Posted inଜାତୀୟ

କେନ୍ଦ୍ରକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ, ୨୯।୯(ପି.ଟି.): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରବର୍ତ୍ତୀ ହତ୍ୟା ଓ ବଳାତ୍କାର ମାମଲାଗୁଡ଼ିକର ସିବିଆଇ ତଦନ୍ତ ଅଦାଲତ ତତ୍ତ୍ୱାବଧାନରେ କରିବା ପାଇଁ କାଲ୍‌କାଟା ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ନିର୍ଦ୍ଦେଶନାମା ବିରୋଧରେ ପଶ୍ଚିମବଙ୍ଗ ସରକାରଙ୍କ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାର ଓ ଅନ୍ୟମାନଙ୍କୁ ଜବାବ ମାଗିଛନ୍ତି। ଏଭଳି ମାମଲାରେ ଅଧିକ ଏତଲା ଦାଏର ନ କରିବା ଲାଗି ସିବିଆଇକୁ ନିର୍ଦ୍ଦେଶ ଦେବା ନିମନ୍ତେ ଜଷ୍ଟିସ ବିନୀତ ସରଣ ଏବଂ ଅନିରୁଦ୍ଧ ବୋଷଙ୍କୁ ନେଇ ଗଠିତ ଖଣ୍ଡପୀଠ ମନା କରିଦେଇଛନ୍ତି। ଅନ୍ୟ ପକ୍ଷଙ୍କ ଜବାବ ନ ଶୁଣି ନିର୍ଦ୍ଦେଶ ଦିଆଯାଇପାରିବ ନାହିଁ ବୋଲି ଖଣ୍ଡପୀଠ କହିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଅକ୍ଟୋବର ୭କୁ ଧାର୍ଯ୍ୟ କରାଯାଇଛି।
ସୂଚନାଯୋଗ୍ୟ ଗତ ମେ’ରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଘଟିଥିଲା। ୨୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ହତ୍ୟା କରାଯିବା ସହ ମହିଳାମାନେ ବଳାତ୍କାରର ଶିକାର ହୋଇଥିଲେ। ଅନେକ ଘର ଓ ଦୋକାନ ପୋଡ଼ାଜଳା ଲୁଟ୍‌ପାଟ ହୋଇଥିଲା। ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) କମିଟିର ସୁପାରିସକୁ ଗ୍ରହଣ କରି ହାଇକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ବଳାତ୍କାର ଓ ହତ୍ୟା ମାମଲାଗୁଡ଼ିକର ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ।

ହସ୍ତକ୍ଷେପ କରିବେନି ହାଇକୋର୍ଟ

ପଶ୍ଚିମବଙ୍ଗର ଭବାନୀପୁର ଉପନିର୍ବାଚନ ତାରିଖ ସଂକ୍ରାନ୍ତରେ ହସ୍ତକ୍ଷେପ କରିବାକୁ କାଲ୍‌କାଟା ହାଇକୋର୍ଟ ସୋମବାର ମନା କରିଦେଇଛନ୍ତି। ଫଳରେ ନିର୍ବାଚନ କମିଶନ ଧାର୍ଯ୍ୟ କରିଥିବା ତାରିଖରେ ମତଦାନ ପାଇଁ ଅନୁମତି ମିଳିଛି। ଏହା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ତୃଣମୂଳ କଂଗ୍ରେସ ପାଇଁ ବଡ଼ ଆଶ୍ୱସ୍ତି। ତେବେ ଶୀଘ୍ର ଉପନିର୍ବାଚନ କରା ନ ଗଲେ ସାମ୍ବିଧାନିକ ସଙ୍କଟ ସୃଷ୍ଟି ହେବ ବୋଲି ଭାରତର ନିର୍ବାଚନ କମିଶନଙ୍କ ନିକଟକୁ ପତ୍ର ଲେଖିଥିବା ପଶ୍ଚିମବଙ୍ଗ ମୁଖ୍ୟ ସଚିବ ଏଚ୍‌.କେ. ଦ୍ୱିବେଦୀଙ୍କୁ ଅଦାଲତ ସମାଲୋଚନା କରିଛନ୍ତି। ଏଭଳି ପତ୍ର ଲେଖିବା ତାଙ୍କ ପକ୍ଷେ ଠିକ୍‌ ନ ଥିଲା ବୋଲି କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ରାଜେଶ ବିନ୍ଦଲ କହିଛନ୍ତି। ଭବାନୀପୁର ଉପନିର୍ବାଚନକୁ ଇସି ପ୍ରାଥମିକତା ଦେଉଥିବାରୁ ଉକ୍ତ ଆସନର ଅନ୍ୟତମ ପ୍ରାର୍ଥୀ ସାୟନ ବାନାର୍ଜୀ ଏହାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରି ଜନସ୍ବାର୍ଥ ମାମଲା ଦାଏର କରିଥିଲେ।
ସନ୍ଧ୍ୟା ସାଢ଼େ ୬ଟାରୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଭବାନୀପୁରରେ ୧୪୪ ଧାରା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri