Posted inଜାତୀୟ

ଡିଜିପିଙ୍କ ଉପରେ ସୁପ୍ରିମକୋର୍ଟ କ୍ଷୁବ୍ଧ: ପାରୁନ ଯଦି ଜଣାଅ

ନୂଆଦିଲ୍ଲୀ, ୧୩ା୧୨:ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସମ୍ବଲପୁର ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଆଇନଜୀବୀମାନେ ଚଳାଇଥିବା ଆନ୍ଦୋଳନ ଯୋଗୁ କୋର୍ଟ କାର୍ଯ୍ୟ ହୋଇପାରୁନାହିଁ। କୋର୍ଟ ପରିସରକୁ ନ୍ୟାୟିକ ଅଧିକାରୀ, ମହକିଲମାନେ ଯାଇପାରୁନାହାନ୍ତି। ଏଭଳି ସ୍ଥିତିର ମୁକାବିଲା କରିବାରେ ପୋଲିସ ବିଫଳ ହୋଇଥିବାରୁ ସୁପ୍ରିମକୋର୍ଟ ଖଣ୍ଡପୀଠ ଜଷ୍ଟିସ୍‌ ସଞ୍ଜୟ କିଷନ କୌଲ ଏବଂ ଜଷ୍ଟିସ୍‌ ଅଭୟ ଏସ୍‌. ଓକା ସୋମବାର ଓଡ଼ିଶା ଡିଜିପି ଏବଂ ସମ୍ବଲପୁର ଆଇଜିଙ୍କ ଉପରେ କ୍ଷୋଭ ପ୍ରକାଶ କରିଛନ୍ତି। ଆସନ୍ତା ବୁଧବାର ଭିଡିଓ କନ୍‌ଫରେନ୍ସରେ ହାଜର ହୋଇ କୋର୍ଟ କାର୍ଯ୍ୟରେ ବାଧା ଦେଉଥିବା ଆନ୍ଦୋଳନକାରୀ ଆଇନଜୀବୀଙ୍କ ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ତାହା ଜଣାଇବାକୁ ଖଣ୍ଡପୀଠ ଉଭୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଗତ ନଭେମ୍ବର ୨୮ରେ ଖଣ୍ଡପୀଠ ଏଭଳି ଆନ୍ଦୋଳନ ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରିଥିଲେ। କୋର୍ଟ କାର୍ଯ୍ୟ ଶତ ପ୍ରତିଶତ ହେବା ଦରକାର। ଏହାର କୌଣସି ବିକଳ୍ପ ନାହିଁ ବୋଲି ସୁପ୍ରିମ୍‌କୋର୍ଟ କହିବା ସହ ଆନ୍ଦୋଳନକାରୀ ଓକିଲମାନଙ୍କ ଲାଇସେନ୍ସ ବାତିଲ କରିବାକୁ ବାର୍‌ କାଉନସିଲ ଅଫ୍‌ ଇଣ୍ଡିଆ (ବିସିଆଇ)କୁ ନିର୍ଦ୍ଦେଶ ଦେଇଥିଲେ। ନ୍ୟାୟିକ ଅଧିକାରୀ, କର୍ମଚାରୀ, ମହକିଲମାନଙ୍କୁ କୋର୍ଟ ପରିସରକୁ ଯିବା ଏବଂ ଫେରିବା ବେଳେ ସୁରକ୍ଷା ଦେବା ନିମନ୍ତେ ପୋଲିସ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ଏହି ନିର୍ଦ୍ଦେଶ ପରେ ମଧ୍ୟ ଆନ୍ଦୋଳନ ଚାଲୁ ରହିବା ଏବଂ ସମ୍ବଲପୁର ଜିଲା କୋର୍ଟରେ ଭଙ୍ଗାରୁଜା ହେଇଥିବା ଖଣ୍ଡପୀଠ ଜାଣିବାକୁ ପାଇଥିଲେ। ଜଷ୍ଟିସ୍‌ କୌଲ ଗଭୀଭ ଅସନ୍ତୋଷ ପ୍ରକାଶ କରି ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ଯେ, କୋର୍ଟ କାର୍ଯ୍ୟରେ ବାଧା ଦେଉଥିବା ଆନ୍ଦୋଳନକାରୀଙ୍କ ସହ ବିନମ୍ର ଆଲୋଚନା ନ କରି ସେମାନଙ୍କୁ ଗିରଫ କରାଯାଉ। ଯଦି ହଜାରେ ଲୋକଙ୍କୁ ଗିରଫ କରିବାକୁ ଆବଶ୍ୟକ ହୁଏ, ତାହା କରାଯାଉ। ଓଡ଼ିଶା ପୋଲିସ ଯଦି ନ ପାରୁଛି ଆମକୁ ଜଣାନ୍ତୁ। ଆମେ ସେଣ୍ଟ୍ରାଲ ଫୋର୍ସ ମୁତୟନ କରିବୁ। ସେହିପରି ଆନ୍ଦୋଳନକାରୀ ଆଇନଜୀବୀଙ୍କ ଲାଇସେନ୍ସ ରଦ୍ଦ ସମ୍ପର୍କରେ କ’ଣ ପଦକ୍ଷେପ ନିଆଯାଇଛି ତାହା ଆସନ୍ତା ବୁଧବାର ଶୁଣାଣି ବେଳେ ଜଣାଇବାକୁ ଖଣ୍ଡପୀଠ ବିସିଆଇକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri