Posted inଜାତୀୟ

ପାର୍ସଲ ବୋମା ମାମଲାର ଶୁଣାଣି ଶେଷ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୯।୧: ବଲାଙ୍ଗୀର ପାଟଣାଗଡ଼ ପାର୍ସଲ ବୋମା ମାମଲାର ଶୁଣାଣି ଶେଷ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୪ ସପ୍ତାହ ମଧ୍ୟରେ ଶୁଣାଣି ଶେଷ କରିବାକୁ ଟ୍ରାଏଲ କୋର୍ଟଙ୍କୁ ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ ଶୁଣାଣି ଶେଷ ପାଇଁ କହିଥିଲେ। ଆଉ ୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ ୪ ସପ୍ତାହରେ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅଭିଯୁକ୍ତ ପୁଞ୍ଜିଲାଲ ମେହର ସୁପ୍ରିମକୋର୍ଟରେ ଜାମିନ ଆବେଦନ କରିଥିଲେ। ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣରେ ୨ ଜଣଙ୍କ ଜୀବନ ଯାଇଥିଲା।

୨୦୧୮ ଫେବୃୟାରୀ ୨୩ରେ ପାଟଣାଗଡ଼ରେ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଘଟିଥିଲା। ଏଥିରେ ନବବିବାହିତ ସୌମ୍ୟଶେଖର ସାହୁ ଓ ତାଙ୍କ ଜେଜେମା ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା। ନବବଧୂ ରିମା ସାହୁ ଗୁରୁତର ଆହତ ହୋଇ ଦୀର୍ଘଦିନ ଧରି ଚିକିତ୍ସିତ ହୋଇଥିଲେ। ବିବାହ ଉତ୍ସବର ୫ ଦିନ ପରେ ଉପହାର ପ୍ୟାକେଟ୍‌ ଜରିଆରେ ଏହି ବିସ୍ଫୋରଣ ଘଟି ୨ ଜଣଙ୍କ ମୃତ୍ୟୁ ଘଟିବା ରାଜ୍ୟ ତଥା ଜାତୀୟ ସ୍ତରରେ ଚର୍ଚ୍ଚାର ବିଷୟ ହୋଇଥିଲା। ଏହି ଘଟଣାରେ ତତ୍କାଳୀନ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରା ବଲାଙ୍ଗୀର, ପାଟଣାଗଡ, ରାୟପୁର ଅଞ୍ଚଳରେ ତଦନ୍ତ କରି ଭଇଁଷା କଲେଜ ଇଂଲିଶ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ଘଟଣାର ମାଷ୍ଟରମାଇଣ୍ଡ ଓ ଅଭିଯୁକ୍ତ ଦର୍ଶାଇ ଗିରଫ କରିଥିଲେ।
ଭଇଁଷା କଲେଜରେ ମୃତ ସୌମ୍ୟଶେଖରଙ୍କ ମା’ ସଂଯୁକ୍ତା ସାହୁ ଅଧ୍ୟକ୍ଷା ଭାବେ କାମ କରୁଥିଲେ। ସଂଯୁକ୍ତାଙ୍କ ପ୍ରତି ପ୍ରତିଶୋଧପରାୟଣ ହୋଇ ପୁଞ୍ଜିଲାଲ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଘଟାଇଥିଲେ ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଥିଲା। ଏହି ଘଟଣାକୁ ନେଇ ‘ପାଟଣାଗଡ଼’ ଶୀର୍ଷକରେ ଏକ ଚଳଚ୍ଚିତ୍ର ନିର୍ମାଣ ହେଉଥିତ୍ବା ଜଣାପଡିବା ପରେ ଏହାକୁ ସୌଦାମିନୀ ବିରୋଧ କରିଥିଲେ। ପୁଞ୍ଜିଲାଲଙ୍କୁ ନିର୍ଦ୍ଦୋଷ କହି ତାଙ୍କୁ ଫସାଇ ଦେଇଥିବା ଅଭିଯୋଗ କରିଥିଲେ। ଏହାପରେ ‘ପାଟଣାଗଡ଼’ ଚଳଚ୍ଚିତ୍ରର ପ୍ରଯୋଜକ, ନିର୍ମାତା ଓ ନିର୍ଦ୍ଦେଶକ ଓ କଳାକାରଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଅରୁଣ ବୋଥ୍ରାଙ୍କ କାରଣରୁ ତାଙ୍କ ସ୍ବାମୀ ପୁଞ୍ଜିଲାଲ ଓ ପରିବାରର ମାନହାନି ହୋଇଥିବା ଦର୍ଶାଇ ତାଙ୍କୁ ଲିଗାଲ ନୋଟିସ ପ୍ରଦାନ କରିଥିତ୍ବା ଜଣାପଡିଛି। ସୌଦାମିନୀଙ୍କ ତରଫରୁ ସୁପ୍ରିମକୋର୍ଟ ଓକିଲ ସୌଫି ଶୁର୍‌ଲୀନ କୌର ଜାଗୀ ଅରୁଣ ବୋଥ୍ରାଙ୍କୁ ଗତ ଜାନୁୟାରୀ ୫ ତାରିଖରେ ନୋଟିସ ପଠାଇଥିବା ଜଣାପଡିଛି। ଏନେଇ ସୌଦାମିନୀଙ୍କ ଟୁଇଟର ଆକାଉଣ୍ଟରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri