Posted inଜାତୀୟ

ତଟରକ୍ଷୀ ବାହିନୀରେ ମହିଳା ଅଧିକାରୀଙ୍କୁ ସ୍ଥାୟୀ କମିଶନ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୭।୨: ଭାରତୀୟ ତଟରକ୍ଷୀ ବାହିନୀରେ କାର୍ଯ୍ୟରତ ମହିଳା ଅଧିକାରୀଙ୍କୁ ସ୍ଥାୟୀ କମିଶନ ପ୍ରଦାନ ନିମନ୍ତେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମହିଳା ଅଫିସରମାନଙ୍କୁ ସ୍ଥାୟୀ କମିଶନରୁ ବାଦ୍‌ ଦିଆଯାଇ ପାରିବ ନାହିଁ ବୋଲି ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ କହିଛନ୍ତି। ସରକାର ଯଦି ଏ ଦିଗରେ ପଦକ୍ଷେପ ନ ନିଅନ୍ତି, ତେବେ ଅଦାଲତ ନେବେ ବୋଲି ଖଣ୍ଡପୀଠ କହିଥିଲେ। ପ୍ରିୟଙ୍କା ତ୍ୟାଗୀ ନାମ୍ନୀ ମହିଳା ଅଧିକାରୀଙ୍କ ଆବେଦନର ଶୁଣାଣି ଅବସରରେ ଜଷ୍ଟିସ୍‌ ଚନ୍ଦ୍ରଚୁଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ମହିଳା ଅଧିକାରୀଙ୍କୁ ସ୍ଥାୟୀ କମିଶନ ପ୍ରଦାନରେ ବିଳମ୍ବ ହେତୁ କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। ସେମାନଙ୍କୁ ତଟରକ୍ଷୀ ବାହିନୀରେ ସ୍ଥୀୟୀ କମିଶନ ପ୍ରଦାନ କରାଯିବା ନେଇ ସୁନିଶ୍ଚିତ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri