Posted inଜାତୀୟ

ଅନ୍‌ଲାଇନ ଆର୍‌ଟିଆଇ ପୋର୍ଟାଲ ସ୍ଥାପନ ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୧ା୩:ପର୍ଯ୍ୟାପ୍ତ ତଥ୍ୟ ଯୋଗାଇବାରେ ସୁବିଧା ପାଇଁ ଅନ୍‌ଲାଇନ ସୂଚନା ଅଧିକାର (ଆର୍‌ଟିଆଇ) ପୋର୍ଟାଲ ସ୍ଥାପନ ଲାଗି ସୁପ୍ରିମକୋର୍ଟ ସୋମବାର ଦେଶର ସମସ୍ତ ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୦୫ରେ ଆର୍‌ଟିଆଇ ଆଇନ କାର୍ଯ୍ୟକାରୀ ହୋଇଥିଲା। ଏହାର ୧୭ ବର୍ଷ ପରେ ମଧ୍ୟ ହାଇକୋର୍ଟଗୁଡ଼ିକରେ ଅନ୍‌ଲାଇନ ଆର୍‌ଟିଆଇ ପୋର୍ଟାଲ ନ ଥିବାରୁ ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ୩ ଜଣିଆ ଖଣ୍ଡପୀଠ ବିସ୍ମୟ ପ୍ରକାଶ କରିଛନ୍ତି। ଜିଲା ଅଦାଲତଗୁଡ଼ିକ ପାଇଁ ମଧ୍ୟ ଏଭଳି ପୋର୍ଟାଲ ସ୍ଥାପନ ନିମନ୍ତେ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କଠାରୁ ରେଜିଷ୍ଟ୍ରାର ଜେନେରାଲ ଅନୁମତି ଲୋଡ଼ିବାକୁ ଖଣ୍ଡପୀଠ କହିଛନ୍ତି। ଆଇନ ଅନୁଯାୟୀ ଜଣେ ବ୍ୟକ୍ତିଗତ ଭାବେ କିମ୍ବା ଇଲେକ୍ଟ୍ରୋନିକ ମାଧ୍ୟମରେ ତଥ୍ୟ ଜାଣିବା ପାଇଁ ଆବେଦନ କରିପାରିବେ। ତେଣୁ ୩ ମାସ ମଧ୍ୟରେ ହାଇକୋର୍ଟଗୁଡ଼ିକ ଅନ୍‌ଲାଇନ ଆର୍‌ଟିଆଇ ପୋର୍ଟାଲ ଖୋଲିବାକୁ ସୁପ୍ରିମକୋର୍ଟ କହିଛନ୍ତି। ବର୍ତ୍ତମାନ ସୁଦ୍ଧା ଓଡ଼ିଶା ହାଇକୋର୍ଟ, ଦିଲ୍ଲୀ ହାଇକୋର୍ଟ ଏବଂ ମଧ୍ୟପ୍ରଦେଶ ହାଇକୋର୍ଟ ଆର୍‌ଟିଆଇ ପାଇଁ ଅନ୍‌ଲାଇନ ପୋର୍ଟାଲ ସ୍ଥାପନ କରିଛନ୍ତି। ତେବେ କୌଣସି ହାଇକୋର୍ଟ ଜିଲା ଅଦାଲତଗୁଡ଼ିକ ପାଇଁ ଆର୍‌ଟିଆଇ ପୋର୍ଟାଲ ଖୋଲିନାହାନ୍ତି। ସମସ୍ତ ହାଇକୋର୍ଟ ଓ ଜିଲା କୋର୍ଟରେ ଅନ୍‌ଲାଇନ ଆର୍‌ଟିଆଇ ଖୋଲିବା ନିମନ୍ତେ ପ୍ରବାସୀ ଲିଗାଲ ସେଲ୍‌ ନାମକ ଏନ୍‌ଜିଓ ପକ୍ଷରୁ ଆବେଦନ କରାଯାଇଥିଲା। ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ପି.ଏସ୍‌. ନରସିଂହ ଏବଂ ଜେ.ବି. ପର୍ଡିଓ୍ବାଲାଙ୍କ ଖଣ୍ଡପୀଠ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri