କରୋନା ମୃତ୍ୟୁର ଅନୁକମ୍ପା ରାଶିକୁ ନେଇ କେନ୍ଦ୍ର କିଛି କରିବା ପୂର୍ବରୁ ତୃତୀୟ ଲହର ବି ସରିଯାଇଥିବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ ।୯: କରୋନା ମହାମାରୀରେ ଯେଉଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ସେମାନଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ କରିବାକୁ ନେଇ କେନ୍ଦ୍ର ସରକାର ଏପର୍ଯ୍ୟନ୍ତ କୌଣସି ନିତି ସ୍ଥିର କରି ନାହାନ୍ତି । ଯାହାକୁ ନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି । କୋର୍ଟ କେନ୍ଦ୍ର ସରକାରଙ୍କୁ ଅନୁକମ୍ପାର ନିୟମ ବ୍ୟତୀତ ଡେଥ ସାର୍ଟିଫିକେଟରେ ମୃତ୍ୟୁର ସଠିକ୍ ତଥ୍ୟ ଦେବାର ବ୍ୟବସ୍ଥା କରିବାକୁ କହିଥିଲେ । ଏହି ମାମଲାର ଜବାବ ଏପର୍ଯ୍ୟନ୍ତ ଦାଖଲ କରାଗଲା ନାହିଁ । ତେଣୁ କୋର୍ଟ ଶୁକ୍ରବାର ଏହାର ଟିପ୍ପଣି ଦେଇ କହିଛନ୍ତି, ଯେ ପର୍ଯ୍ୟନ୍ତ କେନ୍ଦ୍ର ସରକାର ଏନେଇ ନିଷ୍ପତ୍ତି ନେବେ ସେତେବେଳକୁ ତୃତୀୟ ଲହର ଆସି ଯାଇ ସାରିଥିବ । ସୂଚନାଯୋଗ୍ୟ, ଜୁନ ୩୦ରେ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ କରୋନାରେ ହୋଇଥିବା ମୃତ୍ୟୁ ପାଇଁ ଅନୁକମ୍ପା ରାଶି ପ୍ରଦାନ କରାଯାଉ । କୋର୍ଟ ନ୍ୟାଶନାଲ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଏନ୍‌ଡିଏମ୍‌ଏ)କୁ କହିଥିଲେ କି ୬ ମାସ ମଧ୍ୟରେ ଅନୁକମ୍ପା ରାଶି ସ୍ଥିର କରି ରାଜ୍ୟକୁ ସୂଚନା ଦିଆଯାଉ । କୋର୍ଟ ଅନୁଭବ କରିଥିଲେ କି ଏଭଳି ବିପଦ ସମୟରେ ଲୋକଙ୍କୁ ଅନୁକମ୍ପା ରାଶି ପ୍ରଦାନ କରିବା ସରକାରଙ୍କ କର୍ତ୍ତବ୍ୟ ହେବା ଉଚିତ । ହେଲେ କୋର୍ଟ ଏହାକୁ ସରକାରଙ୍କ ଉପରେ ଛାଡି ଦେଇଥିଲେ । କିନ୍ତୁ କେନ୍ଦ୍ର ସରକାର ଏପର୍ଯ୍ୟନ୍ତ ଏହାକୁ ନେଇ କିଛି ସ୍ଥିର କରି ନ ଥିବାରୁ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri