Posted inଜାତୀୟ

ନଡ଼ାପୋଡ଼ି ତୁରନ୍ତ ବନ୍ଦକର

ନୂଆଦିଲ୍ଲୀ,୮ା୧୧: ଦିଲ୍ଲୀରେ ବାୟୁ ପ୍ରଦୂଷଣ ଉତ୍କଟ ରୂପ ଧାରଣ କରିଥିବାବେଳେ ପଡୋଶୀ ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ ଓ ରାଜସ୍ଥାନ ତୁରନ୍ତ ନଡ଼ାପୋଡ଼ି ବନ୍ଦ ରଖିବାକୁ ମଙ୍ଗଳବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଦୂଷଣ ଯୋଗୁ ଲୋକଙ୍କୁ ମରିବାକୁ ଛାଡ଼ିଦିଆଯାଇପାରିବ ନାହିଁ। ଏହା ଲୋକଙ୍କ ସ୍ବାସ୍ଥ୍ୟର ସମ୍ପୂର୍ଣ୍ଣ ହତ୍ୟା ଭିନ୍ନ ଅନ୍ୟ ଶବ୍ଦ ମୋ ପାଖରେ ନାହିଁ ବୋଲି ଜଷ୍ଟିସ୍‌ ସଞ୍ଜୟ କିଷନ କୌଲ କହିଛନ୍ତି। ଜଷ୍ଟିସ୍‌ କୌଲଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠରେ ଜଷ୍ଟିସ୍‌ ସୁଧାଂଶୁ ଧୁଲିଆ ରହିଛନ୍ତି। ବାୟୁ ପ୍ରଦୂଷଣ ଯୋଗୁ ଗୋଟିଏ ରାଜ୍ୟ ଅନ୍ୟ ଉପରେ ଦୋଷ ଲଦିବାକୁ ଉଦ୍ୟମ କରୁଥିବାରୁ ଖଣ୍ଡପୀଠ ଏହାକୁ କଡ଼ା ଶବ୍ଦରେ ସମାଲୋଚନା କରିଛନ୍ତି। ସବୁବେଳେ ରାଜନୈତିକ ବିବାଦ କରାଯାଇପାରିବ ନାହିଁ ବୋଲି ଖଣ୍ଡପୀଠ ଟିପ୍ପଣୀ ଦେଇଛନ୍ତି।
ଦିଲ୍ଲୀ ପ୍ରଦୂଷଣ ଅତି ଉତ୍କଟ ସ୍ତରରେ ପହଞ୍ଚତ୍ଥିବାବେଳେ ଦୀପାବଳିରେ ଏହା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ସେଥିପାଇଁ ୧୩ ତାରିଖରୁ ଦିଲ୍ଲୀରେ ଯୁଗ୍ମ-ଅଯୁଗ୍ମ ସୂତ୍ର ଲାଗୁ କରିବାକୁ ସୋମବାର ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳରେ ବାୟୁ ପ୍ରଦୂଷଣ ପାଇଁ ଖଣ୍ଡପୀଠ ନଡ଼ାପୋଡ଼ି, ଗାଡ଼ିମୋଟରର ପ୍ରଦୂଷଣ ଏବଂ ଖୋଲାରେ ବର୍ଜ୍ୟବସ୍ତୁ ପୋଡ଼ିକୁ ଦାୟୀ କରିଥିଲେ। ଧାନ ଅମଳ ପରେ କ୍ରମାଗତ ଭାବେ ନଡ଼ାପୋଡ଼ି ଜାରି ରହିଥିବାରୁ ଅଦାଲତ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପୂର୍ବରୁ ନଡ଼ା ପୋଡ଼ି ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ରାଜ୍ୟ ସରକାରଗୁଡ଼ିକ କ’ଣ ପଦକ୍ଷେପ ନେଇଛନ୍ତି ବୋଲି ଖଣ୍ଡପୀଠ ପ୍ରଶ୍ନ କରିଥିଲେ। ଗତବର୍ଷ ତୁଳନାରେ ନଡ଼ାପୋଡ଼ି ୪୦ ପ୍ରତିଶତ କମିଛି ବୋଲି ପଞ୍ଜାବ ସରକାରଙ୍କ ଓକିଲ କହିଥିବାବେଳେ ତାହା ସମ୍ପୂର୍ଣ୍ଣ ବନ୍ଦ ହେବା ଆମେ ଚାହୁଁ ବୋଲି ଖଣ୍ଡପୀଠ କହିଥିଲେ। ସମ୍ପୂର୍ଣ୍ଣ ବନ୍ଦ କରିବା ସରକାରଙ୍କ ଦାୟିତ୍ୱ ଏବଂ ଏହାକୁ ବନ୍ଦ କରିବାକୁ ହେବ। କଠୋର କାର୍ଯ୍ୟାନୁଷ୍ଠାନ ନେଇ ହେଉ କିମ୍ବା ପ୍ରୋତ୍ସାହନ ଦେଇ ଅଥବା ଅନ୍ୟ ଉପାୟରେ ନଡ଼ାପୋଡ଼ି ତୁରନ୍ତ ବନ୍ଦ କର ବୋଲି ଖଣ୍ଡପୀଠ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri