Posted inଜାତୀୟ

ରାଷ୍ଟ୍ରପତି ନିର୍ବାଚନ ନାମାଙ୍କନ ଅସ୍ବୀକୃତିରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨୯।୬ : ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଅସ୍ବୀକୃତିରେ ହସ୍ତକ୍ଷେପ କରିବାକୁ ବୁଧବାର ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଏହା ସହିତ ଶୀର୍ଷକୋର୍ଟ ଡ. ମାଣ୍ଡତି ଥରୁପତି ରେଡ୍ଡୀଙ୍କ ଆବେଦନକୁ ବିଚାର କରିବାକୁ ମନା କରିଦେଇଛନ୍ତି। ମାଣ୍ଡତି ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବାକୁ ଦାବି କରିଥିଲେ।

ତାଙ୍କ ଦାବିକୁ ସେକ୍ରେଟାରୀ ଜେନେରାଲ, ଲୋକ ସଭା ସଂସଦ ଭବନର ରିଟର୍ଣ୍ଣିଂ ଅଫିସର ଖାରଜ କରିଦେଇଥିଲେ। ଏନେଇ ମାଣ୍ଡତି ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

ବିଚାରପତି ସୂର୍ଯ୍ୟକାନ୍ତ ଏବଂ ଜେବି ପାରଦିଓ୍ବାଲାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ବିଚାର କରି କହିଥିଲେ ଯେ, ଏଥିରେ କୋର୍ଟ କୌଣସି ହସ୍ତକ୍ଷେପ କରିପାରିବେ ନାହିଁ ତେଣୁ ଏହାକୁ ଖାରଜ କରାଯାଉଛି।

ଅବକାଶ ଖଣ୍ଡପୀଠ ପକ୍ଷରୁ କୁହାଯାଇଛି ଆବେଦନକାରୀଙ୍କ ପିଟିଶନ ରାଷ୍ଟ୍ରପତି ଏବଂ ଉପରାଷ୍ଟ୍ରପତି ଅଧିନିୟମ ୧୯୫୨ର ଧାରା ୫-ବି-୧-ଏ ରେ ପରିକଳ୍ପିତ ଆବଶ୍ୟକତାର ଅନୁପାଳନ କରୁ ନାହିଁ। ଖଣ୍ଡପୀଠ ରିଟର୍ଣ୍ଣିଂ ଅଫିସରଙ୍କ ନିଷ୍ପତ୍ତିରେ ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri