Posted inଜାତୀୟ

ଡିଜିପିଙ୍କ ଉପରେ ସୁପ୍ରିମକୋର୍ଟ କ୍ଷୁବ୍ଧ: ପାରୁନ ଯଦି ଜଣାଅ

ନୂଆଦିଲ୍ଲୀ, ୧୩ା୧୨:ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସମ୍ବଲପୁର ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଆଇନଜୀବୀମାନେ ଚଳାଇଥିବା ଆନ୍ଦୋଳନ ଯୋଗୁ କୋର୍ଟ କାର୍ଯ୍ୟ ହୋଇପାରୁନାହିଁ। କୋର୍ଟ ପରିସରକୁ ନ୍ୟାୟିକ ଅଧିକାରୀ, ମହକିଲମାନେ ଯାଇପାରୁନାହାନ୍ତି। ଏଭଳି ସ୍ଥିତିର ମୁକାବିଲା କରିବାରେ ପୋଲିସ ବିଫଳ ହୋଇଥିବାରୁ ସୁପ୍ରିମକୋର୍ଟ ଖଣ୍ଡପୀଠ ଜଷ୍ଟିସ୍‌ ସଞ୍ଜୟ କିଷନ କୌଲ ଏବଂ ଜଷ୍ଟିସ୍‌ ଅଭୟ ଏସ୍‌. ଓକା ସୋମବାର ଓଡ଼ିଶା ଡିଜିପି ଏବଂ ସମ୍ବଲପୁର ଆଇଜିଙ୍କ ଉପରେ କ୍ଷୋଭ ପ୍ରକାଶ କରିଛନ୍ତି। ଆସନ୍ତା ବୁଧବାର ଭିଡିଓ କନ୍‌ଫରେନ୍ସରେ ହାଜର ହୋଇ କୋର୍ଟ କାର୍ଯ୍ୟରେ ବାଧା ଦେଉଥିବା ଆନ୍ଦୋଳନକାରୀ ଆଇନଜୀବୀଙ୍କ ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ତାହା ଜଣାଇବାକୁ ଖଣ୍ଡପୀଠ ଉଭୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଗତ ନଭେମ୍ବର ୨୮ରେ ଖଣ୍ଡପୀଠ ଏଭଳି ଆନ୍ଦୋଳନ ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରିଥିଲେ। କୋର୍ଟ କାର୍ଯ୍ୟ ଶତ ପ୍ରତିଶତ ହେବା ଦରକାର। ଏହାର କୌଣସି ବିକଳ୍ପ ନାହିଁ ବୋଲି ସୁପ୍ରିମ୍‌କୋର୍ଟ କହିବା ସହ ଆନ୍ଦୋଳନକାରୀ ଓକିଲମାନଙ୍କ ଲାଇସେନ୍ସ ବାତିଲ କରିବାକୁ ବାର୍‌ କାଉନସିଲ ଅଫ୍‌ ଇଣ୍ଡିଆ (ବିସିଆଇ)କୁ ନିର୍ଦ୍ଦେଶ ଦେଇଥିଲେ। ନ୍ୟାୟିକ ଅଧିକାରୀ, କର୍ମଚାରୀ, ମହକିଲମାନଙ୍କୁ କୋର୍ଟ ପରିସରକୁ ଯିବା ଏବଂ ଫେରିବା ବେଳେ ସୁରକ୍ଷା ଦେବା ନିମନ୍ତେ ପୋଲିସ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ଏହି ନିର୍ଦ୍ଦେଶ ପରେ ମଧ୍ୟ ଆନ୍ଦୋଳନ ଚାଲୁ ରହିବା ଏବଂ ସମ୍ବଲପୁର ଜିଲା କୋର୍ଟରେ ଭଙ୍ଗାରୁଜା ହେଇଥିବା ଖଣ୍ଡପୀଠ ଜାଣିବାକୁ ପାଇଥିଲେ। ଜଷ୍ଟିସ୍‌ କୌଲ ଗଭୀଭ ଅସନ୍ତୋଷ ପ୍ରକାଶ କରି ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ଯେ, କୋର୍ଟ କାର୍ଯ୍ୟରେ ବାଧା ଦେଉଥିବା ଆନ୍ଦୋଳନକାରୀଙ୍କ ସହ ବିନମ୍ର ଆଲୋଚନା ନ କରି ସେମାନଙ୍କୁ ଗିରଫ କରାଯାଉ। ଯଦି ହଜାରେ ଲୋକଙ୍କୁ ଗିରଫ କରିବାକୁ ଆବଶ୍ୟକ ହୁଏ, ତାହା କରାଯାଉ। ଓଡ଼ିଶା ପୋଲିସ ଯଦି ନ ପାରୁଛି ଆମକୁ ଜଣାନ୍ତୁ। ଆମେ ସେଣ୍ଟ୍ରାଲ ଫୋର୍ସ ମୁତୟନ କରିବୁ। ସେହିପରି ଆନ୍ଦୋଳନକାରୀ ଆଇନଜୀବୀଙ୍କ ଲାଇସେନ୍ସ ରଦ୍ଦ ସମ୍ପର୍କରେ କ’ଣ ପଦକ୍ଷେପ ନିଆଯାଇଛି ତାହା ଆସନ୍ତା ବୁଧବାର ଶୁଣାଣି ବେଳେ ଜଣାଇବାକୁ ଖଣ୍ଡପୀଠ ବିସିଆଇକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri