Posted inଜାତୀୟ

ଗେଟ୍‌ ପରୀକ୍ଷା ସ୍ଥଗିତ କରିବାକୁ ସୁପ୍ରିମ୍‌କୋର୍ଟଙ୍କ ମନା, ଛାତ୍ରୀଛାତ୍ରମାନଙ୍କ ଭବିଷ୍ୟତ ସହିତ ଖେଳି ହେବ ନାହିଁ…

ନୂଆଦିଲ୍ଲୀ, ୩।୨ : କରୋନା ମହାମାରୀ କାରଣରୁ ଗ୍ରାଜୁଏଟ ଆପ୍ଟିଚ୍ୟୁଡ ଟେଷ୍ଟ ଇନ୍‌ ଇଞ୍ଜିନିୟରିଂ (ଗେଟ୍‌ )କୁ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ପରୀକ୍ଷାକୁ କିଛି ଦିନ ସ୍ଥଗିତ ରଖିବାଦ୍ୱାରା ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଶୃଙ୍ଖଳା ଏବଂ ଅନିଶ୍ଚିତତା ସୃଷ୍ଟି ହେବ। କୋଭିଡ -୧୯କାରଣରୁ ପରୀକ୍ଷା ସ୍ଥଗିତ ରଖିବାକୁ ଏକ ଆବେଦନ ଉପରେ ଗୁରୁବାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ପରୀକ୍ଷା ପାଇଁ ପ୍ରସ୍ତୁତି କରିଥିବା ଛାତ୍ରୀଛାତ୍ରମାନଙ୍କ ଭବିଷ୍ୟତ ସହିତ ଖେଳି ହେବ ନାହିଁ।

ଜଷ୍ଟିସ ଧନଞ୍ଜୟ ଓ୍ବାଇ ଚନ୍ଦ୍ରଚୂଡ଼, ସୂର୍ଯ୍ୟ କାନ୍ତ ଏବଂ ବିକ୍ରମ ନାଥଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି, କୋର୍ଟ ଏପରି ଏକାଡେମିକ କାର୍ଯ୍ୟରେ ହସ୍ତକ୍ଷେପ କରିବା ବିପଦପୂର୍ଣ୍ଣ । ଆମେ ଛାତ୍ରୀଛାତ୍ରମାନଙ୍କ କ୍ୟାରିୟର ସହିତ ଖେଳିବା ନାହିଁ । ପରୀକ୍ଷା ପରିଚାଳନା କର୍ତ୍ତୃପକ୍ଷଙ୍କୁ ଏହା ଉପରେ ନିଷ୍ପତ୍ତି ନେବାକୁ ଅନୁମତି ଦେବା ଉଚିତ୍‌।

ପରୀକ୍ଷା ୫ ଫେବୃଆରୀରୁ ହେଉଥିବାବେଳେ ଅଧିକାଂଶ ଛାତ୍ରୀଛାତ୍ର ନିଶ୍ଚିତ ଭାବରେ ଏଥିପାଇଁ ପ୍ରସ୍ତୁତ ହୋଇ ସାରିଥିବେ। ପରୀକ୍ଷା ସ୍ଥଗିତ ରଖିବା ପରି କୌଣସି ଆଦେଶ ଛାତ୍ରୀଛାତ୍ରମାନଙ୍କ ପାଇଁ ସଙ୍କଟ ସୃଷ୍ଟି କରିବ।

ଗେଟ୍‌ ପରୀକ୍ଷା କାର୍ଯ୍ୟସୂଚୀ ଅନୁଯାୟୀ ଫେବୃୟାରୀ ୫,୬,୧୨ ଏବଂ ୧୩ରେ ପରୀକ୍ଷା କରାଯିବ। ଦୁଇଟି ସିଫ୍ଟରେ ଗେଟ ପରିଚାଳିତ ହେବ। ଏଥିରେ ପ୍ରାୟ ୯ ଲକ୍ଷ ଛାତ୍ରୀଛାତ୍ର ଅଂଶଗ୍ରହଣ କରୁଛନ୍ତି। ପ୍ରଥମ ସିଫ୍ଟ ସକାଳ ୯ ଟାରୁ ମଧ୍ୟାହ୍ନ ୧୨ ଟା ଏବଂ ଦ୍ୱିତୀୟ ସିଫ୍ଟ ଅପରାହ୍ନ ୨ଟା ୩୦ରୁ ୫ଟା ୩୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପରୀକ୍ଷା ପାଇଁ ଆଡମିଟ କାର୍ଡ ଜାରି କରାଯାଇଛି। ଏଥର ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଆଇଆଇଟି) ଖଡ଼ଗପୁର ପରୀକ୍ଷା ଆୟୋଜନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri