Posted inଜାତୀୟ

ହାଜତ ମୃତ୍ୟୁ ମାମଲାରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମକୋର୍ଟ …

ନୂଆଦିଲ୍ଲୀ,୮।୧୧: ହାଜତ ମୃତ୍ୟୁ ମାମଲାରେ ସିବିଆଇ ଯାଞ୍ଚ ପାଇଁ ଆହ୍ଲାବାଦ ହାଇକୋର୍ଟଙ୍କ ଆଦେଶରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ ମନା କରି ଦେଇଛନ୍ତି। ଏହି ମାମଲାରେ ଉତ୍ତରପ୍ରଦେଶର ଜୈନପୁରର ଜଣେ ୨୪ ବର୍ଷ ବୟସ୍କ ବ୍ୟକ୍ତିଙ୍କ ହାଜତ ମୃତ୍ୟୁ ଘଟଣାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ହସ୍ତାନ୍ତର କରାଯାଇଥିଲା। ଆହ୍ଲାବାଦ ହାଇକୋର୍ଟଙ୍କ ଏହି ଆଦେଶରେ ହସ୍ତକ୍ଷେପ କରିବାକୁ ଶୀର୍ଷକୋର୍ଟ ମନା କରିଛନ୍ତି।

ବିଚାରପତି ଭିନିତ ସରନ ଏବଂ ଅନିରୁଦ୍ଧ ବୋଷଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ହାଇକୋର୍ଟର ସେପ୍ଟେମ୍ବର ୮ ଆଦେଶ ବିରୁଦ୍ଧରେ ଦାଖଲ କରାଯାଇଥିବା ଆବେଦନକୁ ଖାରଜ କରିଦେଇଛନ୍ତି। ଏଥିରେ ହାଇକୋର୍ଟର ପ୍ରିମା ଫେସି ଜାଣିବାକୁ ପାଇଛନ୍ତି ଯେ ମୃତ ବ୍ୟକ୍ତିଙ୍କୁ ଆଇପିଏସ ସ୍ତରୀୟ ଅଧିକାରୀ ହତ୍ୟା କରିଛନ୍ତି। ସମ୍ପୃକ୍ତ ଅଧିକାରୀ ଏହି ମାମଲା ସହିତ ଜଡିତ ଅଛନ୍ତି। ତେବେ ସୁପ୍ରିମକୋର୍ଟ ତାଙ୍କ ନିର୍ଦ୍ଦେଶରେ କହିଛନ୍ତି ଯେ ହାଇକୋର୍ଟଙ୍କ ରାୟ ଅନୁସାରେ ସିବିଆଇ ନିରପେକ୍ଷ ତଥା ଆଇନ ଅନୁଯାୟୀ ଏହାର ଯାଞ୍ଚ କରିବେ।

ଅତିରିକ୍ତ ସୋଲିସିଟର ଜେନେରାଲ ଏସ.ଭି ରାଜୁଙ୍କ ତର୍କ ଶୁଣିବା ପରେ ସିବିଆଇ ଦ୍ୱାରା କରାଯିବାକୁ ଥିବା ମାମଲାର ଅନୁସନ୍ଧାନ ପାଇଁ ହାଇକୋର୍ଟଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶରେ ହସ୍ତକ୍ଷେପ କରିବାକୁ କୌଣସି କାରଣ ନାହିଁ। ତଥାପି ଘଟଣାର ସତ୍ୟତାକୁ ବିଚାର କରି ଖଣ୍ଡପୀଠ ନିର୍ଦ୍ଦେଶ ଦେଉଛନ୍ତି ଯେ ହାଇକୋର୍ଟଙ୍କ ରାୟ ଅନୁସାରେ ନିରପେକ୍ଷ ତଦନ୍ତ ଉପରେ ଗୁରୁତ୍ୱାରୋପ କରାଯାଉଛି। ଏହି ଘଟଣାରେ, ଧାରା ୩୦୨, ୩୯୪, ୪୫୨ ଏବଂ ୫୦୪ ଆଇପିସି ଧାରା ଅନୁଯାୟୀ ଅଭିଯୁକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ…

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri