Posted inଜାତୀୟ

ଭିକ୍ଷାବୃତ୍ତିକୁ ଅପରାଧ ଘୋଷଣା କରିଥିବା ୫ ରାଜ୍ୟକୁ ସୁପ୍ରିମ୍‌କୋର୍ଟ ନୋଟିସ୍‌

ନୂଆଦିଲ୍ଲୀ,୧୦।୨: ଭିକ୍ଷାବୃତ୍ତିକୁ ଏକ ଅପରାଧ ଭାବେ ଘୋଷଣା କରିଥିବା ୫ ରାଜ୍ୟକୁ ସୁପ୍ରମିକୋର୍ଟଙ୍କ ପକ୍ଷରୁ ଏହାର ବୈଧତା ନେଇ ନୋଟିସ୍‌ ଜାରି କରାଯାଇଛି। ସୁପ୍ରିମ୍‌କୋର୍ଟ ପଞ୍ଜାବ ପ୍ରିଭେନଶନ୍‌ ଅଫ୍‌ ବେଗରି ଆକ୍ଟ ୧୯୭୧ ସହିତ ୧୯୫୯ ବମ୍ବେ ପ୍ରିଭେନଶନ୍‌ ଅଫ୍‌ ବେଗିଙ୍ଗ୍‌ ଆକ୍ଟର ଧାରାକୁ ଚ୍ୟାଲେଞ୍ଜ୍‌ କରିଛନ୍ତି। ଆବେଦନକାରୀ ଏଭଳି ଆଇନ ଦ୍ୱାରା ସମାଜ ଗରିବ ଲୋକଙ୍କୁ ଶୋଷଣ କରାଯାଉଥିବା ଉଲ୍ଲେଖ କରିଛନ୍ତି। ଏନେଇ ପଞ୍ଜାବ, ମହାରାଷ୍ଟ୍ର, ହରିୟାଣା, ଗୁଜରାଟ ଏବଂ ବିହାର ଆଦି ରାଜ୍ୟ ସରକାରଙ୍କୁ ନୋଟିସ୍‌ ଜାରି ହୋଇଛି। ଜୀବନର ମୌଳିକ ଅଧିକାରକୁ ଏହି ଆଇନ କ୍ଷୁର୍ଣ୍ଣ କରୁଥିବା କୋର୍ଟ କହିଛନ୍ତି। ଏହି ଅିନରେ ଭିକ୍ଷାବୃତ୍ତି କଲେ ୩ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡାଦେଶର ପ୍ରାବଧାନ ରହିଛି। ଦ୍ୱିତୀୟ ଥର ଧରାପଡ଼ିଲେ ଦଣ୍ଡ ଅଧିକ କଠୋର ହେବାର ଆଇନ ମଧ୍ୟ ରହିଛି। ତେବେ ଭିକ୍ଷାବୃତ୍ତି କରୁଥିବା ବ୍ୟକ୍ତିଙ୍କ ପାଇଁ ପୁନର୍ବାସ ଆଇନ ମଧ୍ୟ ରହିଛି ବୋଲି ଆବେଦକାରୀ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛଇ। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri