Posted inଜାତୀୟ

ପଳାତକ ମାଲ୍ୟାଙ୍କୁ ସୁପ୍ରିମକୋର୍ଟରୁ ଝଟ୍‌କା

ନୂଆଦିଲ୍ଲୀ,୩।୩: ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର ସୁପ୍ରିମକୋର୍ଟ ତାଙ୍କର ଆବେଦନକୁ ଖାରଜ କରିଦେଇଛନ୍ତି। ୨୦୧୮ରେ ଦାଖଲ ହୋଇଥିବା ଏହି ଆବେଦନରେ ମାଲ୍ୟା ନିଜକୁ ‘ପଳାତକ’ ଘୋଷଣା କରିବାକୁ ନେଇ ମୁମ୍ବାଇ କୋର୍ଟରେ ଚାଲିଥିବା ଶୁଣାଣିକୁ ଚ୍ୟାଲେଞ୍ଜ କରିଥିଲେ। ଅନ୍ୟପଟେ ମାଲ୍ୟାଙ୍କ ଓକିଲ କୋର୍ଟଙ୍କୁ କହିଛନ୍ତି, ସେ ଦୀର୍ଘ ଦିନ ଧରି ତାଙ୍କ ସହ ଯୋଗାଯୋଗରେ ନାହାଁନ୍ତି। ତେଣୁ ସେ ଯୁକ୍ତି କରିପାରିବେ ନାହିଁ। ଏହାପୂର୍ବରୁ ମଧ୍ୟ ମାଲ୍ୟାଙ୍କ କିଛି ମାମଲା ଏହି ଆଧାରରେ ଖାରଜ ହୋଇଯାଇଛି। ଏହି ମାମଲାରେ ମଧ୍ୟ ୨୦୧୯ରେ ମୁମ୍ବାଇର ଇଡି କୋର୍ଟ ତାଙ୍କୁ ‘ପଳାତକ’ ଘୋଷଣା କରିଥିଲା। ତେବେ ୨୦୧୮ରେ ଦାଖଲ ହୋଇଥିବା ଆବେଦନଟି ବିନା ଯୁକ୍ତିରେ ଏପର୍ଯ୍ୟନ୍ତ ବିଚାରାଧୀନ ହୋଇ ରହିଛି। ଶୁକ୍ରବାର ସୁପ୍ରିମକୋର୍ଟ ଏହାକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଆବେଦନକାରୀଙ୍କ ଓକିଲ କହିଛନ୍ତି ଯେ, ଆବେଦନକାରୀ ତାଙ୍କୁ କୌଣସି ନିର୍ଦ୍ଦେଶ ଦେଉନାହାଁନ୍ତି। ଫଳରେ ଏହାକୁ ଦୃଷ୍ଟିରେ ରଖି ଏହି ମକଦ୍ଦମା ନ ଚଳାଇବାକୁ ଆବେଦନକୁ ଖାରଜ କରାଯାଇଛି ବୋଲି ଜଷ୍ଟିସ ଅଭୟ ଏସ୍‌ ଓକା ଏବଂ ଜଷ୍ଟିସ ରାଜେଶ ବିନ୍ଦଲଙ୍କ ଏକ ଖଣ୍ଡପୀଠ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri