Posted inଜାତୀୟ

ରାପିଡୋ, ଉବରକୁ ସୁପ୍ରିମକୋର୍ଟର ଝଟକା, ବାଇକ-ଟ୍ୟାକ୍ସି ଉପରେ ଲାଗୁରହିବ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୨।୬: ବାଇକ-ଟ୍ୟାକ୍ସି ଏଗ୍ରିଗେଟର୍ସ ରାପିଡୋ ଏବଂ ଉବରକୁ ସୁପ୍ରିମକୋର୍ଟ ଏକ ବଡ଼ ଝଟକା ଦେଇଛନ୍ତି। ଦିଲ୍ଲୀ ସରକାରଙ୍କ ଦ୍ୱାରା ଗାଇଡଲାଇନ ନ ଆସିବା ପର୍ଯ୍ୟନ୍ତ ଦିଲ୍ଲୀରେ ଓଲା, ଉବର ଓ ରାପିଡୋ ଭଳି କମ୍ପାନି ଚଳାଉଥିବା ଦୁଇ ଚକିଆ ଟ୍ୟାକ୍ସିକୁ ନିଷିଦ୍ଧ କରାଯାଇଛି ।

ଦିଲ୍ଲୀ ସରକାର ଏକ ନୀତି ପ୍ରସ୍ତୁତ ନ କରିବା ପର୍ଯ୍ୟନ୍ତ ସେମାନଙ୍କୁ ବିନା ଲାଇସେନ୍ସରେ ଚାଲିବାକୁ ଅନୁମତି ଦିଆଯାଉ ବୋଲି ବାଇକ-ଟ୍ୟାକ୍ସି ଏଗ୍ରିଗେଟର୍ସ ଦାବି କରିଥିଲେ। ଶୁଣାଣି ସମୟରେ ଉବରର ଓକିଲ କହିଛନ୍ତି ଯେ, ୨୦୧୯ ପରଠାରୁ ଭାରତର ଅନେକ ରାଜ୍ୟରେ ଦୁଇ ଚକିଆ ଯାନ ବାଇକ ସେବା ଭାବରେ ବ୍ୟବହୃତ ହେଉଛି। ମୋଟର ଯାନ ଅଧିନିୟମ ଅନୁଯାୟୀ ଏଥିରେ କୌଣସି ପ୍ରତିବନ୍ଧକ ନାହିଁ ବୋଲି ସେ ଶୁଣାଣି ବେଞ୍ଚକୁ କହିଛନ୍ତି।

୧୯ ଫେବୃଆରୀ ୨୦୨୩ରେ ଦିଲ୍ଲୀ ସରକାର ଏକ ସାଧାରଣ ବିଜ୍ଞପ୍ତି ଜାରି କରିଥିଲେ। ଏହା ମାଧ୍ୟମରେ ଦିଲ୍ଲୀରେ ବାଇକ ଟ୍ୟାକ୍ସି ଉପରେ ପ୍ରତିବନ୍ଧକ ଲଗାଯାଇଥିଲା। ରାପିଡୋ ଏବଂ ଉବର ହାଇକୋର୍ଟରେ ଏହା ବିରୋଧରେ ଆବେଦନ କରିଥିଲେ। ଫେବୃୟାରୀ ୨୧ରେ ହାଇକୋର୍ଟ ଏକ କାରଣ ଦର୍ଶାଓ ନୋଟିସ ଜାରି କରିଥିଲେ।

ଦୁଇ ଚକିଆ ଯାନବାହାନ ଚଳାଚଳ ନ ଥିବା ଯାନଗୁଡିକର ଚୂଡ଼ାନ୍ତ ନୀତି ବିଷୟରେ ବିଜ୍ଞପ୍ତି ପ୍ରକାଶ ପାଇବା ପର୍ଯ୍ୟନ୍ତ ଦିଲ୍ଲୀ ହାଇକୋର୍ଟ ରାପିଡୋ ଏବଂ ଉବରକୁ ଦିଲ୍ଲୀରେ କାର୍ଯ୍ୟ କରିବାକୁ ଅନୁମତି ଦେଇଥିଲେ। ଏହା ପରେ ଏଏପି ସରକାରଙ୍କ ତରଫରୁ ମେ’ ୨୬ରେ ଏହି ଆଦେଶକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା, ଯେଉଁଥିରେ ଚୂଡ଼ାନ୍ତ ନୀତି ଅବଗତ ନ ହେବା ପର୍ଯ୍ୟନ୍ତ ବାଇକ-ଟ୍ୟାକ୍ସି ଅପରେଟରଙ୍କ ବିରୋଧରେ କୌଣସି ଦଣ୍ଡବିଧାନ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri