Posted inଜାତୀୟ

ଉତ୍ତରାଖଣ୍ଡରେ ପ୍ରସ୍ତାବିତ ମହାପଞ୍ଚାୟତ ପାଇଁ ଲାଗିବନି ରୋକ, ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୧୪।୬ : ସୁପ୍ରିମକୋର୍ଟ ଉତ୍ତରରାଖଣ୍ଡର ଉତ୍ତରକାଶୀର ପୁରୋଲା ଠାରେ ପ୍ରସ୍ତାବିତ ମହାପଞ୍ଚାୟତ ଉପରେ ରୋକ ଲଗାଇବାକୁ ମନା କରି ଦେଇଛନ୍ତି। ମହାପଞ୍ଚାୟତ ବିରୋଧରେ କୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଥିଲା। କୋର୍ଟ ଏହି ଆବେଦନର ଶୁଣାଣି କରିବାକୁ ମନା କରି ଦେଇଛନ୍ତି। ହାଇକୋର୍ଟ କିମ୍ବା ସମ୍ପୃକ୍ତ ଅଧିକାରୀଙ୍କ ନିକଟକୁ ଯିବାକୁ ଆବେଦନକାରୀଙ୍କୁ କୋର୍ଟ ପରାମର୍ଶ ଦେଇଛନ୍ତି।

ଅନ୍ୟପକ୍ଷରେ ଉତ୍ତରାଖଣ୍ଡ ଡିଜିପି ଅଶୋକ କୁମାର ମଧ୍ୟ ଚେତାବନୀ ଦେଇଛନ୍ତି। ଜିଲା ପୋଲିସ ଓ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ସେ କହିଛନ୍ତି। ରାଜ୍ୟରେ ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ଆମେ ସମସ୍ତ ପଦକ୍ଷେପ ନେଉଛୁ। କାହାକୁ ନିୟମ ଭାଙ୍ଗିବାକୁ ଦିଆଯିବ ନାହିଁ। ଯେଉଁମାନେ ଆଇନ ଭାଙ୍ଗିବାକୁ ଚେଷ୍ଟା କରୁଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଜୁନ ୧୫ ରେ ମହାପଞ୍ଚାୟତ ପାଇଁ ପ୍ରଶାସନ ଅନୁମତି ଦେଇନାହିଁ। ଏହାର ଅନୁମତି ବିଶ୍ୱ ହିନ୍ଦୁ ପରିଷଦ ଏବଂ ପ୍ରଧାନ ସଂଗଠନ ପକ୍ଷରୁ ମହାପଞ୍ଚାୟତ ଲାଗି ଅନୁମତି ଲୋଡା ଯାଇଥିଲା। ଏହା ସହିତ ପୁରୋଲାରେ ଧାରା ୧୪୪ କାର୍ଯ୍ୟକାରୀ କରିବାକୁ ପ୍ରସ୍ତୁତି ଚାଲିଛି ।

ମେ ୨୬ ରେ, ବିଜନୋରର ବାସିନ୍ଦା ଜିତେନ୍ଦ୍ର ସାଇନି ଏବଂ ଉବେସ ଖାନ ପୁରୋଲାରେ ଜଣେ ନାବାଳିକାକୁ ଅପହରଣ କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା। ଯୁବକମାନଙ୍କୁ ସ୍ଥାନୀୟ ଲୋକ ଏବଂ ବ୍ୟବସାୟୀମାନେ ଧରିଥିଲେ। ଏହି ଘଟଣା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏହି ଘଟଣା ପରଠାରୁ ପୁରୋଲାରେ ମୁସଲିମ ବ୍ୟବସାୟୀଙ୍କର ଗୋଟିଏ ବି ଦୋକାନ ଖୋଲାଯାଇ ନାହିଁ। ପୁରୋଲାରେ ୩୦ ରୁ ଅଧିକ ଦୋକାନ ଗତ ୧୮ ଦିନ ଧରି ବନ୍ଦ ଥିବାବେଳେ ୧୪ ବ୍ୟବସାୟୀ ଦୋକାନ ଖାଲି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri