Posted inଜାତୀୟ

କଶ୍ମୀର ପଣ୍ଡିତଙ୍କ ହତ୍ୟା ଏସଆଇଟି ଯାଞ୍ଚ୍‌ ଆବେଦନର ଶୁଣାଣି କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୧୯।୯ : ୧୯୮୯ ମସିହାରେ କଶ୍ମୀରୀ ପଣ୍ଡିତଙ୍କ ହତ୍ୟା ଘଟଣାରେ ଏସଆଇଟି ଯାଞ୍ଚ ପାଇଁ ଏକ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରି ଦେଇଛନ୍ତି। ଏହି ହତ୍ୟାକାଣ୍ଡରେ ନିହତ ହୋଇଥିବା ଟିକା ଲାଲ ଟପଲୁଙ୍କ ପୁଅ ଅଶୁତୋଷ ଟପଲୁଙ୍କ ପକ୍ଷରୁ ଏହି ପିଟିଶନ ଦାଖଲ କରାଯାଇଥିଲା। ସୁପ୍ରିମକୋର୍ଟଙ୍କ ପରାମର୍ଶ କ୍ରମେ ସେ ଏହି ଆବେଦନ ପ୍ରତ୍ୟାହାର କରିଛନ୍ତି।

ଉପଯୁକ୍ତ ମଞ୍ଚରେଏହି ଦାବି କରିବାକୁ ଟପଲୁଙ୍କୁ କୋର୍ଟ କହିଛନ୍ତି। କଶ୍ମୀରରେ ହୋଇଥିବା ହତ୍ୟାକାଣ୍ଡରେ ଟିକା ଲାଲ ଟପଲୁଙ୍କୁ ଜେ.କେ.ଏଲ.ଏଫ ଆତଙ୍କବାଦୀମାନେ ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ଆବେଦନରେ କୁହାଯାଇଥିଲା ଯେ ଘଟଣାକୁ ୩୨ ବର୍ଷ ବିତିଗଲାଣି। ପରିବାର ଜାଣି ନାହାଁନ୍ତି ଯେ ଏହି ଘଟଣାରେ କେଉଁ ପ୍ରକାର ଅନୁସନ୍ଧାନ କରାଯାଇଥିଲା। ପରିବାରକୁ ଏଫଆଇଆର କପି ମଧ୍ୟ ଦିଆଯାଇ ନଥିଲା।

୧୯୮୪ରେ ହୋଇ ଶିଖ ଦଙ୍ଗାର ତିନି ଦଶନ୍ଧି ପରେ ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ସ୍ଥାପିତ ହୋଇଥିବା ଏସଆଇଟିକୁ ଆବେଦନକାରୀ ମଧ୍ୟ ଦର୍ଶାଇଥିଲେ ଏବଂ ଟପଲୁଙ୍କ ହତ୍ୟା ଘଟଣାରେ ମଧ୍ୟ ଏସଆଇଟି ଯାଞ୍ଚ୍‌ ଲାଗି ଅନୁରୋଧ କରିଥିଲେ। କୋର୍ଟ କହିଛନ୍ତି ଯେ ଆମେ ପୂର୍ବରୁ ମଧ୍ୟ ସମାନ ଆବେଦନକୁ ଖାରଜ କରିଛୁ। ବର୍ତ୍ତମାନ ଆମେ ଏହାର ଶୁଣାଣି କରି ପାରିବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri