ଯାଇଛି। ଏହି ସମୟରେ ଅଭିଜିତ ଦୀପକେ କହିଛନ୍ତି ଯେ, ସେ ଗିରଫ ହେବା ପାଇଁ ହିଁ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ…

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?