ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଜନ୍ତରମନ୍ତର ଆନ୍ଦୋଳନରେ ଛାତ୍ରଙ୍କ ବିରୋଧରେ ହୋଇଥିବା ସବୁ ଏଫଆଇଆର ରଦ୍ଦ

ନୂଆଦିଲ୍ଲୀ,୧।୯: ସୁପ୍ରିମକୋର୍ଟ ଯନ୍ତରମନ୍ତର ଆନ୍ଦୋଳନ ସମୟରେ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି କୌଣସି ରାଜ୍ୟରେ ଏହି ମାମଲାକୁ ନେଇ ଅନ୍ୟ କୌଣସି ଏଫଆଇଆର୍‌ ରହିଛି, ତେବେ ସେଥିରେ ତଦନ୍ତ ବନ୍ଦ କରାଯାଉ। ସୁପ୍ରିମକୋର୍ଟ ଆତ୍ମହତ୍ୟା କରିଥିବା ଛାତ୍ରଛାତ୍ରୀଙ୍କ ପରିବାରକୁ ୩ ମାସ ମଧ୍ୟରେ କ୍ଷତିପୂରଣ ଦେବାକୁ କେନ୍ଦ୍ରକୁ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ ଦିଲ୍ଲୀରେ ଏହି ମାମଲାରେ ୨,୮୭୩ ଜଣଙ୍କ ବିରୋଧରେ ନୂଆ ଏଫଆଇଆର୍‌ ରୁଜୁ କରାଯାଇପାରିବ।

ପ୍ରଧାନ ବିଚାରପତି କହିଛନ୍ତି ଯେ ଦିଲ୍ଲୀ, ମହାରାଷ୍ଟ୍ର, ଆସାମ, ବିହାର ଏବଂ ପଶ୍ଚିମବଙ୍ଗର ଆବେଦନ ରହିଛି, ଯେଉଁଥିରେ ଏଫଆଇଆରର ବିବରଣୀ ରହିଛି। ଜୁଲାଇ ୨୦ ରୁ ୨୫ ମଧ୍ୟରେ ଯନ୍ତରମନ୍ତର ଏବଂ ଏହାର ଆଖପାଖ ଅଞ୍ଚଳରେ ହଜାର ହଜାର ଛାତ୍ରଛାତ୍ରୀ ଆନ୍ଦୋଳନରେ ଭାଗ ନେଇଥିଲେ। ପୋଲିସ ମୋଟ ୧୩ଟି ଏଫଆଇଆର୍‌ ରୁଜୁ କରିଥିଲା। ସରକାର ଚାହାଁନ୍ତି ଯେ ଛାତ୍ରଛାତ୍ରୀଙ୍କର କୌଣସି କ୍ଷତି ନ ହେଉ ଏବଂ କେବଳ ବିକ୍ଷୋଭ ପ୍ରଦର୍ଶନରେ ସାମିଲ ହେବାକୁ ଅପରାଧ ଭାବେ ନ ଦେଖାଯାଉ। କେନ୍ଦ୍ର ସରକାର ଏହି ଏଫଆଇଆର୍‌ ଗୁଡ଼ିକ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ସିଜେଆଇ କହିଛନ୍ତି, ଯଦି କୌଣସି ରାଜ୍ୟରେ ଏପରି କୌଣସି ଏଫଆଇଆର୍‌ ଥାଏ ଯାହାର ସୂଚନା ଏପର୍ଯ୍ୟନ୍ତ ଆମକୁ ଦିଆଯାଇ ନାହିଁ, ତେବେ ତାହାକୁ ରଦ୍ଦ କରିବା ଦାବିକୁ ରାଜ୍ୟମାନେ ବିରୋଧ କରିବେ ନାହିଁ। ସେ କହିଛନ୍ତି, ଆମକୁ ସୂଚନା ଦିଆଯାଇଛି ଯେ ପୁରୁଣା ଅପରାଧିକ ରେକର୍ଡ ଥିବା ୨,୮୭୩ ଜଣଙ୍କ ବିରୋଧରେ ଦିଲ୍ଲୀ ପୋଲିସ ନୂଆ ଏଫଆଇଆର୍‌ ରୁଜୁ କରିବ, ଆଉ କୌଣସି ନୂଆ ଏଫଆଇଆର୍‌ ରୁଜୁ ହେବ ନାହିଁ। ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ସମାନ ନିର୍ଦ୍ଦେଶ ଜାରି କରାଯାଉ।

ସିଜେଆଇ କହିଛନ୍ତି, NEET ପରୀକ୍ଷା, ୨୦୨୬ କାରଣରୁ ଆତ୍ମହତ୍ୟା କରିଥିବା ଛାତ୍ରଛାତ୍ରୀଙ୍କ କ୍ଷତିପୂରଣ ପ୍ରସଙ୍ଗରେ ଆମକୁ ଅବଗତ କରାଯାଇଛି ଯେ ଏହା ଉପରେ ୩ ମାସ ମଧ୍ୟରେ ନୀତି ପ୍ରସ୍ତୁତ କରାଯିବ। ଏହି ନୀତିକୁ ୩ ମାସ ମଧ୍ୟରେ ଚୂଡ଼ାନ୍ତ କରି କ୍ଷତିପୂରଣ ପ୍ରଦାନ କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?