Posted inଜାତୀୟ

ଭଣ୍ଡବାବାଙ୍କ ଆଶ୍ରମ ବନ୍ଦ ସମ୍ପର୍କରେ ବିଚାର କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ: ସରକାର ନେବେ ପଦକ୍ଷେପ

ନୂଆଦିଲ୍ଲୀ, ୨୦।୧: ଦେଶରେ ରହିଥିବା ଭଣ୍ଡବାବା ଅବା ଆତ୍ମଘୋଷିତ ବାବାଙ୍କ ଆଶ୍ରମ ବନ୍ଦ କରିବା ଉପରେ ବିଚାର କରିବାକୁ ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଏନେଇ ସରକାରଙ୍କୁ ଆବେଦନ କରାଯିବା ଆବଶ୍ୟକ ବୋଲି ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡେଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି। ଏହା କୋର୍ଟର ବିଚାର ପରିସର ଭୁକ୍ତ ନୁହେଁ ବୋଲି ଖଣ୍ଡପୀଠ କହିଛନ୍ତି। ତେଲଙ୍ଗାନା ବାସିନ୍ଦା ଦୁମପଲା ରାମାରେଡ୍ଡୀଙ୍କ ପକ୍ଷରୁ କରାଯାଇଥିବା ଏକ ଆବେଦନରେ ଉଲ୍ଲେଖ କରାଯାଇଥିଲା ଯେ, ୧୭ଟି ଆଶ୍ରମକୁ ଅଖିଳ ଭାରତୀୟ ଆଖଡ଼ା ପରିଷଦ ପକ୍ଷରୁ ନକଲି ଘୋଷଣା କରାଯାଇଛି। ଅପରପକ୍ଷରେ ବିରେନ୍ଦ୍ର ଦେବ ଦୀକ୍ଷୀତ୍‌, ଆସାରାମ୍‌, ରାମ ରହିମ୍‌, ରାଧେ ମା ଆଦି କେତେକ ଆଶ୍ରମର ସଞ୍ଚାଳକ ଜେଲ୍‌ରେ ରହିଛନ୍ତି ଅବା ଫେରାର ଅଛନ୍ତି। ମାତ୍ର ସେମାନଙ୍କର ସହଯୋଗୀମାନେ ଏବେ ଆଶ୍ରମ ପରିଚାଳନା କରୁଛନ୍ତି। ଏସବୁ ଆଶ୍ରମରେ ମହିଳା ନିର୍ଯାତନା ସହିତ ସାଧାରଣ ଲୋକଙ୍କ ମଧ୍ୟରେ ମିଥ୍ୟା ପ୍ରଚାର କରାଯାଉଛି ବୋଲି ଆବେଦନକାରୀଙ୍କ ପକ୍ଷରୁ କୁହାଯାଇଥିଲା। ସରକାରଙ୍କ ପାଖରେ ପଦକ୍ଷେପ ଗ୍ରହଣ ନେଇ ଦାବି ଉପସ୍ଥାପନ କରିବା ଆବଶ୍ୟକ ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri