ଶେହବାଜ ନା ଇମ୍ରାନ! ନିର୍ବାଚନ କମିଶନ କହିଲେ କେବେ ହେବ ନିର୍ବାଚନ, ପ୍ରକାଶ ପାଇଲା କାର୍ଯ୍ୟସୂଚୀ

ଇସଲାମାବାଦ,୧୬।୧୨: ଫେବୃୟାରୀ ୮ରେ ପାକିସ୍ତାନରେ ନିର୍ବାଚନ ଅନୁଷ୍ଠିତ ହେବ। ଯାହାକୁ ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ନିର୍ବାଚନ କମିଶନ ନିର୍ବାଚନ କାର୍ଯ୍ୟସୂଚୀ ପ୍ରକାଶ କରିଛନ୍ତି। କାର୍ଯ୍ୟସୂଚୀ ଅନୁଯାୟୀ, ପ୍ରାର୍ଥୀମାନେ ୨୦ରୁ ୨୨ ଡିସେମ୍ବର ପର୍ଯ୍ୟନ୍ତ ସେମାନଙ୍କର ନାମାଙ୍କନପତ୍ର ଦାଖଲ କରିପାରିବେ।

ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରକାଶିତ କାର୍ଯ୍ୟସୂଚୀ ଅନୁଯାୟୀ, ଡିସେମ୍ବର ୨୩ରେ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ, ଏହା ପରେ ଡିସେମ୍ବର ୨୪ ରୁ ୩୦ପର୍ଯ୍ୟନ୍ତ ନାମାଙ୍କନପତ୍ର ଯାଞ୍ଚ କରାଯିବ। ଯଦି ରିଟର୍ଣ୍ଣିଂ ଅଧିକାରୀଙ୍କ ଦ୍ୱାରା କାଗଜପତ୍ର ପ୍ରତ୍ୟାଖ୍ୟାନ କରାଯାଏ, ତେବେ ଆବେଦନ କରିବାକୁ ଜାନୁୟାରୀ ୩ ପର୍ଯ୍ୟନ୍ତ ସମୟ ଦିଆଯିବ, ଏହି ଆବେଦନଗୁଡିକ ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ଜାନୁୟାରୀ ୧୦ସୁଦ୍ଧା ନିଆଯିବ ଏବଂ ଚୂଡ଼ାନ୍ତ ତାଲିକା ଜାନୁୟାରୀ ୧୧ରେ ପ୍ରକାଶ ପାଇବ।

ଜାନୁୟାରୀ ୧୩ରେ ନିର୍ବାଚନ ଚିହ୍ନ ପ୍ରତୀକ ବଣ୍ଟନ ହେବ। ସମସ୍ତ ଦଳକୁ ନିର୍ବାଚନ ଚିହ୍ନ ଦିଆଯିବ। ଏହା ପରେ ନିର୍ବାଚନ ଆୟୋଗ କିଛି ଦିନ ପାଇଁ ଭୋଟ ସହ ଜଡିତ ସମସ୍ତ ପ୍ରସ୍ତୁତି କରିବେ। ଏହି ସମୟରେ ନିର୍ବାଚନ ଆୟୋଗ ପ୍ରତ୍ୟେକ ଅଭାବକୁ ସୁଧାରିବାକୁ ଚେଷ୍ଟା କରିବେ ଏବଂ ତା’ପରେ ଫେବୃୟାରୀ ୮ରେ ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri