Posted inଜାତୀୟ

ଅନ୍‌ଲାଇନ ଆର୍‌ଟିଆଇ ପୋର୍ଟାଲ ସ୍ଥାପନ ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୧ା୩:ପର୍ଯ୍ୟାପ୍ତ ତଥ୍ୟ ଯୋଗାଇବାରେ ସୁବିଧା ପାଇଁ ଅନ୍‌ଲାଇନ ସୂଚନା ଅଧିକାର (ଆର୍‌ଟିଆଇ) ପୋର୍ଟାଲ ସ୍ଥାପନ ଲାଗି ସୁପ୍ରିମକୋର୍ଟ ସୋମବାର ଦେଶର ସମସ୍ତ ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୦୫ରେ ଆର୍‌ଟିଆଇ ଆଇନ କାର୍ଯ୍ୟକାରୀ ହୋଇଥିଲା। ଏହାର ୧୭ ବର୍ଷ ପରେ ମଧ୍ୟ ହାଇକୋର୍ଟଗୁଡ଼ିକରେ ଅନ୍‌ଲାଇନ ଆର୍‌ଟିଆଇ ପୋର୍ଟାଲ ନ ଥିବାରୁ ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ୩ ଜଣିଆ ଖଣ୍ଡପୀଠ ବିସ୍ମୟ ପ୍ରକାଶ କରିଛନ୍ତି। ଜିଲା ଅଦାଲତଗୁଡ଼ିକ ପାଇଁ ମଧ୍ୟ ଏଭଳି ପୋର୍ଟାଲ ସ୍ଥାପନ ନିମନ୍ତେ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କଠାରୁ ରେଜିଷ୍ଟ୍ରାର ଜେନେରାଲ ଅନୁମତି ଲୋଡ଼ିବାକୁ ଖଣ୍ଡପୀଠ କହିଛନ୍ତି। ଆଇନ ଅନୁଯାୟୀ ଜଣେ ବ୍ୟକ୍ତିଗତ ଭାବେ କିମ୍ବା ଇଲେକ୍ଟ୍ରୋନିକ ମାଧ୍ୟମରେ ତଥ୍ୟ ଜାଣିବା ପାଇଁ ଆବେଦନ କରିପାରିବେ। ତେଣୁ ୩ ମାସ ମଧ୍ୟରେ ହାଇକୋର୍ଟଗୁଡ଼ିକ ଅନ୍‌ଲାଇନ ଆର୍‌ଟିଆଇ ପୋର୍ଟାଲ ଖୋଲିବାକୁ ସୁପ୍ରିମକୋର୍ଟ କହିଛନ୍ତି। ବର୍ତ୍ତମାନ ସୁଦ୍ଧା ଓଡ଼ିଶା ହାଇକୋର୍ଟ, ଦିଲ୍ଲୀ ହାଇକୋର୍ଟ ଏବଂ ମଧ୍ୟପ୍ରଦେଶ ହାଇକୋର୍ଟ ଆର୍‌ଟିଆଇ ପାଇଁ ଅନ୍‌ଲାଇନ ପୋର୍ଟାଲ ସ୍ଥାପନ କରିଛନ୍ତି। ତେବେ କୌଣସି ହାଇକୋର୍ଟ ଜିଲା ଅଦାଲତଗୁଡ଼ିକ ପାଇଁ ଆର୍‌ଟିଆଇ ପୋର୍ଟାଲ ଖୋଲିନାହାନ୍ତି। ସମସ୍ତ ହାଇକୋର୍ଟ ଓ ଜିଲା କୋର୍ଟରେ ଅନ୍‌ଲାଇନ ଆର୍‌ଟିଆଇ ଖୋଲିବା ନିମନ୍ତେ ପ୍ରବାସୀ ଲିଗାଲ ସେଲ୍‌ ନାମକ ଏନ୍‌ଜିଓ ପକ୍ଷରୁ ଆବେଦନ କରାଯାଇଥିଲା। ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ପି.ଏସ୍‌. ନରସିଂହ ଏବଂ ଜେ.ବି. ପର୍ଡିଓ୍ବାଲାଙ୍କ ଖଣ୍ଡପୀଠ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri