Posted inଜାତୀୟ

କେନ୍ଦ୍ରକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ, ୨୯।୯(ପି.ଟି.): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରବର୍ତ୍ତୀ ହତ୍ୟା ଓ ବଳାତ୍କାର ମାମଲାଗୁଡ଼ିକର ସିବିଆଇ ତଦନ୍ତ ଅଦାଲତ ତତ୍ତ୍ୱାବଧାନରେ କରିବା ପାଇଁ କାଲ୍‌କାଟା ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ନିର୍ଦ୍ଦେଶନାମା ବିରୋଧରେ ପଶ୍ଚିମବଙ୍ଗ ସରକାରଙ୍କ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାର ଓ ଅନ୍ୟମାନଙ୍କୁ ଜବାବ ମାଗିଛନ୍ତି। ଏଭଳି ମାମଲାରେ ଅଧିକ ଏତଲା ଦାଏର ନ କରିବା ଲାଗି ସିବିଆଇକୁ ନିର୍ଦ୍ଦେଶ ଦେବା ନିମନ୍ତେ ଜଷ୍ଟିସ ବିନୀତ ସରଣ ଏବଂ ଅନିରୁଦ୍ଧ ବୋଷଙ୍କୁ ନେଇ ଗଠିତ ଖଣ୍ଡପୀଠ ମନା କରିଦେଇଛନ୍ତି। ଅନ୍ୟ ପକ୍ଷଙ୍କ ଜବାବ ନ ଶୁଣି ନିର୍ଦ୍ଦେଶ ଦିଆଯାଇପାରିବ ନାହିଁ ବୋଲି ଖଣ୍ଡପୀଠ କହିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଅକ୍ଟୋବର ୭କୁ ଧାର୍ଯ୍ୟ କରାଯାଇଛି।
ସୂଚନାଯୋଗ୍ୟ ଗତ ମେ’ରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଘଟିଥିଲା। ୨୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ହତ୍ୟା କରାଯିବା ସହ ମହିଳାମାନେ ବଳାତ୍କାରର ଶିକାର ହୋଇଥିଲେ। ଅନେକ ଘର ଓ ଦୋକାନ ପୋଡ଼ାଜଳା ଲୁଟ୍‌ପାଟ ହୋଇଥିଲା। ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) କମିଟିର ସୁପାରିସକୁ ଗ୍ରହଣ କରି ହାଇକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ବଳାତ୍କାର ଓ ହତ୍ୟା ମାମଲାଗୁଡ଼ିକର ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ।

ହସ୍ତକ୍ଷେପ କରିବେନି ହାଇକୋର୍ଟ

ପଶ୍ଚିମବଙ୍ଗର ଭବାନୀପୁର ଉପନିର୍ବାଚନ ତାରିଖ ସଂକ୍ରାନ୍ତରେ ହସ୍ତକ୍ଷେପ କରିବାକୁ କାଲ୍‌କାଟା ହାଇକୋର୍ଟ ସୋମବାର ମନା କରିଦେଇଛନ୍ତି। ଫଳରେ ନିର୍ବାଚନ କମିଶନ ଧାର୍ଯ୍ୟ କରିଥିବା ତାରିଖରେ ମତଦାନ ପାଇଁ ଅନୁମତି ମିଳିଛି। ଏହା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ତୃଣମୂଳ କଂଗ୍ରେସ ପାଇଁ ବଡ଼ ଆଶ୍ୱସ୍ତି। ତେବେ ଶୀଘ୍ର ଉପନିର୍ବାଚନ କରା ନ ଗଲେ ସାମ୍ବିଧାନିକ ସଙ୍କଟ ସୃଷ୍ଟି ହେବ ବୋଲି ଭାରତର ନିର୍ବାଚନ କମିଶନଙ୍କ ନିକଟକୁ ପତ୍ର ଲେଖିଥିବା ପଶ୍ଚିମବଙ୍ଗ ମୁଖ୍ୟ ସଚିବ ଏଚ୍‌.କେ. ଦ୍ୱିବେଦୀଙ୍କୁ ଅଦାଲତ ସମାଲୋଚନା କରିଛନ୍ତି। ଏଭଳି ପତ୍ର ଲେଖିବା ତାଙ୍କ ପକ୍ଷେ ଠିକ୍‌ ନ ଥିଲା ବୋଲି କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ରାଜେଶ ବିନ୍ଦଲ କହିଛନ୍ତି। ଭବାନୀପୁର ଉପନିର୍ବାଚନକୁ ଇସି ପ୍ରାଥମିକତା ଦେଉଥିବାରୁ ଉକ୍ତ ଆସନର ଅନ୍ୟତମ ପ୍ରାର୍ଥୀ ସାୟନ ବାନାର୍ଜୀ ଏହାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରି ଜନସ୍ବାର୍ଥ ମାମଲା ଦାଏର କରିଥିଲେ।
ସନ୍ଧ୍ୟା ସାଢ଼େ ୬ଟାରୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଭବାନୀପୁରରେ ୧୪୪ ଧାରା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri