ଏନ୍‌ଟିଏକୁ ସୁପ୍ରିମ୍‌କୋର୍ଟ ନୋଟିସ୍‌, ଯଦି ଭୁଲ୍‌ ହୋଇଛି ତେବେ…

ନୂଆଦିଲ୍ଲୀ, ୧୮।୬: ଦେଶରେ ଲାଗି ରହିଥିବା ନିଟ୍‌ ପରୀକ୍ଷାରେ ଅନିୟମିତତାକୁ ନେଇ ସୁପ୍ରିମ୍‌କୋର୍ଟ ଏନ୍‌ଟିଏକୁ ନୋଟିସ୍‌ ଦେଇଛନ୍ତି । ନିଟ୍‌ ପେପର ଲିକ୍‌ ହୋଇଥିବା ନେଇ ଦାଏର ହୋଇଥିବା ଯାଚିକାର ଶୁଣାଣି କରି କୋର୍ଟ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ଏବଂ କନ୍ଦ୍ରକୁ ଜବାବ ମାଗିଛନ୍ତି । କୌଣସି କାରଣରୁ ଯଦି ୦.୦୦୧ ପ୍ରତିଶତ ବି ଦ଼୍ବାୟିତ଼୍ବହୀନତା ଜଣାପଡ଼ୁଛି ତେବେ ଏହା ଖୋଜି ବାହାର କରିବାକୁ କୋର୍ଟ ଏହି ଶୁଣାଣି ବେଳେ କହିଛନ୍ତି । ଏହି ମାମଲାରେ ସୁପ୍ରିମ୍‌କୋର୍ଟ ୮ ଜୁଲାଇରେ ପୁନର୍ବାର ଶୁଣାଣି କରିବେ ବୋଲି ଜଣାପଡ଼ିଛି ।

ସର୍ବୋଚ୍ଚ ଅଦାଲତ କେନ୍ଦ୍ର ଏବଂ ଏନ୍‌ଟିଏକୁ ଦୁଇ ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । କୋର୍ଟ କହିଛନ୍ତି ଯେ ଆମେ ଯାଚିକାକର୍ତ୍ତାଙ୍କ ମୁତାବିକ ଆଜି ଆଦେଶ ଦେଇପାରିବୁ ନାହିଁ । ଯଦି କାହାର ଏଥିରେ ଭୁଲ୍‌ ଅଛି ତେବେ ତାକୁ ତୁରନ୍ତ ସୁଧାର । ପିଲାମାନେ ଏହି ପରୀକ୍ଷା ପାଇଁ ପ୍ରସ୍ତୁତି କରିଛନ୍ତି । ଆମେ ତାଙ୍କ ପରିଶ୍ରମକୁ ଭୁଲି ପାରିବୁ ନାହିଁ ।

ସୂଚନା ଥାଉକି, ଜୁନ୍‌ ୧୩ ତାରିଖରେ ନିଟ୍‌ ୟୁଜି ରେଜଲ୍ଟ ମାମଲାକୁ ନେଇ ସୁପ୍ରିମ୍‌କୋର୍ଟରେ ଦାଏର ହୋଇଥିବା ୩ ଯାଚିକାର ଶୁଣାଣି ହୋଇଥିଲା । ସୁପ୍ରିମ୍‌କୋର୍ଟ ଏନେଇ କହିଥିଲେ ଯେ, ୨୩ ଜୁନ୍‌ରେ ପୁନର୍ବାର ପରୀକ୍ଷା କରାଯିବ ଏବଂ ୩୦ ଜୁନ୍‌କୁ ଏହାର ଫଳ ପ୍ରକାଶ ପାଇବ । ଫଳରେ ଜୁଲାଇ ୬ରେ ହେବାକୁ ଥିବା କାଉନ୍‌ସେଲିଂରେ କୌଣସି ପ୍ରଭାବ ପଡ଼ିବ ନାହିଁ ବୋଲି କୋର୍ଟ କହିଥିଲେ । କେନ୍ଦ୍ର ସରକାର ୧୫୬୩ ଜଣ ପରୀକ୍ଷାର୍ଥୀଙ୍କ ସ୍କୋରକାର୍ଡ ରଦ୍ଦ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିବା ସୁପ୍ରିମ୍‌କୋର୍ଟଙ୍କୁ ଜଣାଇଥିଲେ । କାରଣ ସେମାନଙ୍କୁ ଗ୍ରେସ୍‌ମାର୍କ ଦିଆଯାଇଥିଲା । ଏହି ପରୀକ୍ଷାର୍ଥୀଙ୍କୁ ପୁଣିଥରେ ପରୀକ୍ଷା ଦେବା ପାଇଁ ବିକଳ୍ପ ଦିଆଯିବା ନେଇ କେନ୍ଦ୍ର ଜଣାଇବା ପରେ ସୁପ୍ରିମ୍‌କୋର୍ଟ ଏହି ନିଷ୍ପତ୍ତି ନେଇଛନ୍ତି ।

ମାମଲାର ପରିଚାଳନା କରୁଥିବା ଓକିଲ ଜେ ସାଇ ଦୀପକ ଏନେଇ କହିଥିଲେ ଯେ, ଆମେ ମନମୁଖୀ ଢଙ୍ଗରେ ମାର୍କ ଦେବା ଏବଂ ଅନ୍ୟାୟ ପଦ୍ଧତି ଗ୍ରହଣ କରିବା ବିରୋଧରେ ଅଛୁ। ଅନ୍ୟପଟେ ଏନ୍‌ଟିଏର ଓକିଲ କାନୁ ଅଗ୍ରୱାଲ ଜୁନ ୧୨ ରେ ଅନୁଷ୍ଠିତ ବୈଠକ ପରେ ଏକ ନିର୍ଣ୍ଣୟ ନିଆଯାଇଥିଲା। ଏହି କମିଟି ମତ ରଖିଥିଲେ  ଯେ ୧୫୬୩ ପରୀକ୍ଷାର୍ଥୀଙ୍କୁ NEET ପରୀକ୍ଷା ପାଇଁ ପୁନର୍ବାର ହାଜର ହେବାକୁ ପଡିବ । ଏମାନଙ୍କୁ ଦିଆଯାଇଥିବା ସମସ୍ତ ସ୍କୋରକାର୍ଡ ବାତିଲ ହେବ । ପୁନର୍ବାର ପରୀକ୍ଷା କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri