Posted inଜାତୀୟ

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ ମାର୍ଚ୍ଚକୁ ନେଇ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ତେବେ କୋର୍ଟ CJPର ମାର୍ଚ୍ଚ ଉପରେ ରୋକ ଲଗାଇବାକୁ ମନା କରିଛନ୍ତି।

ସୁପ୍ରିମକୋର୍ଟ କହିଛନ୍ତି , ଆଇନଶୃଙ୍ଖଳା ବଜାୟ ରଖିବା ସରକାର ଓ ପୋଲିସର ଦାୟିତ୍ୱ। ସମସ୍ତ ପକ୍ଷ ଦାୟିତ୍ୱବୋଧ ସହିତ ଶାନ୍ତିପୂର୍ଣ୍ଣ ଭାବେ ଏବଂ ଆଇନର ସୀମା ମଧ୍ୟରେ ରହି କାର୍ଯ୍ୟ କରିବେ ବୋଲି କୋର୍ଟ ଆଶା ପ୍ରକାଶ କରିଛନ୍ତି।

ଚିଫ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱାଧୀନ ଖଣ୍ଡପୀଠ ୫ ସେପ୍ଟେମ୍ବରରେ ହେବାକୁ ଥିବା CJP ମାର୍ଚ୍ଚ ବିରୋଧରେ ଏହି ପର୍ଯ୍ୟାୟରେ କୌଣସି ନିର୍ଦ୍ଦେଶ ଦେବାକୁ ମନା କରିଛନ୍ତି। କୋର୍ଟ କହିଛନ୍ତି ଯେ ସମସ୍ତେ ଦାୟିତ୍ୱବାନ ଭାବେ, ଶାନ୍ତିପୂର୍ଣ୍ଣ ଓ ଆଇନ ଅନୁଯାୟୀ ବ୍ୟବହାର କରିବେ ବୋଲି ଧରିନିଆଯାଉଛି।

କୋର୍ଟଙ୍କ କହିବା ଅନୁସାରେ, ବର୍ତ୍ତମାନ ଏପରି କୌଣସି ଠୋସ କାରଣ ତାଙ୍କ ସାମ୍ନାରେ ନାହିଁ, ଯାହା ଆଧାରରେ ମାର୍ଚ୍ଚ ସମୟରେ କିଛି ଅପ୍ରୀତିକର ଘଟଣା ଘଟିବ ବୋଲି ଧରାଯାଇପାରେ। ସୁପ୍ରିମକୋର୍ଟ କହିଛନ୍ତି ଯେ ଶାନ୍ତିପୂର୍ଣ୍ଣ ଭାବେ ପ୍ରଦର୍ଶନ କରିବା ଲୋକଙ୍କ ଅଧିକାର, କିନ୍ତୁ ଆଇନଶୃଙ୍ଖଳା ରକ୍ଷା କରିବା ସରକାର ଓ ପୋଲିସର ଦାୟିତ୍ୱ। ଏହି ମାମଲାକୁ ସଲିସିଟର ଜେନେରାଲଙ୍କ ସାମ୍ନାରେ ରଖିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ମାମଲାକୁ ଅନ୍ୟ ଲମ୍ବିତ ଯାଚିକା ସହ ୧୦ ସେପ୍ଟେମ୍ବରରେ ଶୁଣାଣି ପାଇଁ ତାଲିକାଭୁକ୍ତ କରିବାକୁ କୁହାଯାଇଛି। ଯଦି କୌଣସି ଗୁରୁତର କିମ୍ବା ଚିନ୍ତାଜନକ ପରିସ୍ଥିତି ସୃଷ୍ଟି ହୁଏ, ତେବେ ସମ୍ପୃକ୍ତ ପକ୍ଷ ତୁରନ୍ତ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇପାରିବେ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ସରକାରଙ୍କ ବଡ଼ ନିଷ୍ପତ୍ତି: ଲିଟର ପିଛା ୩ ଟଙ୍କା ବଢ଼ିଲା କ୍ଷୀର ଦାମ୍‌

ନୂଆଦିଲ୍ଲୀ,୩୧।୮: ତାମିଲନାଡୁ ସରକାର ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ଆଶ୍ୱସ୍ତି ଦେଇ ଆଭିନ ପାଇଁ କ୍ଷୀର କ୍ରୟ ମୂଲ୍ୟ ପୁଣିଥରେ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ…

କଂଗ୍ରେସ-TVK ମଧ୍ୟରେ ବଢ଼ିଲା ବିବାଦ, ୨୦୨୯ରେ ରାହୁଲଙ୍କୁ ପିଏମ୍ ପ୍ରାର୍ଥୀ ନକଲେ….

ଚେନ୍ନାଇ,୩୧।୮: ତାମିଲନାଡୁରେ କଂଗ୍ରେସ ଓ TVK ମଧ୍ୟରେ ୨୦୨୯ ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ ବିବାଦ ଆରମ୍ଭ ହୋଇଛି। କଂଗ୍ରେସ ନେତା ତଥା ପର୍ଯ୍ୟଟନ…

ଝିଅର ଫି’ ପାଇଁ ଖାଲି ପାଦରେ ଦୌଡ଼ିଲେ ମା’, ମାରାଥନ୍‌ରେ ଜିତିଲେ ୩ ହଜାର ଟଙ୍କା

ମୁମ୍ବାଇ,୩୧।୮: ଝିଅମାନଙ୍କ ପାଠପଢ଼ା ପାଇଁ ଜଣେ ମା’ଙ୍କ ସଂଘର୍ଷ ଏବେ ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛି। ଝିଅଙ୍କ ଫି’ ଟଙ୍କା ଯୋଗାଡ଼ କରିବା ପାଇଁ ଖାଲି ପାଦରେ…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

ନିର୍ଭୟା ଘଟଣାର ପୁନରାବୁତ୍ତି! ୟୁପିର ୧୬ ବର୍ଷୀୟା ଝିଅକୁ ୪୭ କିଲୋମିଟର ଦୂରତା ଚଳନ୍ତା ବସରେ ବଳାତ୍କାର

ନୂଆଦିଲ୍ଲୀ,୩୧।୮: ‘ନିର୍ଭୟା ମାମଲା’କୁ ମନେ ପକାଇବା ଭଳି ଏକ ୧୬ ବର୍ଷୀୟା ଛାତ୍ରୀଙ୍କ ସହିତ ବଳାତ୍କାର ମାମଲା ରାଜଧାନୀ ଦିଲ୍ଲୀରେ ପୁଣି ଥରେ ସାମ୍ନାକୁ ଆସିଛି। ଚଳନ୍ତା…

NEET ପରୀକ୍ଷା ଦେବା ପାଇଁ ମଦ୍ୟପାନ କରି ଆସି ସିଟରେ ବସିଗଲେ ପ୍ରାର୍ଥୀ, ହେଲେ କିପରି? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୩୧।୮: ତେଲଙ୍ଗାନାର ରଙ୍ଗା ରେଡ୍ଡି ଜିଲାରେ NEET-PG ପରୀକ୍ଷା ଦେଉଥିବା ପ୍ରାର୍ଥୀ ମହମ୍ମଦ ରିଜୱାନ ମଦ୍ୟପାନ କରି ପରୀକ୍ଷାସ୍ଥଳରେ ପହଞ୍ଚିଥିଲେ। ସେ ସୁରକ୍ଷା ବ୍ୟବସ୍ଥାକୁ ଭେଦ କରି…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri