Posted inଜାତୀୟ

ଜାତିଗତ ଜନଗଣନା ଉପରେ ରୋକ ଲଗାଇବାକୁ ମନା କଲେ ସୁପ୍ରିମକୋର୍ଟ, ନୀତୀଶ ସରକାରଙ୍କୁ ନୋଟିସ୍‌

ନୂଆଦିଲ୍ଲୀ,୬।୧୦: ବିହାରର ଜାତିଗତ ଜନଗଣନା ତଥ୍ୟ ଉପରେ ରୋକ୍‌ ଲଗାଇବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଏଥିସହିତ କୋର୍ଟ ବିହାର ସରକାରଙ୍କୁ ଏକ ନୋଟିସ ଜାରି କରି ଆସନ୍ତା ବର୍ଷ ଜାନୁଆରୀ ସୁଦ୍ଧା ଜବାବ ଦେବାକୁ କହିଛନ୍ତି। ନିଜ ସ୍ତରରେ ଜାତିଗତ ଜନଗଣନା କରିବାକୁ ବିହାର ସରକାର ନିଷ୍ପତ୍ତି ନେଇଥିଲେ। ଏହାକୁ ବିରୋଧ କରି ଜନଗଣନା ଉପରେ ସମସ୍ତ ପ୍ରକାର ନିଷ୍ପତ୍ତି ନେବାକୁ କେନ୍ଦ୍ରର ଅଧିକାର ରହିଛି ଏବଂ ରାଜ୍ୟ ସରକାର ଏ ବାବଦରେ କୌଣସି ନିଷ୍ପତ୍ତି ନେଇ ପାରିବେ ନାହିଁ ବୋଲି କେନ୍ଦ୍ର ସରକାର ଦଲିଲ ରଖିଥିଲେ।
ମାମଲାକୁ ନେଇ ଜଷ୍ଟିସ ସଞ୍ଜୀବ ଖାନ୍ନା କହିଛନ୍ତି ଯେ ବିହାର ସରକାର ତଥ୍ୟ ସଂଗ୍ରହ କରିଛନ୍ତି। ତଥ୍ୟ ମଧ୍ୟ ପ୍ରକାଶ ପାଇଛି। ଏହି ମାମଲାରେ ହାଇକୋର୍ଟ ବିସ୍ତୃତ ନିର୍ଦ୍ଦେଶ ଦେଇଥିଲେ। ଆବେଦନକାରୀଙ୍କ ଓକିଲ କୋର୍ଟଙ୍କୁ କହିଛନ୍ତି ଯେ ମାମଲା ବିଚାରାଧୀନ ଥିବାବେଳେ ସରକାର ତଥ୍ୟ ପ୍ରକାଶ କରିଛନ୍ତି। ତେବେ କୋର୍ଟ ବିହାର ଜାତିଭିତ୍ତିକ ସର୍ଭେରେ ସଂଗୃହିତ ତଥ୍ୟ ଅପଲୋଡ କରିବା ଉପରେ ରୋକ ଲଗାଇବାକୁ ସୁପ୍ରିମକୋର୍ଟ ନିକଟରେ ମନା କରିଦେଇଛନ୍ତି।
ଆବେଦନକାରୀ କୋର୍ଟରେ ଦାବି କରିଛନ୍ତି ଯେ ବିହାରର ନୀତୀଶ ସରକାର ସେମାନଙ୍କ ଜାତି ବିଷୟରେ ପଚାରିବାରୁ ବ୍ୟକ୍ତିଗତ ଗୋପନୀୟତା ଅଧିକାରର ଉଲ୍ଲଂଘନ କରିଛନ୍ତି। ଲୋକଙ୍କୁ ଜାତି ପ୍ରକାଶ କରିବାକୁ ବାଧ୍ୟ କରୁଥିବା ଅଭିଯୋଗ ମଧ୍ୟ ହୋଇଛି। ହେଲେ ଏହି ମାମଲାର ଶୁଣାଣିରେ ସୁପ୍ରିମକୋର୍ଟ ଏହି ଯୁକ୍ତିଗୁଡ଼ିକୁ ସମ୍ପୂର୍ଣ୍ଣ ରୂପେ ପ୍ରତ୍ୟାଖ୍ୟାନ କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?