Posted inଜାତୀୟ

ମଣିପୁର ହାଇକୋର୍ଟଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୮।୫: ମଣିପୁରର ଅଣଆଦିବାସୀ ମେଇତି ସମ୍ପ୍ରଦାୟକୁ ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗରେ ଅନ୍ତର୍ଭୁକ୍ତ କରିବା ପାଇଁ ହାଇକୋର୍ଟ ଜଜ୍‌ ଏମ୍‌.ଭି. ମୁରଲିଧରନ ଦେଇଥିବା ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ନିନ୍ଦା କରିଛନ୍ତି। ମଣିପୁର ହିଂସା ସମ୍ପର୍କିତ ଶୁଣାଣି ବେଳେ ବୁଧବାର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ କହିଛନ୍ତି, ମାର୍ଚ୍ଚ ୨୭ରେ ହାଇକୋର୍ଟଙ୍କ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶ ଘୃଣ୍ୟ ଓ ତ୍ରୁଟିପୂର୍ଣ୍ଣ। ସର୍ବୋଚ୍ଚ ଅଦାଲତଙ୍କୁ ଉକ୍ତ ନିର୍ଦ୍ଦେଶ ଉପରେ ରୋକ୍‌ ଲଗାଇବାକୁ ପଡ଼ିବ। ବିଚାରପତି ମୁରଲିଧରନ ଦେଇଥିବା ନିର୍ଦ୍ଦେଶରେ ସଂଶୋଧନ କରିବାକୁ ସମୟ ଦିଆଯାଇଥିବା ସିଜେଆଇ କହିଛନ୍ତି। ଅଣଆଦିବାସୀ ମେଇତି ସମ୍ପ୍ରଦାୟକୁ ଅନୁସୂଚିତ ଜନଜାତିରେ ଅନ୍ତର୍ଭୁକ୍ତ କରିବା ଲାଗି ମାର୍ଚ୍ଚ ୨୭ରେ ହାଇକୋର୍ଟରେ ଶୁଣାଣି କରାଯାଇଥିଲା। ଏ ସମ୍ପର୍କରେ ରାଜ୍ୟ ସରକାର ୪ ସପ୍ତାହ ମଧ୍ୟରେ କେନ୍ଦ୍ରକୁ ସୁପାରିସ କରନ୍ତୁ ବୋଲି ବିଚାରପତି ମୁରଲିଧରନ ନିର୍ଦ୍ଦେଶ ଦେଇଥଲେ। ଏହାପରେ କୁକି ଆଦିବାସୀ ଓ ମେଇତିଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ରାଜ୍ୟରେ ହିଂସା ଘଟିଥିବା ଦ୍ୱାରା ୬୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୩୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?