Odisha Elections 2024
Posted inଜାତୀୟ

ଇଡି ଉପରେ ବର୍ଷିଲେ ସୁପ୍ରିମକୋର୍ଟ, କହିଲେ ନିର୍ବାଚନ ପୂର୍ବରୁ କେଜରିୱାଲଙ୍କୁ କାହିଁକି ଗିରଫ କଲ…

ନୂଆଦିଲ୍ଲୀ,୩୦।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ନିଜର ଗିରଫଦାରୀ ବିରୋଧରେ କରିଥିବା ଆବେଦନର ଶୁଣାଣି ମଙ୍ଗଳବାର ସୁପ୍ରିମକୋର୍ଟ କରିଛନ୍ତି। ଏହି ସମୟରେ କୋର୍ଟ ଅବକାରୀ ଦୁର୍ନୀତିର ତଦନ୍ତ ମାମଲାରେ କେଜରିଓ୍ବାଲଙ୍କୁ ଗିରଫ କରିଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଉପରେ ବର୍ଷିଛନ୍ତି। ନିର୍ବାଚନ ପୂର୍ବରୁ କେଜରିୱାଲଙ୍କୁ କାହିଁକି ଗିରଫ କରାଗଲା ବୋଲି କୋର୍ଟ ଇଡିକୁ ପ୍ରଶ୍ନ କରିଛନ୍ତି। ଆସନ୍ତା ଶୁକ୍ରବାର ଇଡି ଏହାର ଜବାବ ରଖିବ।

ଏହାପୂର୍ବରୁ କେଜରିୱାଲ ଦିଲ୍ଲୀ ହାଇକୋର୍ଟରେ ତାଙ୍କ ଗିରଫଦାରୀ ବିରୋଧରେ ଆବେଦନ କରିଥିଲେ। ନିର୍ବାଚନକୁ ଦୃଷ୍ଟିରେ ରଖି ତାଙ୍କୁ ଗିରଫ କରାଯାଇଥିବା ସେ ଯୁକ୍ତି ରଖିଥିଲେ। ହେଲେ ଏହି ଯୁକ୍ତିକୁ ଦିଲ୍ଲୀ ହାଇକୋର୍ଟ ଗ୍ରହଣ କରି ନ ଥିଲେ। ହେଲେ ଏବେ ସୁପ୍ରିମକୋର୍ଟ ଏହାକୁ ଗୁରୁତ୍ୱର ସହ ନେଇଛନ୍ତି ଓ ଇଡିକୁ ଜବାବ ଦାଖଲ କରିବାକୁ କହିଛନ୍ତି।

ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ସଞ୍ଜୀବ ଖାନା ଆଜି ଇଡିକୁ କହିଛନ୍ତି ଯେ, ଏହି ମାମଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ନ୍ୟାୟିକ ପ୍ରକ୍ରିୟାରେ ନ ଯାଇ ସିଧା ଅପରାଧିକ ପ୍ରୋସେଡିଂ ଆପଣାଇଛି କି? କାହିଁକି ଗିରଫଦାରୀର ସମୟକୁ ନେଇ ପ୍ରଶ୍ନ ଉଠିଛି? ଏହି ମାମଲାରେ ଏଯାଏ କୌଣସି ଦସ୍ତାବିଜ ବା ଜିନିଷ ଜବତ କରାଯାଇ ନାହିଁ। ତେବେ କେଜରିୱାଲ ଏଥିରେ କେମିତି ସାମିଲ ଅଛନ୍ତି, ତା’କୁ ଉପସ୍ଥାପନ କରନ୍ତୁ। ସାଧାରଣ ନିର୍ବାଚନ ପୂର୍ବରୁ କାହିଁକି ଗିରଫଦାରୀ କରାଗଲା ଜଣାନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ର ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି।...

୫ମ ପର୍ଯ୍ୟାୟରେ ୬୦% ମତଦାନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୬୦.୪୮ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟରୁ ଜଣାପଡ଼ିଛି। ସୋମବାର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ...

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ମଙ୍ଗଳବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ...

ପତ୍ନୀ ସୁନୀତାଙ୍କ ସହ କେଜ୍‌ରିଓ୍ବାଲଙ୍କ ପ୍ରଥମ ରୋଡ ଶୋ’, କହିଲେ ମୋଦି ଜୀ…

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ପତ୍ନୀ ସୁନୀତା କେଜ୍‌ରିଓ୍ବାଲଙ୍କ ସହ ଏକ ରୋଡ ଶୋ’ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ଭଲ...

ଭୋଟ୍‌ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…

ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

୨୦ ଫୁଟ୍‌ ଖାଲକୁ ଖସିଲା ପିକ୍‌ଅପ୍‌:୧୭ ମୃତ

ରାୟପୁର,୨୦।୫: ଛତିଶଗଡର କାୱାର୍ଡା ଜିଲାର କୁକଦୁରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିକଅପ ଗାଡି ୨୦ ଫୁଟ୍‌ ଖାଇକୁ ଓଲଟି ପଡ଼ିବାରୁ...

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri