Posted inଜାତୀୟ

ଏନ୍‌ଇଇଟି-ପିଜି: ପୁଣି କାଉନସେଲିଂ ଆବେଦନ ଖାରଜ

ନୂଆଦିଲ୍ଲୀ,୧୧।୬: ବିଭିନ୍ନ ମେଡିକାଲ କଲେଜରେ ଖାଲି ପଡ଼ିଥିବା ୧,୪୫୬ ସିଟ୍‌ ପୂରଣ ଲାଗି ଏନ୍‌ଇଇଟି-ପିଜି ୨୦୨୧ କାଉନସେଲିଂ ପୁଣି ଥରେ କରିବା ଲାଗି ଦାଏର ଏକାଧିକ ପିଟିଶନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ଏନ୍‌ଇଇଟି-ପିଜିରେ ସର୍ବଭାରତୀୟ କୋଟା ପୂରଣ ଲାଗି ସ୍ବତନ୍ତ୍ର ଷ୍ଟ୍ରେ-ରାଉଣ୍ଡ କାଉନସେଲିଂ ନ କରିବା ପାଇଁ କେନ୍ଦ୍ର ସରକାର ଓ ମେଡିକାଲ କାଉନସିଲ୍‌ର ନିଷ୍ପତ୍ତିକୁ ସ୍ବେଚ୍ଛାଚାରୀ କୁହାଯାଇପାରିବ ନାହିଁ ବୋଲି ଜଷ୍ଟିସ ଏମ୍‌. ଆର୍‌. ଶାହା ଏବଂ ଅନିରୁଦ୍ଧ ବୋଷଙ୍କ ଅବକାଶକାଳୀନ ଖଣ୍ଡପୀଠ କହିଛନ୍ତି। ଡାକ୍ତରୀ ଶିକ୍ଷା ମାନରେ କୌଣସି ପ୍ରକାର ସାଲିସ କରାଯାଇ ପାରିବ ନାହିଁ ବୋଲି ଖଣ୍ଡପୀଠ aସ୍ପଷ୍ଟ କରିଦେଇଛନ୍ତି। ଡାକ୍ତରୀ ଶିକ୍ଷା ଏବଂ ସର୍ବସାଧାରଣ ସ୍ବାସ୍ଥ୍ୟର ସ୍ବାର୍ଥକୁ ଦୃଷ୍ଟିରେ ରଖି ସରକାର ଏବଂ ମେଡିକାଲ କାଉନସେଲିଂ କମିଟି (ଏମ୍‌ସିସି) ସ୍ବତନ୍ତ୍ର ଷ୍ଟେ-ରାଉଣ୍ଡ କାଉନସେଲିଂ ନ କରାଇବାକୁ ନିଷ୍ପତ୍ତି ନେଇଛନ୍ତି। ତେଣୁ ଏହାକୁ ସ୍ବେଚ୍ଛାଚାରୀ ନିଷ୍ପତ୍ତି ବୋଲି କୁହାଯାଇପାରିବ ନାହିଁ। ଶିକ୍ଷାବର୍ଷ ଆରମ୍ଭ ହେବାର ପ୍ରାୟ ଗୋଟିଏ ବର୍ଷ ପରେ ଏବଂ ୮ରୁ ୯ ପର୍ଯ୍ୟାୟ କାଉନସେଲିଂ ଶେଷ ହୋଇଥିବାବେଳେ ଖାଲି ଆସନରେ ନାମ ଲେଖାଇବା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ ନାହିଁ ବୋଲି ଖଣ୍ଡପୀଠ କହିଛନ୍ତି।
ଏନ୍‌ଇଇଟି-ପିଜି-୨୦୨୧ର ସର୍ବଭାରତୀୟ କୋଟା ପାଇଁ ଷ୍ଟ୍ରେ-ରାଉଣ୍ଡ କାଉନସେଲିଂର ନିର୍ଦ୍ଦିଷ୍ଟ ସୀମା ରହିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ। ଶିକ୍ଷା ଓ ଜନସ୍ବାସ୍ଥ୍ୟ ସହ ସାଲିସ କରି ପିଲାଙ୍କୁ ନାମ ଲେଖାଇବାକୁ ଦିଆଯାଇପାରିବ ନାହିଁ ବୋଲି ଖଣ୍ଡପୀଠ ଟିପ୍ପଣୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?