Posted inଜାତୀୟ

ରାପିଡୋ, ଉବରକୁ ସୁପ୍ରିମକୋର୍ଟର ଝଟକା, ବାଇକ-ଟ୍ୟାକ୍ସି ଉପରେ ଲାଗୁରହିବ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୨।୬: ବାଇକ-ଟ୍ୟାକ୍ସି ଏଗ୍ରିଗେଟର୍ସ ରାପିଡୋ ଏବଂ ଉବରକୁ ସୁପ୍ରିମକୋର୍ଟ ଏକ ବଡ଼ ଝଟକା ଦେଇଛନ୍ତି। ଦିଲ୍ଲୀ ସରକାରଙ୍କ ଦ୍ୱାରା ଗାଇଡଲାଇନ ନ ଆସିବା ପର୍ଯ୍ୟନ୍ତ ଦିଲ୍ଲୀରେ ଓଲା, ଉବର ଓ ରାପିଡୋ ଭଳି କମ୍ପାନି ଚଳାଉଥିବା ଦୁଇ ଚକିଆ ଟ୍ୟାକ୍ସିକୁ ନିଷିଦ୍ଧ କରାଯାଇଛି ।

ଦିଲ୍ଲୀ ସରକାର ଏକ ନୀତି ପ୍ରସ୍ତୁତ ନ କରିବା ପର୍ଯ୍ୟନ୍ତ ସେମାନଙ୍କୁ ବିନା ଲାଇସେନ୍ସରେ ଚାଲିବାକୁ ଅନୁମତି ଦିଆଯାଉ ବୋଲି ବାଇକ-ଟ୍ୟାକ୍ସି ଏଗ୍ରିଗେଟର୍ସ ଦାବି କରିଥିଲେ। ଶୁଣାଣି ସମୟରେ ଉବରର ଓକିଲ କହିଛନ୍ତି ଯେ, ୨୦୧୯ ପରଠାରୁ ଭାରତର ଅନେକ ରାଜ୍ୟରେ ଦୁଇ ଚକିଆ ଯାନ ବାଇକ ସେବା ଭାବରେ ବ୍ୟବହୃତ ହେଉଛି। ମୋଟର ଯାନ ଅଧିନିୟମ ଅନୁଯାୟୀ ଏଥିରେ କୌଣସି ପ୍ରତିବନ୍ଧକ ନାହିଁ ବୋଲି ସେ ଶୁଣାଣି ବେଞ୍ଚକୁ କହିଛନ୍ତି।

୧୯ ଫେବୃଆରୀ ୨୦୨୩ରେ ଦିଲ୍ଲୀ ସରକାର ଏକ ସାଧାରଣ ବିଜ୍ଞପ୍ତି ଜାରି କରିଥିଲେ। ଏହା ମାଧ୍ୟମରେ ଦିଲ୍ଲୀରେ ବାଇକ ଟ୍ୟାକ୍ସି ଉପରେ ପ୍ରତିବନ୍ଧକ ଲଗାଯାଇଥିଲା। ରାପିଡୋ ଏବଂ ଉବର ହାଇକୋର୍ଟରେ ଏହା ବିରୋଧରେ ଆବେଦନ କରିଥିଲେ। ଫେବୃୟାରୀ ୨୧ରେ ହାଇକୋର୍ଟ ଏକ କାରଣ ଦର୍ଶାଓ ନୋଟିସ ଜାରି କରିଥିଲେ।

ଦୁଇ ଚକିଆ ଯାନବାହାନ ଚଳାଚଳ ନ ଥିବା ଯାନଗୁଡିକର ଚୂଡ଼ାନ୍ତ ନୀତି ବିଷୟରେ ବିଜ୍ଞପ୍ତି ପ୍ରକାଶ ପାଇବା ପର୍ଯ୍ୟନ୍ତ ଦିଲ୍ଲୀ ହାଇକୋର୍ଟ ରାପିଡୋ ଏବଂ ଉବରକୁ ଦିଲ୍ଲୀରେ କାର୍ଯ୍ୟ କରିବାକୁ ଅନୁମତି ଦେଇଥିଲେ। ଏହା ପରେ ଏଏପି ସରକାରଙ୍କ ତରଫରୁ ମେ’ ୨୬ରେ ଏହି ଆଦେଶକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା, ଯେଉଁଥିରେ ଚୂଡ଼ାନ୍ତ ନୀତି ଅବଗତ ନ ହେବା ପର୍ଯ୍ୟନ୍ତ ବାଇକ-ଟ୍ୟାକ୍ସି ଅପରେଟରଙ୍କ ବିରୋଧରେ କୌଣସି ଦଣ୍ଡବିଧାନ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri